ଶ୍ରୀଅରବିନ୍ଦ ସଂଗଠନର ଓଡ଼ିଶା ମୁଖ୍ୟ ଗଦାଧର ମିଶ୍ରଙ୍କ ପରଲୋକ

କଟକ,୨୯ା୨(କାର୍ତ୍ତିକ ସାହୁ): ଶ୍ରୀଅରବିନ୍ଦ ସଂଗଠନର ଓଡ଼ିଶା ମୁଖ୍ୟ ଗଦାଧର ମିଶ୍ରଙ୍କ ଗୁରୁବାର ପଣ୍ଡିଚେରୀସ୍ଥିତ ସରକାରୀ ହସ୍ପିଟାଲରେ ହୃତଘାତରେ ପରଲୋକ ହୋଇଯାଇଛି। ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ସେ ମାମୁ ନାମରେ ରାଜ୍ୟର ଶ୍ରୀଅରବିନ୍ଦ ଶ୍ରଦ୍ଧାଳୁଙ୍କ ମଧ୍ୟରେ ପରିଚିତ ଥିଲେ। ଶ୍ରୀମା-ଶ୍ରୀଅରବିନ୍ଦଙ୍କ କର୍ମଧାରାକୁ ଓଡ଼ିଶାର କୋଣଅନୁକୋଣରେ ଅତ୍ୟନ୍ତ ସୁଚାରୁ ରୂପେ ପରିଚାଳନା କରିବାରେ ତାଙ୍କର ଉଲ୍ଲେଖନୀୟ ଭୂମିକା ଥିଲା। ପଣ୍ଡିଚେରୀସ୍ଥିତ ଶ୍ରୀଅରବିନ୍ଦ ଆଶ୍ରମରେ ତାଙ୍କର ଶେଷକୃତ୍ୟ ଅପରାହ୍ନରେ ସମାପନ ହୋଇଥିବା ଜଣାଯାଇଛି।
ସେ ୧୯୬୧ରେ କଟକସ୍ଥିତ ଷ୍ଟୁଆର୍ଟ କଲେଜରେ ଅଧ୍ୟୟନ କରୁଥିବା ସମୟରେ ଶ୍ରୀମା’ଙ୍କ ସଂସ୍ପର୍ଶରେ ଆସିଥିଲେ। ସେହିଦିନଠାରୁ ନିରବଚ୍ଛିନ୍ନ ଭାବେ ଶ୍ରୀମା ଓ ଶ୍ରୀଅରବିନ୍ଦଙ୍କ କାର୍ଯ୍ୟକୁ ସମଗ୍ର ରାଜ୍ୟରେ ସଂଗଠନ ମାଧ୍ୟମରେ ବ୍ୟାପ୍ତ କରିଥିଲେ। ସମଗ୍ର ରାଜ୍ୟରେ ୫୫୦ଟି ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର, ୧୬୦୦୦ରୁ ଊର୍ଦ୍ଧ୍ୱ ଶ୍ରୀଅରବିନ୍ଦ ପାଠଚକ୍ର, ଦଶକର୍ମଧାରା ଅନ୍ତର୍ଗତ ଦଶଟି କର୍ମର ସଂଗଠନ, ଅନେକ ସଭା, ସମିତି ଆଦିର ସକ୍ରିୟ ସଂଗଠକ ଭାବେ ନିଜର ଦାୟିତ୍ୱ ତୁଲାଇଛନ୍ତି।
ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ଦୁଇ ଲକ୍ଷରୁ ଅଧିକ ମାତୃଭକ୍ତଙ୍କୁ ଏହି ଧାରାରେ ଦୀକ୍ଷିତ କରାଇବାରେ ତାଙ୍କର ଭୂମିକା ଗୁରୁତ୍ୱପୂର୍ଣ୍ଣ । କଟକ ମାତୃଭବନର ସମ୍ପାଦକ ଭାବେ ଓଡ଼ିଶାରେ ସଂଗଠନର କାର୍ଯ୍ୟକୁ ଅତ୍ୟନ୍ତ ଦକ୍ଷତାର ସହ ସମ୍ପାଦନ କରୁଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଅଭିଶେକଙ୍କ ବିସ୍ଫୋରକ ଶତକ: ହାଇଦ୍ରାବାଦ ବିଜୟୀ

ହାଇଦ୍ରାବାଦ,୧୨ା୪: ଅଭିଶେକ ଶର୍ମାଙ୍କ ବିସ୍ଫୋରକ ଶତକ ବଳରେ ସନରାଇଜର୍ସ ହାଇଦ୍ରାବାଦ (ଏସ୍‌ଆର୍‌ଏଚ୍‌) ୮ ଉଇକେଟରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌)କୁ ପରାସ୍ତ କରିଛି। ହାଇସ୍କୋରିଂ ମ୍ୟାଚରେ ପିବିକେଏସ୍‌...

ଉଗ୍ରରୂପ ନେଲା ଓ୍ବକ୍‌ଫ ବିରୋଧୀ ବିକ୍ଷୋଭ: ଇଣ୍ଟରନେଟ୍‌ ସେବା ବନ୍ଦ

କୋଲକାତା,୧୨।୪: ଓ୍ବକ୍‌ଫ ସଂଶୋଧନ ଆଇନ ବିରୋଧରେ ବିକ୍ଷୋଭ ଉଗ୍ରରୂପ ନେଇଛି। ପଶ୍ଚିମବଙ୍ଗର ମୁସଲମାନବହୁଳ ମୁର୍ଶିଦାବାଦ ଜିଲାରେ ହୋଇଥିବା ବିକ୍ଷୋଭ ହିଂସାତ୍ମକ ରୂପ ନେଇଥିବା ବେଳେ ଏଥିରେ...

ଭାରତୀୟ ଫାର୍ମା କମ୍ପାନୀର ଓ୍ବେୟାର ହାଉସ ଉପରେ ମିଶାଇଲ ମାଡ଼ କଲା ରୁଷିଆ

କ୍ୱିଭ,୧୨।୪: ୟୁକ୍ରେନର ରାଜଧାନୀ କ୍ୱିଭରେ ରୁଷିଆର ସଦ୍ୟତମ ଆକ୍ରମଣରେ ଏକ ଭାରତୀୟ ଔଷଧ କମ୍ପାନୀର ଗୋଦାମ ଧ୍ୱଂସ ହୋଇଯାଇଛି। ଶନିବାର (୧୨ ଏପ୍ରିଲ, ୨୦୨୫) ଭାରତରେ...

ମୋହନ ବାଗାନ ସୁପର ଜାଏଣ୍ଟ୍ସ ଚାମ୍ପିୟନ

କୋଲକାତା, ୧୨ା୪ : ମୋହନବାଗାନ ସୁପର ଜାଏଣ୍ଟ୍ସ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ୨୦୨୪-୨୫ ସିଜନର ଟାଇଟଲ ବିଜେତା ହୋଇଛି। ସ୍ଥାନୀୟ ଯୁବ ଭାରତୀ କ୍ରୀଡ଼ାଙ୍ଗନରେ...

ଆଶ୍ୱସ୍ତି ଆଣିଲା କାଳବୈଶାଖୀ ବର୍ଷା

ଧରାକୋଟ,୧୨ା୪(ବିଷ୍ଣୁ କେଶରୀ ଅଚାର୍ଯ୍ୟ): କାଳବୈଶାଖୀ ବର୍ଷା ଧରାକୋଟ ଅଞ୍ଚଳର ଜନଜୀବନ ପାଇଁ ଆଶ୍ୱସ୍ତି ଆଣିଛି। ଚୈତ୍ର ମାସରେ ତାପମାତ୍ରା ବୃଦ୍ଧି ଯୋଗୁ ଲୋକେ ନାହିଁ ନ...

ଦୁଇ ଫୁଲମାଳରେ ବାଛିଲେ ଜୀବନସାଥୀ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ)- ବିବାହରେ ନ ଥିଲା ଯାନିଯୌତୁକ। କେବଳ ୨ଟି ଫୁଲମାଳରେ ବାଛିଥିଲେ ଜୀବନସାଥୀ। ଏଭଳି ଏକ ଆଦର୍ଶ ଗଣବିବାହ ଶନିବାର ବରଗଡ ସ୍ଥିତ ବିଜୁ...

ମିଳୁନି ପିଇବା ପାଣି

ଗଞ୍ଜାମ,୧୨ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମରେ ଦୀର୍ଘ ପନ୍ଦର ଦିନରୁ ଊର୍ଦ୍ଧ୍ୱ ହେବ ପିଇବା ପାଣି ସମସ୍ୟା ଦେଖାଦେଇଛି। ଏନେଇ...

ଭଉଣୀ ନେହା କକ୍କର, ଭାଇ ଟୋନିଙ୍କଠାରୁ ସମ୍ପର୍କ କାଟିଲେ ଭଉଣୀ ସୋନୁ! ପୋଷ୍ଟ ଶେୟାର କରି କହିଲେ…

ମୁମ୍ବାଇ: ଗାୟିକା ସୋନୁ କକ୍କର ବଲିଉଡ ଇଣ୍ଡଷ୍ଟ୍ରିର ଜଣେ ଜଣାଶୁଣା ଗାୟିକା, ସେ ଅନେକ ବଡ଼ ବଡ଼ ମୁଭିରେ ନିଜ କଣ୍ଠସ୍ବରର ଯାଦୁ ଦେଖାଇଛନ୍ତି। ଏବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image