Posted inଖେଳ

ଅନ୍ତିମ ଟି୨୦ ଖେଳିବେନି ଆଲେନ୍‌

ମୁମ୍ବାଇ, ୧୦।୧୨ (ପି.ଟି.)- ଓ୍ବେଷ୍ଟଇଣ୍ଡିଜ ଅଲ୍‌ରାଉଣ୍ଡର ଫାବିଆନ ଆଲେନ୍‌ ଫିଟ୍‌ ହୋଇପାରି ନ ଥିବାରୁ ଚଳିତ ଭାରତ ବିପକ୍ଷ ଟି୨୦ ସିରିଜର ବଳକା ମ୍ୟାଚ୍‌ରୁ ବାଦ୍‌ ପଡ଼ିଛନ୍ତି। ଫଳରେ ବୁଧବାର ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଖେଳାଯିବାକୁ ଥିବା ସିରିଜର ନିର୍ଣ୍ଣାୟକ ତଥା ୩ୟ ମ୍ୟାଚ୍‌ରେ ସେ ନ ଖେଳିବା ସ୍ପଷ୍ଟ ହୋଇଛି। ଓ୍ବେଷ୍ଟଇଣ୍ଡିଜ କୋଚ୍‌ ଫିଲ୍‌ ସିମନ୍ସ ମଙ୍ଗଳବାର ଖବରଦାତା ସମ୍ମିଳନୀ ଅବସରରେ ଏହା କହିଛନ୍ତି। ‘ବୁଧବାର ମ୍ୟାଚ୍‌ ଖେଳିବାକୁ ଆଲେନ୍‌ ଫିଟ୍‌ ହୋଇନାହାନ୍ତି। ସେ ଆମ ସହିତ ଅଛନ୍ତି କିନ୍ତୁ ମ୍ୟାଚ୍‌ ପାଇଁ ସମ୍ପୂର୍ଣ୍ଣ ସୁସ୍ଥ ହୋଇପାରିନାହାନ୍ତି। ଆମେ ତାଙ୍କୁ ମିସ୍‌ କରିବୁ’ ବୋଲି ସିମନ୍ସ ପ୍ରକାଶ କରିଛନ୍ତି। ବାମହାତୀ ସ୍ପିନ ଅଲ୍‌ରାଉଣ୍ଡର ଆଲେନ୍‌ ଚଳିତ ମାସ ପ୍ରାରମ୍ଭରେ ଆଫଗାନିସ୍ତାନ ବିପକ୍ଷ ସିରିଜରୁ ଦଳ ସହ ରହିଆସିଛନ୍ତି। କିନ୍ତୁ ଭାରତ ବିପକ୍ଷ ପ୍ରଥମ ଟି୨୦ ପରେ ଗୋଇଠିଜନିତ ଆଘାତ ସମସ୍ୟା ଲାଗି ସେ ୨ୟ ମ୍ୟାଚ୍‌ ଖେଳିପାରି ନ ଥିଲେ। ଟି୨୦ ସିରିଜ ପରେ ଖେଳାଯିବାକୁ ଥିବା ଦିନିକିଆ ସିରିଜ ଲାଗି କିନ୍ତୁ ସେ ଦଳରେ ସ୍ଥାନ ପାଇଛନ୍ତି। ତାଙ୍କ ଆଘାତ ସମସ୍ୟା ଉପରେ ଓ୍ବେଷ୍ଟଇଣ୍ଡିଜ ଚୟନକର୍ତ୍ତା ନଜର ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଆଇପିଏଲ୍‌ ପୂର୍ବରୁ ବିକ୍ରମ ରାଠୋର ରାଜସ୍ଥାନର ବ୍ୟାଟିଂ କୋଚ୍‌ ନିଯୁକ୍ତ: ଜାଣନ୍ତୁ ବିକ୍ରମ କିଏ…

ଜୟପୁର,୨୦ା୯: ରାଜସ୍ଥାନ ରୟାଲ୍ସ ଶୁକ୍ରବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ପୂର୍ବରୁ ପୂର୍ବତନ ଭାରତୀୟ ଓପନର ବିକ୍ରମ ରାଠୋରଙ୍କୁ ଦଳର ବ୍ୟାଟିଂ କୋଚ୍‌ ଭାବେ ନିଯୁକ୍ତି...

ଭାରତର ସମ୍ମାନ ରଖିଲେ ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତର ସମ୍ମାନ ରକ୍ଷା କରିଛନ୍ତି ରବିଚନ୍ଦ୍ରନ ଅଶ୍ୱିନ। ଭାରତ ୧୪୪ ରନ୍‌ରେ ୬ ଉଇକେଟ ହରାଇ...

୨୦ ବର୍ଷ କ୍ରିକେଟ୍‌ରୁ ବାସନ୍ଦ ହେଲେ ଏହି ଖେଳାଳି

ମେଲବୋର୍ନ, ୨୦ା୯: ଶ୍ରୀଲଙ୍କାର ପୂର୍ବତନ ଟେଷ୍ଟ କ୍ରିକେଟର ଦୁଲୀପ ସମରବୀରା ଅଷ୍ଟ୍ରେଲିଆରେ କୋଚିଂ ଦେବାରୁ ୨୦ବର୍ଷ ବାସନ୍ଦ ହୋଇଛନ୍ତି। ସେ ଭିକ୍ଟୋରିଆ ମହିଳା ଦଳର କୋଚ୍‌...

୧୪୭ ବର୍ଷ କ୍ରିକେଟ୍‌ ଇତିହାସରେ ପ୍ରଥମ ଖେଳାଳି ଭାବେ ଏମିତି ରେକର୍ଡ କଲେ ଆର୍‌. ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ରବିଚନ୍ଦ୍ରନ ଅଶ୍ୱିନ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ମ୍ୟାଚ୍‌ର ପ୍ରଥମ ଦିନରେ...

୧୧୯ ବର୍ଷ ପୂର୍ବେ କରିଥିଲେ ଡେବ୍ୟୁ, ୨୯ ବର୍ଷ ଖେଳି ହାସଲ କଲେ ୧୯୯ ଶତକ: ତାଙ୍କ ଆଖପାଖରେ ନାହାନ୍ତି ସଚିନ-କୋହଲି

ନୂଆଦିଲ୍ଲୀ,୧୯।୯: କ୍ରିକେଟରେ ଶତକ ସ୍କୋର କରିବା ଏକ ବଡ଼ ସଫଳତା। ୧୦୦ ରନ ପୂରଣ କରିବାକୁ ଜଣେ ବ୍ୟାଟ୍ସମ୍ୟାନଙ୍କୁ ଅନେକ ଘଣ୍ଟା ପାଇଁ କ୍ରିଜରେ ରହିବାକୁ...

ପଡିଆରେ ଏହି ମନ୍ତ୍ର ଜପ କରନ୍ତି ବିରାଟ କୋହଲି, ଆଉ ଗୌତମ ଗମ୍ଭୀର…

ନୂଆଦିଲ୍ଳୀ,୧୯ା୯(ପି.ଟି.): ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ସାକ୍ଷାତକାର ଅବସରରେ ଉଭୟଙ୍କ ଆଧ୍ୟାତ୍ମିକତାର ରୁଚି ସାମ୍ନାକୁ ଆସିଛି।...

ଗମ୍ଭୀର-ବିରାଟ ବିବାଦ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ

ଚେନ୍ନାଇ,୧୯ା୯(ପି.ଟି.):ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ମଧ୍ୟରେ ପଡିଆ ବାହାରେ ବିବାଦକୁ ନେଇ ସର୍ବଦା ଖବର ଦେଖିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri