ଅସ୍ତ୍ରୋପଚାରରେ ତ୍ରୁଟି ଯୋଗୁ ଯୁବତୀଙ୍କ ମୃତ୍ୟୁ ଅଭିଯୋଗ: ମୃତଦେହ ରଖି ପରିବାର ପକ୍ଷରୁ ଧାରଣା

ସୋର, ୧୫।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ମ୍ୟୁନିସିପାଲିଟି ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥ ଉତ୍ତରେଶ୍ୱରଠାରେ ଥିବା ଏକ ଘରୋଇ ନର୍ସିଂହୋମ୍‌ରେ ଅସ୍ତ୍ରୋପଚାରରେ ତ୍ରୁଟି ଯୋଗୁ ଜଣେ ଯୁବତୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହାକୁ କେନ୍ଦ୍ର କରି ଉତ୍ତେଜନା ପ୍ରକାଶ ପାଇଛି। ଯୁବତୀଙ୍କ ମୃତଦେହକୁ ନର୍ସିଂହୋମ୍‌ ସମ୍ମୁଖରେ ରଖି ତାଙ୍କ ପରିବାର ଓ ସମ୍ପର୍କୀୟମାନେ ଧାରଣାରେ ବସିଛନ୍ତି। ମୃତ ଯୁବତୀ ହେଲେ କୌଶଲ୍ୟା ମହାରଣା(୧୮)। ତାଙ୍କ ଘର ସୋର ଥାନା ମହୁମୁହାଣ ପଞ୍ଚାୟତ ଆଙ୍ଗୁଳା ଗ୍ରାମରେ।
କୌଶଲ୍ୟା ଆପେଣ୍ଡିସାଇଡ୍‌ ଅସ୍ତ୍ରୋପଚାର ପାଇଁ ରବିବାର ପୂର୍ବାହ୍ନରେ ଉକ୍ତ ନର୍ସିଂହୋମ୍‌ରେ ଭର୍ତ୍ତି ହୋଇଥିଲେ। ଅପରେଶନ ପରେ ସୋମବାର ସକାଳେ ତାଙ୍କର ମୃତ୍ୟୁ ହୋଇଥିଲା। ନର୍ସିଂହୋମ୍‌ ତରଫରୁ ଯୁବତୀଙ୍କୁ ବାହାନଗା ଡାକ୍ତରଖାନାକୁ ନେଇଯିବା ପାଇଁ ପରିବାର ଲୋକଙ୍କୁ କୁହାଯାଇଥିଲା। ପରିବାର ଲୋକେ ଏକ ଆମ୍ବୁଲାନ୍ସ ଦ୍ୱାରା ବାହାନଗା ଡାକ୍ତରଖାନାକୁ ନେଇଯାଇଥିଲେ। ସେଠାରେ ଡାକ୍ତର ଯୁବତୀଙ୍କୁ ମୃତ ଘୋଷଣା କରିଥିଲେ। ପରିବାର ଲୋକେ ମୃତଦେହ ନେଇ ଆସି ନର୍ସିଂହୋମ୍‌ ସମ୍ମୁଖରେ ରଖି ଧାରଣାରେ ବସିଥିଲେ। ଅସ୍ତ୍ରୋପଚାରରେ ତ୍ରୁଟି ଯୋଗୁ କୌଶଲ୍ୟାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ କରି ଉତ୍ତେଜନା ପ୍ରକାଶ ପାଇଥିଲା। ସ୍ଥାନୀୟ ଅଞ୍ଚଳବାସୀ ପହଞ୍ଚି ମୃତକ ପରିବାରଙ୍କୁ କ୍ଷତିପୂରଣ ଦାବି କରିଥିଲେ। ଗ୍ରାମର କେତେଜଣ ବ୍ୟକ୍ତି ଏହାର ସମାଧାନ ନିମନ୍ତେ ନର୍ସିଂହୋମ୍‌ର ମାଲିକଙ୍କ ସହିତ ଆଲୋଚନା ଜାରି ରଖିଛନ୍ତି। ଖବର ଲେଖା ପର୍ଯ୍ୟନ୍ତ ଧାରଣା ଜାରି ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ମହୁମାଛି ନେଇଗଲେ ଜୀବନ…

ଲାଞ୍ଜିଗଡ଼,୨୧ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ଯାଆଁଳା ଉଉଣୀଙ୍କୁ ଚାପିଦେଲା ଟ୍ରକ, ଆଉ ତା’ପରେ…

ଢେଙ୍କାନାଳ,୨୧।୯: ପୁରୁଣାକଟକ-ସମ୍ବଲପୁର ରାସ୍ତା ଶୁକିଆବାଉତି ଛକରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଚାପାରେ ଦୁଇ ଯାଆଁଳା ଉଉଣୀଙ୍କ ମୃତ୍ୟୁ ଘଟିଥିବା ବେଳେ...

କଳିକେଶ ଜାତୀୟ ରାଇଫଲ ଆସୋସିଏଶନ ସଭାପତି ଭାବେ ନିର୍ବାଚିତ

ନୂଆଦିଲ୍ଲୀ,୨୧ା୯: କଳିକେଶ ନାରାୟଣ ସିଂଦେଓ ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏନ୍‌ଆରଏଆଇ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସ୍ଥାନୀୟ କନଷ୍ଟିଚ୍ୟୁଶନ କ୍ଲବ ଅଫ୍‌ ଇଣ୍ଡିଆଠାରେ...

ସୁବର୍ଣ୍ଣରେଖା ବନ୍ୟାକୁ ୭ ଦିନ, ଭୋକ ଉପାସରେ…

ଭୋଗରାଇ, ୨୧ା୯(ପ୍ରଦୀପ ଦାସ): ସୁବର୍ଣ୍ଣରେଖା ବନ୍ୟାକୁ ୭ଦିନ ପୂରିଛି। ହେଲେ ଅଦ୍ୟାବଧି ଭୋଗରାଇ ବ୍ଲକର ବନ୍ୟା ସ୍ଥିତିରେ ସୁଧାର ଆସିନାହିଁ। ଭୋଗରାଇର ୨୧ ପଞ୍ଚାୟତର ଶତାଧିକ...

ଗଞ୍ଜେଇ ଚାଲାଣ ମାମଲାରେ ଜଣେ ମହିଳା ସମେତ ଦୁଇଜଣ ଅଭିଯୁକ୍ତଙ୍କୁ ଜେଲ

ବ୍ରହ୍ମପୁର,୨୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଜଜ-୧ ଡ. ଇନ୍ଦୁ ଶର୍ମା ଶନିବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି।...

ସ୍ବଧର୍ମକୁ ଫେରିଲେ ଗୋଟିଏ ପରିବାରର ୩ ସଦସ୍ୟ

ଠାକୁରମୁଣ୍ଡା,୨୧।୯(ତାରାକାନ୍ତ ପଟ୍ଟନାୟକ): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକର ସାତକୋଶିଆ ପଞ୍ଚାୟତ ଅଧୀନ ଜାମୁନଣ୍ଡା ଗ୍ରାମରେ ଖ୍ରୀଷ୍ଟଧର୍ମ ଗ୍ରହଣ କରିଥିବା ଗୋଟିଏ ପରିବାରର ୩ ସଦସ୍ୟ ଶନିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri