Posted inଜାତୀୟ

ଆଇନଜୀବୀରୁ ବହିର୍ବ୍ୟାପାର ମନ୍ତ୍ରୀ

ନୂଆଦିଲ୍ଲୀ, ୭ା୮: ବରିଷ୍ଠ ଭାଜପା ନେତା ତଥା ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜଙ୍କ ମଙ୍ଗଳବାର ରାତି ୧୧ଟାରେ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ବୁଧବାର ନୂଆଦିଲ୍ଲୀସ୍ଥିତ ଲୋଧିରୋଡ ଶବଦାହ ଗୃହରେ ଅନ୍ତିମ ସଂସ୍କାର କରାଯିବ।
ଗାନ୍ଧୀଙ୍କ ପରେ ଦେଶର ଦ୍ୱିତୀୟ ମହିଳା ଭାବେ ସେ ବହିର୍ବ୍ୟାପାର ମନ୍ତ୍ରଣାଳୟ ସମ୍ଭାଳିବାର ସୌଭାଗ୍ୟ ଅର୍ଜନ କରିଥିଲେ। ସେ ପାର୍ଲାମେଣ୍ଟକୁ ୭ ଥର ଓ ବିଧାନସଭାକୁ ୩ ଥର ନିର୍ବାଚିତ ହୋଇଥିଲେ। ସୁପ୍ରିମକୋର୍ଟର ପୂର୍ବତନ ଓକିଲ ସୁଷମା ମାତ୍ର ୨୫ ବର୍ଷ ବୟସରେ ଦେଶର ସର୍ବକନିଷ୍ଠ କ୍ୟାବିନେଟ ମନ୍ତ୍ରୀ (ହରିୟାଣା) ହେବାର କୀର୍ତ୍ତି ଅର୍ଜନ କରିଛନ୍ତି। ଦିଲ୍ଲୀର ୫ମ ମୁଖ୍ୟମନ୍ତ୍ରୀ ଭାବେ ସେ ଦାୟିତ୍ୱ ଗ୍ରହଣ କରିଥିଲେ। ୨୦୧୪ ସାଧାରଣ ନିର୍ବାଚନରେ ସେ ମଧ୍ୟପ୍ରଦେଶର ବିଦିଶା ଆସନରୁ ୪ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟରେ ବିଜୟୀ ହୋଇଥିଲେ ହେଁ ସ୍ବାସ୍ଥ୍ୟଗତ କାରଣରୁ ୨୦୧୯ ସାଧାରଣ ନିର୍ବାଚନ ଲଢି ନ ଥିଲେ।
ଫେବୃୟାରୀ ୧୪ରେ ହରିୟାଣାର ଅମ୍ବାଲାରେ ଜନ୍ମଗ୍ରହଣ କରିଥିବା ସୁଷମାଙ୍କ ବାପା ହରଦେବ ଶର୍ମା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)ର ଜଣେ ପ୍ରମୁଖ ସଦସ୍ୟ ଥିଲେ। ଅମ୍ବାଲା କ୍ୟାଣ୍ଟନ୍‌ମେଣ୍ଟର ସନାତନ ଧର୍ମ କଲେଜରେ ଶିକ୍ଷା ଲାଭ କରିଥିବା ଏହି ଅଗ୍ନିବର୍ଷୀ ନେତ୍ରୀ ସଂସ୍କୃତ ଓ ରାଜନୀତି ବିଜ୍ଞାନରେ ସ୍ନାତକ ଡିଗ୍ରୀ ହାସଲ କରିଥିଲେ। ପରେ ଚଣ୍ଡିଗଡ଼ସ୍ଥିତ ପଞ୍ଜାବ ଆଇନ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନ କରିଥିଲେ। ୧୯୭୦ରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)ରୁ ସୁଷମା ରାଜନୈତିକ କ୍ୟାରିୟର ଆରମ୍ଭ କରିଥିଲେ। ସେ ସ୍ବରାଜ୍‌ କୌଶଲ(ମିଜୋରାମର ପୂର୍ବତନ ରାଜ୍ୟପାଳ)ଙ୍କୁ ବିବାହ କରିଥିଲେ। ଜୟପ୍ରକାଶ ନାରାୟଣଙ୍କ ବୈପ୍ଳବିକ ଆନ୍ଦୋଳନରେ ସୁଷମା ନିଜକୁ ସାମିଲ କରିଥିଲେ। ୧୯୭୫ ଜରୁରିକାଳୀନ ପରିସ୍ଥିତି ପରେ ସେ ଭାରତୀୟ ଜନତା ପାର୍ଟିରେ ଯୋଗଦେଇଥିଲେ। ପରେ ସେ ନିଜ ସାଙ୍ଗଠନିକ ଦକ୍ଷତା ଓ ପରାକାଷ୍ଠା ବଳରେ ଭାଜପାର ଜଣେ ଆଗଧାଡ଼ିର ନେତ୍ରୀ ହୋଇପାରିଥିଲେ। ହରିୟାଣା ବିଧାନସଭାକୁ ୧୯୭୭ରେ ନିର୍ବାଚିତ ହୋଇ ଦେବୀଲାଲ୍‌ଙ୍କ ମୁଖ୍ୟମନ୍ତ୍ରିତ୍ୱ ସମୟରେ ସେ କ୍ୟାବିନେଟ ମନ୍ତ୍ରୀ ହୋଇଥିଲେ। ୧୯୭୯ରେ ମାତ୍ର ୨୭ ବର୍ଷ ବୟସରେ ସେ ହରିୟାଣା ଭାଜପାର ସଭାପତି ପଦ ଅଳଙ୍କୃତ କରିଥିଲେ। ୧୯୮୭ରେ ହରିୟାଣା ଶିକ୍ଷାମନ୍ତ୍ରୀ ମଧ୍ୟ ହୋଇଥିଲେ। ଦିଲ୍ଲୀର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ଭାବେ ସେ ୧୯୯୮ରେ ଗୁରୂୁଦାୟିତ୍ୱ ଗ୍ରହଣ କରି ଅନେକ ବିକାଶମୂଳକ କାର୍ଯ୍ୟ କରିଥିଲେ। ସେ ୧୯୯୦ରେ ରାଜ୍ୟ ସଭା ଓ ୧୯୯୬ରେ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ। ଅଟଳବିହାରୀ ବାଜପେୟୀ ପ୍ରଧାନମନ୍ତ୍ରୀ ଥିବାବେଳେ ସେ ସୂଚନା ଓ ପ୍ରସାରଣ ସହ ଟେଲି ଯୋଗାଯୋଗ ମନ୍ତ୍ରୀ ଦାୟିତ୍ୱ ତୁଲାଇଥିଲେ। ୧୯୯୯ରେ ଭାଜପା ତାଙ୍କୁ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ବିରୋଧରେ ପ୍ରାର୍ଥୀ କରିଥିଲା। ଜଣେ ସଚ୍ଚୋଟ, ନିର୍ଭୀକ, ଦୃଢମନା ନେତ୍ରୀଭାବେ ସେ ବେଶ୍‌ ପରିଚିତ।


Enter your email to get our daily news in your inbox.

All Right Reserved By Dharitri.Com

ଉଦ୍ଧବ ଠାକରେଙ୍କୁ ବଡ଼ ଝଟ୍‌କା: ଟିକେଟ୍‌ ମିଳିବା ପରେ ନାଁ ପ୍ରତ୍ୟାହାର କଲେ ପ୍ରାର୍ଥୀ: ଏବେ ଏକନାଥ ଶିନ୍ଦେଙ୍କୁ ସମର୍ଥନ

ପୁଣେ,୨୮।୧୦: ମହାରାଷ୍ଟ୍ରରେ ନିର୍ବାଚନ ତାତି ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ସମ୍ଭାଜିନଗର ସେଣ୍ଟ୍ରାଲରୁ ଉଦ୍ଧବ ଠାକରେଙ୍କ ଦଳର ପ୍ରାର୍ଥୀ ତାଙ୍କ ନାମ ପ୍ରତ୍ୟାହାର...

ଭଙ୍ଗା-ଗଢା ରାଜନୀତି କରୁଛି ଭାଜପା: ସଞ୍ଜୟ ରାଉତ

ମୁମ୍ବାଇ,୨୮।୧୦: ଶିବସେନାର ରାଜ୍ୟ ସଭା ଏମପି (ଉଦ୍ଧବ ବାଲାସାହେବ ଠାକରେ) ଏବଂ ଦଳର ମୁଖପାତ୍ର ସଞ୍ଜୟ ରାଉତ ଅଭିଯୋଗ କରିଛନ୍ତି ଯେ ବିଭିନ୍ନ ଦଳ ଭାଙ୍ଗି...

ସ୍ପେନିସ ଫୁଟବଲକୁ ନେଇ ଏମିତି କହିଲେ ମୋଦି

ବଦୋଦରା,୨୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ପେନର ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜ ସୋମବାର ଭଦୋଦରାସ୍ଥିତ ଟାଟା ଆଡଭାନ୍ସଡ ସିଷ୍ଟମ ଲିମିଟେଡ କ୍ୟାମ୍ପସରେ C-295 ବିମାନ ଉତ୍ପାଦନ...

ଭୋଟ ପୂର୍ବରୁ ମାଗଣା ବିଜୁଳି, ଋଣ ଛାଡ ଭଳି ଲଲିପପ ଦେଖାଉଛନ୍ତି ନେତା!

ରାଞ୍ଚି,୨୮।୧୦: ଝାଡ଼ଖଣ୍ଡର ୨୦୨୪ ବିଧାନସଭା ନିର୍ବାଚନ ପାଖେଇ ଆସିବା ମାତ୍ରେ ଗୋଡ୍ଡା ଜିଲାର ପଥରଗାମା ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଓ ଅବିଶ୍ୱାସର ଭାବନା ସୃଷ୍ଟି...

ମୁହଁ ଖୋଲିଲେ ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୂଡ଼, କହିଲେ କ’ଣ ହୋଇଥିଲା ଆଲୋଚନା

ନୂଆଦିଲ୍ଲୀ,୨୮ା୧୦: ଗଣେଶ ପୂଜାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନ ବାସଭବନକୁ ଆସିବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୂଡ଼। ଏହି ଘଟଣାକୁ ନେଇ...

ଓ୍ବେଟିଂ ଲିଷ୍ଟ କନଫର୍ମ ହେବ କି ନା, ଟିକେଟରେ ଥିବା କୋଡ ଦେଖି ନିଜେ କରିପାରିବେ ଚେକ୍‌

ନୂଆଦିଲ୍ଲୀ,୨୮।୧୦: ଦୀପାବଳି ସମୟରେ ପ୍ରାୟ ସବୁ ଟ୍ରେନରେ ଯାତ୍ରୀଙ୍କ ଭିଡ ପରିଲକ୍ଷିତ ହୋଇଥାଏ। ବିଶେଷକରି ଉତ୍ତର ପ୍ରଦେଶ-ବିହାର ଯାଉଥିବା ଟ୍ରେନରେ କନଫର୍ମ ଟିକେଟ ପାଇବା କଷ୍ଟକର...

ଆସନ୍ତାକାଲି ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ, ନୂଆ କାର୍ଡରେ ସୁବିଧା ପାଇବେ…

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮ା୧୦: ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ସାରା ଦେଶରେ ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ-୨ ଆରମ୍ଭ ହେବ। ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ...

ବିମାନ ପରେ ଏବେ ମନ୍ଦିରକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ

ତିରୁପତି,୨୮।୧୦: ତିରୁପତିସ୍ଥିତ ଇସ୍କନ ମନ୍ଦିରକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିଛି। ରବିବାର ଇମେଲ ମାଧ୍ୟମରେ ଏହି ଧମକ ଗ୍ରହଣ କରାଯାଇଥିଲା। ମନ୍ଦିର ପ୍ରଶାସନ ପୋଲିସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri