ଆଜିଠୁ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ

ପୁରୀ ଅଫିସ,୨୦ା୩: କରୋନା ଭୂତାଣୁ ସଂକ୍ରମଣରୁ ଜନସାଧାରଣଙ୍କୁ କିପରି ସୁରକ୍ଷା ଦିଆଯାଇ ପାରିବ ସେନେଇ ସରକାର ସବୁପ୍ରକାର ଚେଷ୍ଟା ଜାରି ରଖିଛନ୍ତି। ବିଭିନ୍ନ ଧର୍ମାନୁଷ୍ଠାନରେ ଭକ୍ତଙ୍କ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି। ଏହି କ୍ରମରେ ଗୁରୁବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ଉପରେ ନିଆଯାଇଛି ବଡ଼ ନିଷ୍ପତ୍ତି। ଶୁକ୍ରବାରଠାରୁ ଏପ୍ରିଲ୍‌ ପହିଲା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ ରଖାଯିବ। ହେଲେ ଦୈନନ୍ଦିନ ଭଳି ମହାପ୍ରଭୁଙ୍କ ନୀତିକାନ୍ତି ଜାରି ରହିବ। କେବଳ ସେବାୟତମାନେ ଶ୍ରୀମନ୍ଦିରକୁ ଯାଇ ଚତୁର୍ଦ୍ଧାବିଗ୍ରହଙ୍କ ସେବାପୂଜା କରିପାରିବେ। ଭକ୍ତ, ସେବାୟତଙ୍କ ସ୍ବାସ୍ଥ୍ୟର ସୁରକ୍ଷା ଏବଂ କରୋନା ଭୂତାଣୁର ଭୟାବହତାକୁ ଦୃଷ୍ଟିରେ ରଖି ପୁରୀ ଜିଲା ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି ବୋଲି ଜିଲାପାଳ ବଲ୍‌ଓ୍ବନ୍ତ ସିଂ ସୂଚନା ଦେଇଛନ୍ତି।
ଓଡ଼ିଶାରେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟ ସରକାର ଅଧିକ ସତର୍କ ହୋଇପଡିଛନ୍ତି। ସତର୍କତା ଓ ସଚେତନତା ଉପରେ ଗୁରୁତ୍ୱ ଦିଆଯାଇଛି। ଜନ ସମାବେଶକୁ ବାରଣ କରାଯାଇଥିବାବେଳେ ସଭାସମିତି, କର୍ମଶାଳା ଆଦିକୁ ବନ୍ଦ ରଖାଯାଇଛି। ତେବେ ସବୁଠୁ ଗୁରୁତ୍ୱପୂର୍ଣ୍ଣ ହେଉଛି ସାମାଜିକ ଦୂରତ୍ୱ ରକ୍ଷା କରିବା। ଏଥିଲାଗି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବିଭିନ୍ନ କଟକଣା ଜାରି ହୋଇଥିଲା। ଗତ ଚାରିଦିନ ହେଲା କଟକଣା ମଧ୍ୟରେ ମହାପ୍ରଭୁଙ୍କ ଦର୍ଶନ ଚାଲିଥିବାବେଳେ ଦର୍ଶନାର୍ଥୀଙ୍କ ସଂଖ୍ୟା ଆଶାତୀତ ଭାବେ ହ୍ରାସ ଘଟିଥିଲା। ସେହିପରି ହୁଣ୍ଡିରେ ବି କରୋନା କଟକଣାର ପ୍ରଭାବ ଦେଖିବାକୁ ମିଳିଥିଲା। କିନ୍ତୁ ଗାଇଡ୍‌ଲାଇନ ଅନୁଯାୟୀ ସାମାଜିକ ଦୂରତା ରକ୍ଷା କରିବା କଷ୍ଟକର ହୋଇପଡ଼ିବାରୁ ପ୍ରଶାସନ ପକ୍ଷରୁ ଭକ୍ତ, ସେବାୟତ, ମନ୍ଦିର କର୍ମଚାରୀ, ପୋଲିସ ସମସ୍ତଙ୍କ ସ୍ବାସ୍ଥ୍ୟର ସୁରକ୍ଷାକୁ ଦୃଷ୍ଟିରେ ରଖି ସାଧାରଣ ଦର୍ଶନକୁ ଶୁକ୍ରବାରଠାରୁ ବନ୍ଦ ନିଷ୍ପତ୍ତି ନିଆଯାଇଛି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କୋଟି କୋଟି ଭକ୍ତଙ୍କ ଏଥିରେ ସହଯୋଗ ରହିଲେ ସମସ୍ତେ ମିଶି ଏହି ମହାମାରୀର ସଫଳ ମୁକାବିଲା କରିବା ସହ ଖୁବ୍‌ଶୀଘ୍ର ମହାପ୍ରଭୁଙ୍କ ଦର୍ଶନ ମିଳିପାରିବ ବୋଲି ଜିଲାପାଳ ସିଂ ସୂଚନା ଦେଇଛନ୍ତି। ଅପରପକ୍ଷରେ ପ୍ରଶାସନର ଏଭଳି ନିଷ୍ପତ୍ତିକୁ ସବୁ ମହଲରେ ସ୍ବାଗତ କରାଯାଇଛି। ତେବେ ଏହି ସମୟରେ ଶ୍ରୀମନ୍ଦିର ପ୍ରଶାସନ ସେବାୟତଙ୍କ ସୁବିଧା ଅସୁବିଧା ପ୍ରତି ସ୍ବତନ୍ତ୍ର ଭାବେ ଦୃଷ୍ଟି ଦେବାକୁ ବରିଷ୍ଠ ଦଇତାପତି ସେବକ ବିନାୟକ ଦାସମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ-ବାଇକ୍‌ ଧକ୍କା: ଚାଲିଗଲା ବାପ-ପୁଅଙ୍କ ଜୀବନ, ମା’ ଗୁରୁତର

ଗୋପାଳପୁର, ୨୨।୯(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନମ୍ବର ଜାତୀୟ ରାଜପଥ ଭାଲିଆଗାଡ଼ ନିକଟରେ ରବିବାର ଏକ ଟ୍ରକ-ବାଇକ୍‌ ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣାରେ...

ପୁରୁଷୋତ୍ତମପୁରରେ ବୁଲିଲା ଖଣ୍ଡା: ଭାଜପା କର୍ମୀଙ୍କୁ….

ପୁରୁଷୋତ୍ତମପୁର,୨୨।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରାଜନୈତିକ କାରଣକୁ ନେଇ ରବିବାର ଗୋଷ୍ଠୀ ସଂଘର୍ସ ଘଟିଛି। ଏଥିରେ ଉଭୟ ପକ୍ଷରୁ ଦୁଇଜଣ ଆହାତ ହୋଇଛନ୍ତି। ଆହାତମାନେ...

ଗଞ୍ଜେଇ ଜବତ, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ରବିବାର ସାନଖେମୁଣ୍ଡି ବ୍ଲକ ଧରମପୁର ଗ୍ରାମ ଶ୍ମଶାନ ନିକଟରୁ ୨ କିଣ୍ଟାଲ ୧୪ କେ.ଜି ୨...

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଟ୍ରଲର, ୨ ମହିଳା ଗୁରୁତର

କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥ ରାଇସୁଆଁ ପୁରୁଣା ଥାନା ନିକଟରେ ରବିବାର ସାରେ ରାସ୍ତା ଅତିକ୍ରମ କରୁଥିବାବେଳେ...

୨ ନାବାଳିକାଙ୍କୁ ଗଣବଳାତ୍କାର: ଅଭିଯୋଗ ପରେ ପୋଲିସର ତତ୍ପରତା, ୩ ଜଣ ଅଟକ

ରାଉରକେଲା, ୨୨।୯(ସଂଗୀତା ଜେନା): ରାଉରକେଲାରେ ଚାଞ୍ଚଲ୍ୟ। ଦୁଇ ଜଣ ନାବାଳିକାଙ୍କୁ ଗଣବଳାତ୍କାର ହୋଇଥିବା ଥାନାରେ ଅଭିଯୋଗ ହେବା ପରେ ପୋଲିସ ତତ୍ପର ହୋଇ ଉଠିଛି। ଏହି...

ଶ୍ୱଶୁରଙ୍କୁ ହତ୍ୟା କଲେ ଜ୍ବାଇଁ : ସ୍ତ୍ରୀ, ଶାଶୁ ଗୁରୁତର

ଲକ୍ଷ୍ମୀପୁର,୨୨ା୯(ଅନନ୍ତ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ସଦର ରେଲୱେ କଲୋନୀ ନିକଟ ଆମ୍ବଗୁଡ଼ା ସାହିରେ ଏକ ହତ୍ୟାକାଣ୍ଡ ଘଟିଛି। ଏଥିରେ ଶ୍ୱଶୁରଙ୍କୁ ଲୁହା ରଡ୍‌ରେ ପିଟି...

ଗାଁ ନିକଟରେ ଦିନ ଦି ପ୍ରହରରେ ବୁଲୁଛି ଗୋଠ ଛଡା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୨।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଫରେଷ୍ଟ ସେକ୍ସନ ଅଧୀନରେ ଥିବା ପାତ୍ରବସା ଗାଁ ନିକଟରେ ଏକ ଭାଲୁ ଦିନ ଦି...

୪ ଘଣ୍ଟାରେ ଖାଇଗଲେ ୨ କୁଇଣ୍ଟାଲ ଚିକେନ ପକୋଡ଼ା

ପୁରୀ,୨୨।୯: ରାଜ୍ୟରେ ଏବେ ବି ରହିଛି ବାର୍ଡଫ୍ଲୁ ଆତଙ୍କ। ଖାସ୍‌ କରି ପୁରୀ ଜିଲାରେ ବାର୍ଡଫ୍ଲୁକୁ ନେଇ ସରକାରଙ୍କ ପକ୍ଷରୁ ସଚେତନତା ଜାରି ରହିଛି। ଏଭଳିସ୍ଥିତିରେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri