ଆଜି ନବଯୌବନ ଦର୍ଶନ

ପୁରୀ ଅଫିସ, ୨।୭
ଶେଷ ହୋଇଛି ମହାପ୍ରଭୁଙ୍କ ୧୪ ଦିନର ଅଣସର। ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବା ଲାଗି ପ୍ରସ୍ତୁତ ହୋଇସାରିଛନ୍ତି ଚତୁର୍ଦ୍ଧାବିଗ୍ରହ। ମଙ୍ଗଳବାର ମଧ୍ୟାହ୍ନରେ ଦଇତାପତିମାନେ ଚକା ଅପସାରଣ କରିବା ପରେ ଫିଟିବ ଅଣସର ତାଟି। ଏହାପରେ ଦାରୁବିଗ୍ରହଙ୍କ ନବଯୌବନ ଦର୍ଶନ ମିଳିବ। ଅନ୍ୟପଟେ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି ରଥ ନିର୍ମାଣ କାର୍ଯ୍ୟ। ବୁଧବାର ମହାପ୍ରଭୁଙ୍କ ଆଜ୍ଞାମାଳ ମିଳିବା ପରେ ରଥଖଳାରୁ ସିଂହଦ୍ୱାର ଅଭିମୁଖେ ଗଡ଼ିିବ ତିନିରଥ। ଗୁରୁବାର ରଥଯାତ୍ରା। ଚତୁର୍ଦ୍ଧାବିଗ୍ରହ ରଥରେ ବିଜେ ହୋଇ ନବଦିନାତ୍ମକ ଯାତ୍ରାରେ ଯିବେ ଜନ୍ମବେଦୀ।
ମଙ୍ଗଳବାର ଅପରାହ୍ନ ସାଢେ ୨ଟାରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ ଆରମ୍ଭ ହେବ। ପରିମାଣିକ ଦର୍ଶନ ପରେ ଭକ୍ତଙ୍କ ସାହାଣମେଲା ତଥା ସର୍ବସାଧାରଣ ଦର୍ଶନ ହେବ। ଅପରାହ୍ନ ସାଢେ ୨ଟାରୁ ସାଢେ ୩ଟା ପର୍ଯ୍ୟନ୍ତ ପରିମାଣିକ ଦର୍ଶନ ଚାଲିବ। ପରିମାଣିକ ଟିକେଟ ମୂଲ୍ୟ ୧୦୦ ଟଙ୍କା ରଖାଯାଇଛି। ଗତବର୍ଷ ଅପେକ୍ଷା ଏଥର ୫୦ ଟଙ୍କା ବୃଦ୍ଧି କରାଯାଇଛି। ସୋମବାର ଶ୍ରୀମନ୍ଦିର ସୂଚନା କେନ୍ଦ୍ରରେ ପରିମାଣିକ ଟିକେଟ ବିକ୍ରି ଆରମ୍ଭ ହୋଇଛି। ପ୍ରାୟ ୫ହଜାର ଟିକେଟ ବିକ୍ରି ଲାଗି ସ୍ଥିର ହୋଇଛି। ପରିମାଣିକ ଟିକେଟଧାରୀ ଦକ୍ଷିଣ ଦ୍ୱାର ଦେଇ ପ୍ରବେଶ କରିବେ। ଭିତରକାଠ ନିକଟରେ ଟିକେଟଧାରୀ ଦର୍ଶନ କରିବେ। ସାଢେ ୩ଟାରୁ ସାଢେ ୪ଟା ପର୍ଯ୍ୟନ୍ତ ଭିତରକାଠ ନିକଟରୁ ସର୍ବସାଧାରଣ ବା ସାହାଣମେଲା ଦର୍ଶନ ହେବ। ଏହି ସମୟରେ ଶ୍ରଦ୍ଧାଳୁ ସିଂହଦ୍ୱାର ଦେଇ ଶ୍ରୀମନ୍ଦିରକୁ ଯିବେ ଏବଂ ଅନ୍ୟ ତିନିଦ୍ୱାର ଦେଇ ବାହାରକୁ ବାହାରିବେ।

ଖଳି ଲାଗିହେଲେ ମହାପ୍ରଭୁ

ଶ୍ରୀମନ୍ଦିରରେ ସୋମବାର ମହାପ୍ରଭୁଙ୍କ ଖଳିଲାଗି ହୋଇଛି। ସୁଭଦ୍ରାଙ୍କ ବାଡ଼ଗ୍ରାହୀ ରାମଚନ୍ଦ୍ର ଦାସମହାପାତ୍ରଙ୍କ ସୂଚନା ମୁତାବକ, ରବିବାର ରାତିରେ ମହାପ୍ରଭୁଙ୍କ ଘଣା କଟାଯାଇଥିଲା। ଏହାପରେ ପ୍ରଧାପନ ବୁଣାଟ ହୋଇ ଘଣାଲାଗି କରାଯାଇଥିଲା। ପାଟରା ସେବକଙ୍କଠାରୁ ଆସିଥିବା ନାଗନାଗୁଣୀ ଘଣା ଦାରୁବିଗ୍ରହଙ୍କ ଶରୀର (ପେଟ ଓ ଶ୍ରୀପୟର)ରେ ଲାଗି କରାଯାଇଥିଲା। ଗଡ଼ାବସ୍ତ୍ର ଦିଆଯାଇ ସିଲ୍‌ କରାଯାଇଥିଲା। ଏହି ନୀତି ବଢିବା ପରେ ଅଣସର ଶୁଦ୍ଧ ସୁଆରଙ୍କ ଘରୁ ଖଳି ହାଣ୍ଡି ଅଣାଯାଇ ଠାକୁରଙ୍କ ଶ୍ରୀଅଙ୍ଗରେ ଲାଗି କରାଯାଇଥିଲା। ଏହାପରେ ଶ୍ରୀମୁଖ ଓତା କପଡ଼ା ପକାଯାଇଥିଲା। ଏହି ନୀତି ସମ୍ପନ୍ନ ପରେ ଦତ୍ତମହାପାତ୍ରଙ୍କ ଘରୁ ଅଣାଯାଇଥିବା ଖଡ଼ି ଲାଗି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ଫରେଷ୍ଟ ଗାର୍ଡ ଚାକିରୀ କରାଇଦେବା ଆଳରେ ୧.୫୦ ଲକ୍ଷ ଠକେଇ

ଭୁବନେଶ୍ୱର,୧୯ା୯(ସୂର୍ଯ୍ୟକାନ୍ତ ବେହେରା): ସହିଦନଗର ଥାନା ଆଇଆଇସିଙ୍କ ପୁଅ କହି ଜଣେ ଅଭିଯୁକ୍ତ ଚାକିରି ଦେବା ନାଁରେ ଜଣେ ଆଶାୟୀଙ୍କଠାରୁ ୧.୫୦ ଲକ୍ଷ ଟଙ୍କା ଠକିନେଇଛନ୍ତି। ଏନେଇ...

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri