ଆଜି ବିଜୁ ଜୟନ୍ତୀ: ସାହସିକତାକୁ ମନେ ପକାଇଲେ ମୋଦି, ଧର୍ମେନ୍ଦ୍ର ଜଣାଇଲେ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର,୫।୩(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୪ତମ ଜନ୍ମଦିବସ ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଗୁରୁବାର ଏ ନେଇ ଏକ ଟୁଇଟ କରି ୧୯୪୫ ମସିହାର ଏକ ପ୍ରଶସ୍ତିପତ୍ର ଅର୍ଥାତ ଦସ୍ତାବିଜକୁ ଆଟାଚ୍‌ କରି ବିଜୁଙ୍କୁ ମନେ ପକାଇଛନ୍ତି ମୋଦି। ବିଜୁ ବାବୁ ସାହସିକତା ଦେଖାଇ ରାମ ମନୋହର ଲୋହିଆଙ୍କୁ ବିମାନରେ ଉଦ୍ଧାର କରିଥିଲେ। ବିଜୁ ବାବୁ ଭାରତର ବିକାଶ ପାଇଁ ଜୀବନବ୍ୟାପି କାର୍ଯ୍ୟ କରିଥିଲେ। ଓଡ଼ିଶାର ବିକାଶ ପାଇଁ ସେ ନିଜ ଜୀବନକୁ ଉତ୍ସର୍ଗ କରିଥିଲେ ବୋଲି ମୋଦି ଟୁଇଟ୍‌ କରି କହିଛନ୍ତି। ସେହିଭଳି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ବିଜୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

ବିଜୁଙ୍କ ଜନ୍ମଦିବସ ଉପଲକ୍ଷେ ବିଜେଡି ମୁଖ୍ୟ କାର୍ଯ୍ୟାଳୟରେ ବିଜୁ ଜୟନ୍ତୀ ସହ ରକ୍ତଦାନ ଶିବିରର ଆୟୋଜନ କରାଯାଇଛି। ଏଥିସହ ଗୁରୁବାରଠାରୁ ୨ ସପ୍ତାହ ପର୍ଯ୍ୟନ୍ତ ଗ୍ରାମାଞ୍ଚଳରେ ପକ୍କାଘର ପାଇ ନ ଥିବା ଯୋଗ୍ୟ ହିତାଧିକାରୀଙ୍କୁ ପକ୍କାଘର ଯୋଗ୍ୟତା କାର୍ଡ ପ୍ରଦାନ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ମାର୍ଚ୍ଚ ୫ରୁ ୨୦ ତାରିଖ ଯାଏ ଜୟନ୍ତୀ ପାଳନ କରାଯିବାକୁ ବିଜେଡି ନିଷ୍ପତ୍ତି ନେଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

କାଲି ପୋଲିସର ଭୁବନେଶ୍ୱରରେ ବଡ଼ ବୈଠକ, ଯୋଗଦେବେ…

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri