ଆଠମଲ୍ଲିକ ସହର ରାସ୍ତା ବିପର୍ଯ୍ୟସ୍ତ

ଆଠମଲ୍ଲିକ, ୨୮|୨(ଡି.ଏନ.ଏ.) – ଆଠମଲ୍ଲିକ ସହରରେ ବିଭିନ୍ନ ସ୍ଥାନରେ ରାସ୍ତା ଅବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ଦୀର୍ଘ ଦିନ ହେଲା ଏଗୁଡିକର ମରାମତି କରାଯାଉ ନ ଥିବାରୁ ଲୋକେ ଯାତାୟାତରେ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି। ସହରର ଟାଙ୍ଗିଆନିଶା-ବରଗାଁ ରାସ୍ତା, ନୂଆସାହି, ଜମ୍ବେଶ୍ୱର ମିଶ୍ର-ବନ୍ଧସାହି ଛକ ଗଳି, ମାଣିକପଥର-ପଡିଆ ହିନ୍ଦୋଳ, ସାଲେଇଢିପା, ମାଣିକପଥର ଗ୍ରାମ ରାସ୍ତା, ପୁଲେଶ୍ୱର ଆଦି ରାସ୍ତା ଖାଲଖମାରେ ପରିଣତ ହୋଇଛି। ଫଳରେ ଲୋକେ ଯିବାଆସିବାବେଳେ ହଇରାଣ ହେଉଛନ୍ତି। ତୁରନ୍ତ ଏନ୍‌ଏସି ପକ୍ଷରୁ ରାସ୍ତା ନିର୍ମାଣ କରାଯିବାକୁ ସାଧାରଣରେ ଦାବି ହୋଇଛି। ଏ ସମ୍ପର୍କରେ ଏନ୍‌ଏସି ନିର୍ବାହୀ ଅଧିକାରୀ କାଦମ୍ବିନୀ ଜେନାଙ୍କୁ ଯୋଗାଯୋଗ କରିବାରେ କହିଛନ୍ତି, ଉକ୍ତ ରାସ୍ତାଗୁଡିକ ନିର୍ମାଣ ପାଇଁ ଟେଣ୍ଡର ହୋଇସାରିଛି। ଖୁବ୍‌ଶୀଘ୍ର କାର୍ଯ୍ୟ ଆରମ୍ଭ ହେବ। ଏତଦ୍‌ବ୍ୟତୀତ ଟାଙ୍ଗିଆନିଶା-ବରଗାଁ ରାସ୍ତା ପୂର୍ତ୍ତ ବିଭାଗ ଅଧୀନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri