ଆମ୍ବୁଲାନ୍ସ ଅଚଳ: ରୋଗୀ ହୀନସ୍ତା

ଢେଙ୍କାନାଳ ଅଫିସ, ୧୪।୮-ଅଧାରାସ୍ତାରେ ଅଚଳ ହୋଇପଡ଼ିଲା ଆମ୍ବୁଲାନ୍ସ। ଫଳରେ ଯନ୍ତ୍ରଣାରେ ଛଟପଟ ହୋଇଥିଲେ ପକ୍ଷାଘାତ ରୋଗୀ। ଏପରି ଏକ ଘଟଣା ଦେଖିବାକୁ ମିଳିଛି ଢେଙ୍କାନାଳ ସଦରରେ।
କାମାକ୍ଷାନଗର ବ୍ଲକ ବାଉଁଶପାଳ ଗ୍ରାମର ସୂର୍ଯ୍ୟକାନ୍ତି ଷେଣ୍ଢ (୬୦) ସୋମବାର ପକ୍ଷାଘାତରେ ଆକ୍ରାନ୍ତ ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ଅବସ୍ଥା ଜଟିଳ ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରିବାକୁ ଡାକ୍ତର ପରାମର୍ଶ ଦେଇଥିଲେ। ମଙ୍ଗଳବାର ଅପରାହ୍ନ ସାଢ଼େ ୨ଟାରେ ୧୦୮ ଆମ୍ବୁଲାନ୍ସ ଯୋଗେ ତାଙ୍କୁ କଟକ ନିଆଯାଉଥିଲା। ହେଲେ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ନିକଟରେ ଆମ୍ବୁଲାନ୍ସ ଇଞ୍ଜିନରୁ ହଠାତ୍‌ ଧୂଅଁା ବାହାରିଥିଲା। ଫଳରେ ଡ୍ରାଇଭର ବାଧ୍ୟ ହୋଇ ଗାଡ଼ି ଅଟକାଇଥିଲେ। ଏହି ସମୟ ମଧ୍ୟରେ ସୂର୍ଯ୍ୟକାନ୍ତିଙ୍କ ଅବସ୍ଥା ଗୁରୁତର ହୋଇପଡ଼ିଥିଲା। ସୂଚନା ପାଇ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଉ ଏକ ଆମ୍ବୁଲାନ୍ସ ଆସି ରୋଗୀଙ୍କୁ କଟକ ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରୋଡ ରୋମିଓଙ୍କୁ ଧରି ନିସ୍ତୁକ ପିଟିଲେ ଯୁବତୀ

ତାଳଚେର,୧।୧୦: ଅନୁଗୋଳ ଜିଲା ତାଳଚେର ହାଟତୋଟା ବଜାରରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଦୁଇଜଣ ରୋଡ୍‌ ରୋମିଓ ବଜାରରେ ଜଣେ ଯୁବତୀଙ୍କୁ ଅଶ୍ଲୀଳ ଇଙ୍ଗିତ...

ବିଡିଓଙ୍କୁ ତାଲା ପକାଇଲେ ଏମ୍‌ପିଙ୍କ ପ୍ରତିନିଧି, ଭାଜପା କର୍ମକର୍ତ୍ତା

କେନ୍ଦୁଝର,୧।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ତେଲକୋଇ ବିଡିଓଙ୍କ ବ୍ୟବହାରରେ କ୍ଷୁବ୍ଧ ହୋଇ ମଙ୍ଗଳବାର ଭାଜପା ନେତା ଓ କର୍ମୀ ବ୍ଲକ କାର୍ଯ୍ୟାଳୟ ମୁଖ୍ୟ ଗେଟ୍‌ରେ...

ପୋଲିସ ସ୍ବାମୀଙ୍କୁ ମାରି ଦେଇଥିବା ଅଭିଯୋଗ ଆଣିଥିଲେ ସ୍ତ୍ରୀ: ଏସ୍‌ଆଇ, ହାବିଲଦାର ନିଲମ୍ବିତ

ଫୁଲବାଣୀ, ୧ା୧୦(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଥାନା ଡାଙ୍ଗଣାମୁ ଘାଟି ରାସ୍ତାରୁ ଗତ ୨୬ ତାରିଖରେ ବୌଦ୍ଧ ଜିଲା କଣ୍ଟାମାଳ...

ଚିଡିଆଖାନାରେ ମଣିଷଖିଆ କଲରାପତରିଆ ବାଘ ଦେଖିବେ ପର୍ଯ୍ୟଟକ

ସମ୍ବଲପୁର,୧ା୧୦(ପ୍ରମୋଦ ବହିଦାର): ସମ୍ବଲପୁର ମୋତିଝରଣସ୍ଥିତ ଚିଡ଼ିଆଖାନା(ଡିଅରପାର୍କ)ରେ ପର୍ଯ୍ୟଟକମାନେ ଏକ ମଣିଷଖିଆ କଲରାପତରିଆ ଦେଖିପାରିବେ। ଚିଡ଼ିଆଖାନାରେ ସ୍ବତନ୍ତ୍ର ଭାବେ କାଚରେ ନିର୍ମିତ ଆବଦ୍ଧ କୋଠରିରେ ବାଘକୁ ଛଡ଼ାଯାଇଛି।...

ସମ୍ବଲପୁର ନାବାଳିକା ବଳାତ୍କାର, ହତ୍ୟା ମାମଲା: ଅଭିଯୁକ୍ତଙ୍କୁ ଫାଶୀଦଣ୍ଡ ଦେଲେ କୋର୍ଟ

ସମ୍ବଲପୁର,ଜମନକିରା,୧ା୧୦(ପ୍ରମୋଦ ବହିଦାର, ରବିନ୍ଦ୍ର ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଅଧୀନ କସଡ଼ା ଗ୍ରାମରେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ରାୟ ମଙ୍ଗଳବାର...

ସୁନ୍ଦରଗଡ଼ରେ ଯୁବକଙ୍କୁ ହତ୍ୟା

ହେମଗିର,୧।୧୦( ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଟାଙ୍ଗରଡିହିରେ ମଙ୍ଗଳବାର ଜଣଙ୍କୁ ଇଟାରେ ଛେଚି ହତ୍ୟା କରାଯାଇଛି। ମୃତକ ହେଲେ ଟାଙ୍ଗରଡିହି ଗ୍ରାମର...

ପାର୍ବଣରେ ବୋନସ୍‌ ଦାବି ତେଜିଲା, ନ ମିଳିଲେ…

ରାଉରକେଲା,୧।୧୦(ବିପ୍ଳବ ରଞ୍ଜନ ଦାଶ): ଆର୍‌ଏସ୍‌ପିରେ କାର୍ଯ୍ୟରତ ଠିକା ଶ୍ରମିକଙ୍କୁ ବୋନସ୍‌ ପ୍ରଦାନ ଦାବି ନେଇ ରାଉରକେଲା ହିନ୍ଦ୍‌ ମଜଦୁର ସଭା ଓ ଜିଲା ଶିଳ୍ପାଞ୍ଚଳ ଶ୍ରମିକ...

ବୁଲାଣି ରାସ୍ତାରେ ବସ୍‌ରୁ ଖସି ପଡ଼ିଲେ ହେଲପର୍‌, ମାଡ଼ିଗଲା ବସ୍‌…

ପୁରୀ,୧।୧୦: ପୁରୀ ଜିଲା ଖାଜୁରିଆ ରାସ୍ତା ଗୋବିନ୍ଦପୁର ମହାବୀର ଛକ ବୁଲାଣି ନିକଟରେ ଏକ ଦୁର୍ଘଟଣା ଘଟିଛି। ଚଳନ୍ତା ବସ୍‌ରୁ ହେଲପର୍‌ ଜଣକ ଖସି ପଡିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri