Posted inଭଦ୍ରକ

ଆମ ଗଁା ଆମ ବିକାଶ ଯୋଜନାରେ ଚଞ୍ଚକତା: କ୍ଷେତ୍ରୀୟ ତଦନ୍ତ କଲେ ଅମ୍ବୁଡସ୍‌ମ୍ୟାନ

ଭଦ୍ରକ ଅଫିସ, ୧।୯- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ନୂଆଗଁା ପଞ୍ଚାୟତ ଜନ୍ତୁଆଳି ଗ୍ରାମରେ ‘ଆମ ଗଁା ଆମ ବିକାଶ’ ଯୋଜନାରେ ୪ ଲକ୍ଷ ଟଙ୍କାର ଦୁର୍ନୀତି ଓ ଚଞ୍ଚକତା ନେଇ ଅଭିଯୋଗ ହୋଇଥିଲା। ଜିଲା ଅମ୍ବୁଡସ୍‌ମ୍ୟାନ ଲଳିତା ମିଶ୍ର ଏହି ଗଁାକୁ ଆସି କ୍ଷେତ୍ରୀୟ ତଦନ୍ତ କରି ଫେରିଛନ୍ତି। ତଦନ୍ତ ପରେ ଜିଲାପାଳ ଓ କମିଶନରଙ୍କୁ ଲିଖିତ ଭାବେ ଜଣାଇ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ସେ ଗ୍ରାମବାସୀଙ୍କୁ ପ୍ରତିଶ୍ରୁତି ଦେଇଥିଲେ। ଅମ୍ବୁଡସମ୍ୟାନଙ୍କ ତଦନ୍ତ ବେଳେ ଜନ୍ତୁଆଳି ଗ୍ରାମର ବହୁ ଲୋକ ଉପସ୍ଥିତ ରହି ନିଜ ନିଜର ବୟାନ ଦେଇଥିଲେ।
ଉଲ୍ଲେଖନୀୟ ଯେ, ପୋଖରୀସାହି ସ୍ଥିତ ତାରିଣୀ କମ୍ୟୁନିଟି ସେଣ୍ଟର ଓ ମଣ୍ଡପ ଗୃହ ନିର୍ମାଣ ପାଇଁ ୨୦୧୮-୧୯ ଆର୍ଥିକ ବର୍ଷରେ ୪୦ ଲକ୍ଷ ଟଙ୍କା ବ୍ୟୟ ଅଟକଳ ହୋଇଥିଲା। କିନ୍ତୁ ବିଭାଗୀୟ ଅଧିକାରୀମାନେ ଚଞ୍ଚକତା କରି କେତେକ ମୁଷ୍ଟିମେୟ ଲୋକଙ୍କ ପ୍ରରୋଚନାରେ ଜନ୍ତୁଆଳି ନୂଆସାହିସ୍ଥିତ ଏକ ଗ୍ରାମ୍ୟ ଜଙ୍ଗଲ ଜମିରେ ବେଆଇନ ଭାବେ ପକ୍କାଗୃହ ନିର୍ମାଣ କରିଥିଲେ। ଯେଉଁଥିରେ ପ୍ରାୟ ୧ ଲକ୍ଷ ୨୦ ହଜାର ଟଙ୍କା ଖର୍ଚ୍ଚ ହୋଇଥିବା ବେଳେ ୨ ଲକ୍ଷ ୮୦ ହଜାର ଟଙ୍କା ବାଟମାରଣା କରାଯାଇଥିଲା। ଏହି ବେଆଇନ ପକ୍କାଗୃହ ଜନ୍ତୁଆଳି ଗ୍ରାମର ପାରମ୍ପରିକ ଗ୍ରାମ୍ୟ ଜଙ୍ଗଲରେ ତିଆରି କରାଯାଇଥିବା ଅଭିଯୋଗ କରି ଏହାକୁ ଭାଙ୍ଗିବା ପାଇଁ ଗ୍ରାମବାସୀ ଅମ୍ବୁଡସ୍‌ମ୍ୟାନଙ୍କୁ ଦାବି ଜଣାଇଥିଲେ। ଏହି ୪ ଲକ୍ଷ ଟଙ୍କା ବିଭାଗୀୟ ଅଧିକାରୀମାନଙ୍କ ପାଖରୁ ଆଦାୟ କରାଯାଇ ସରକାରଙ୍କ ରାଜସ୍ବ ପାଣ୍ଠିକୁ ଫେରାଇ ଅଣାଯିବାକୁ ଗ୍ରାମବାସୀ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକ ସଂଘରେ ଫାଟ: ରାଜ୍ୟ କାର୍ଯ୍ୟକାରିଣୀ ବୈଠକକୁ ବିରୋଧ କଲେ ଗୋଟିଏ ଗୋଷ୍ଠୀ

ଭଦ୍ରକ, ୨୦।୯(ସନାତନ ରାଉତ): ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘରେ ଫାଟ। ସଂଘ ପକ୍ଷରୁ ଶୁକ୍ରବାର ନୂତନ ଜାତୀୟ ଶିକ୍ଷାନୀତି ସମ୍ବନ୍ଧରେ ଆଲୋଚନା ଚକ୍ର ଓ...

ଧାମନଗରରେ ୧୬୩ ଲାଗୁ

ଧାମନଗର,୧୯ା୯: ଭଦ୍ରକ ଜିଲା ଧାମନଗର ଗୋଷ୍ଠୀ ସଂଘର୍ଷ ଘଟଣାରେ ବିଏନ୍‌ଏସ୍‌ଏସ୍‌ ୧୬୩ ଲାଗୁ ହୋଇଛି। ୨୧ ତାରିଖ ରାତି ୧୦ଟା ପର୍ଯ୍ୟନ୍ତ ବିଏନ୍‌ଏସ୍‌ଏସ୍‌ ୧୬୩ ଲାଗୁ ହୋଇଛି।...

ଅସାଧାରଣ ପ୍ରତିଭାର ଅଧିକାରୀ ଥିଲେ ବିଷ୍ଣୁ ସେଠୀ: ମୁଖ୍ୟମନ୍ତ୍ରୀ

ତିହିଡ଼ି,୧୯ା୯: ପୂର୍ବତନ ବିଧାୟକ ବିଷ୍ଣୁ ସେଠୀ ଅସାଧାରଣ ପ୍ରତିଭାର ଅଧିକାରୀ ଥିଲେ। ତାଙ୍କ ଉଦ୍ୟମରେ କାନ୍ତକବିଙ୍କ ଲିଖିତ ସଙ୍ଗୀତ ବନ୍ଦେ ଉତ୍କଳ ଜନନୀ ରାଜ୍ୟ ସଙ୍ଗୀତର...

ଗଣେଶ ମୂର୍ତ୍ତି ଭସାଣି ବେଳେ ଗୋଷ୍ଠୀ ସଂଘର୍ଷ: ୧୦ ଆହତ, ୮ ଗିରଫ

ତିହିଡ଼ି,୧୨ା୯(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ପାଳିଆବିନ୍ଧା ପଞ୍ଚାୟତ ଅଧୀନ ପାଳିଆ ଗ୍ରାମରେ ବୁଧବାର ରାତିରେ ଗଣେଶ ମେଢ଼ ଭସାଣି ବେଳେ ଗୋଷ୍ଠୀ ସଂଘର୍ଷ...

ସୁଭଦ୍ରା ଫର୍ମ ଫେରସ୍ତ ମାଗିବାରୁ ଅଙ୍ଗନୱାଡି ଦିଦିଙ୍କୁ ପିଟିଲେ, ଆଉ ଏବେ….

ଚାନ୍ଦବାଲି,୧୧।୯(କିଷାନ ପାତ୍ର): ସୁଭଦ୍ରା ଫର୍ମ ଫେରସ୍ତ ମାଗିବା ଘଟଣାକୁ କେନ୍ଦ୍ରକରି ଚାନ୍ଦବାଲି ବ୍ଲକ ଅଧୀନ ଖଦାଳପୋଖରୀ ପଞ୍ଚାୟତର ବ୍ରହ୍ମଟିକ୍ରି ଅଙ୍ଗନୱାଡି କର୍ମୀ ପ୍ରୀତିରେଖା ବଳଙ୍କୁ ମାଡ଼...

ଭଦ୍ରକରେ ଚାଞ୍ଚଲ୍ୟ: ପ୍ରସବରେ ସହାୟତା କରିଥିବା ମହିଳା ଶିଶୁ କନ୍ୟାକୁ ନେଇ ଚମ୍ପଟ

ଭଦ୍ରକ, ୧୦।୯(ସନାତନ ରାଉତ): ପିଲାଜନ୍ମରେ ସହାୟତା କଲେ। ମା’ ଛୁଆଙ୍କୁ ନେଇ ଭଦ୍ରକ ଓ ପରେ କଟକ ମେଡିକାଲ ନେଇଗଲେ। ମେଡିକାଲରୁ ଫେରିବା ବାଟରେ ନବଜାତ...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ୨ ଜୀବନ

ଭଦ୍ରକ,୯ା୯(ସନାତନ ରାଉତ): ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ ଟାଉନ ଥାନା ଅଧୀନ ବନ୍ତ ଛକ ନିକଟରେ ରବିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ଏକ...

ପୂଜା ପାଇବେ ବୁଢ଼ା, ଟୋକା, ପିଲା ଗଣେଶ

ଭଦ୍ରକ,୭ା୯(ସନାତନ ରାଉତ):ଶନିବାର ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ପୂଜା। ଭଦ୍ରକର ପ୍ରସିଦ୍ଧ ବୁଢ଼ା, ଟୋକା ଓ ପିଲା ଗଣେଶ ପୂଜାକୁ ନେଇ ସମସ୍ତଙ୍କ ମନରେ ବେଶ୍‌ ଉତ୍ସାହ। ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri