ଆର୍ଥିକ ଅଭିବୃଦ୍ଧି ବୃଦ୍ଧି ଚିନ୍ତା; ଅର୍ଥନୀତିଜ୍ଞଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମାନସ ମନ୍ଥନ

ନୂଆଦିଲ୍ଲୀ,୨୩-୬: ବଜେଟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦେଶର ପ୍ରମୁଖ ଅର୍ଥନୀତିଜ୍ଞ ଏବଂ ବିଶେଷଜ୍ଞଙ୍କ ସହିତ ଦେଶର ଆର୍ଥିକ ପରିସ୍ଥିତି ଉପରେ ମାନସ ମନ୍ଥନ କରିଥିଲେ। ଏହା ଏଥିପାଇଁ ଗୁରୁତ୍ୱପୂର୍ଣ୍ଣ ଥିଲା ଯେ, ମୋଦି ସରକାରଙ୍କ ପ୍ରଥମ କାର୍ଯ୍ୟକାଳରେ ଅର୍ଥନୀତି ହ୍ରାସ ପାଇବା ସହ ନିଯୁକ୍ତି ୪୫ ବର୍ଷର ସର୍ବନିମ୍ନ ସ୍ତରରେ ଆସି ପହଞ୍ଚତ୍ଛି। ଦେଶର ବିକାଶକୁ ଗତିଶୀଳ କରିବା ଏବଂ ଅଧିକ ନିଯୁକ୍ତି ସୃଷ୍ଟି ଲାଗି ଆର୍ଥିକ ନୀତିର ରୂପରେଖ ପ୍ରସ୍ତୁତ କରିବା ଏହି ବୈଠକର ଉଦ୍ଦେଶ୍ୟ ଥିଲା। ବାଣିଜ୍ୟ ଏବଂ ଉଦ୍ୟୋଗ ମନ୍ତ୍ରୀ ପୀୟୂଷ ଗୋୟଲ ଏହି ବୈଠକରେ ଉପସ୍ଥିତ ଥିଲେ। ନୀତି ଆୟୋଗ ପକ୍ଷରୁ ‘ଆର୍ଥିକ ନୀତି-ଆଗକୁ ରାସ୍ତା’ ଶୀର୍ଷକରେ ଏହି ବୈଠକ ଆୟୋଜନ କରାଯାଇଥିଲା।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ(ପିଏମ୍‌ଓ) ପକ୍ଷରୁ ଜାରି ବିବୃତି ଅନୁଯାୟୀ, ବିଶେଷଜ୍ଞମାନେ ଅର୍ଥନୀତି, ରୋଜଗାର, କୃଷି, ଜଳସେଚନ, ରପ୍ତାନି,ଶିକ୍ଷା ଏବଂ ସ୍ବାସ୍ଥ୍ୟ ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ନିଜ ନିଜର ପରାମର୍ଶମାନ ଦେଇଥିଲେ। ନିକଟରେ ଜାରି ଜିଡିପି ତଥ୍ୟ ପ୍ରକାଶ ପାଇବା ପରେ ଦେଶକୁ ଆର୍ଥିକ ମାନ୍ଦାବସ୍ଥାରୁ ରକ୍ଷା କରିବାର ବଡ଼ ଆହ୍ବାନ ରହିଛି। ପ୍ରକାଶିତ ଜିଡିପି ତଥ୍ୟ ଅନୁଯାୟୀ, ୨୦୧୮-୧୯ର ଚତୁର୍ଥ ତ୍ରୈମାସରେ ଦେଶର ବିକାଶ ହାର ମାତ୍ର ୫.୮% ରହିଛି, ଯାହା କି, ୫ ବର୍ଷର ସର୍ବନିମ୍ନ ସ୍ତର। ଅନ୍ୟପକ୍ଷରେ ୨୦୧୭-୧୮ରେ ବେକାରୀ ୪୫ ବର୍ଷର ସର୍ବନିମ୍ନ ସ୍ତର ୬.୧%ରେ ପହଞ୍ଚତ୍ୟାଇଛି। ସରକାରଙ୍କ ପ୍ରଥମ କାର୍ଯ୍ୟକାଳରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ବେକାରୀ ସମସ୍ୟାକୁ ନେଇ ସମାଲୋଚନାର ସରବ୍ୟ ହେବାକୁ ପଡ଼ିଥିଲା। ବିରୋଧୀ ଦଳଗୁଡ଼ିକ ନିର୍ବାଚନରେ ଏହାକୁ ଏକ ବଡ଼ ପ୍ରସଙ୍ଗ କରିଥିଲେ। ଅର୍ଥମନ୍ତ୍ରୀ ସୀତାରାମନ୍‌ ଜୁଲାଇ ୫ରେ ମୋଦି ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବାକୁ ଯାଉଛନ୍ତି। ଏହାପୂର୍ବରୁ ନୀତି ଆୟୋଗ ଦ୍ୱାରା ଆୟୋଜିତ ଉକ୍ତ ବୈଠକର ବେଶ୍‌ ଗୁରୁତ୍ୱ ରହିଛି। ଦେଶର ଆର୍ଥିକ ବିକାଶକୁ ଗତି ଦେବା ଲାଗି ଅର୍ଥନୀତିଜ୍ଞଙ୍କ ସହିତ ମନ୍ଥନରେ ସାମିଲ ହେବା ପରେ ସେ କିଛି ବଡ଼ ପଦକ୍ଷେପ ଗ୍ରହଣ କରିପାରନ୍ତି ବୋଲି ମନେ କରାଯାଉଛି। ଏହି ବୈଠକରେ ପରିସଂଖ୍ୟାନ ଏବଂ କାର୍ଯ୍ୟକ୍ରମ କ୍ରିୟାନ୍ବୟନ ରାଷ୍ଟ୍ରମନ୍ତ୍ରୀ(ସ୍ବାଧୀନ) ରାଓ ଇନ୍ଦ୍ରଜିତ ସିଂ, ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର ଏବଂ ସରକାରଙ୍କ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଉପସ୍ଥିତ ସମସ୍ତ ଅର୍ଥନୀତିଜ୍ଞ ଏବଂ ବିଶେଷଜ୍ଞଙ୍କୁ ସେମାନଙ୍କ ପରାମର୍ଶ ପାଇଁ ଧନ୍ୟବାଦ ଦେଇଥିଲେ ଏବଂ ସରକାର ସେମାନଙ୍କ ପରାମର୍ଶକୁ କାର୍ଯ୍ୟକାରୀ କରିବା ଲାଗି ପ୍ରୟାସ କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

ଆଇଫୋନ୍‌ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୦।୯:ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ...

ବଜାରରେ ଏଚ୍‌ପିର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୨୦।୯ (ଅଭୟ ଦାଶ):ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଇ-ଉତ୍ପାଦନକାରୀ ବ୍ରାଣ୍ଡ ଏଚ୍‌ପିର ନୂତନ ଉତ୍ପାଦ ରେଞ୍ଜର ଅନାବରଣ ନିକଟରେ ହୋଇଯାଇଛି। ଏପରିକି ବ୍ରାଣ୍ଡ୍‌ର ଅଫିସ୍‌...

ଆଇସିଆଇସିଆଇ ପ୍ରୁ ସିଗ୍ନେଚର ପେନ୍‌ସନର ଶୁଭାରମ୍ଭ

ନୂଆଦିଲ୍ଲୀ,୨୦।୯ (ଅଭୟ ଦାଶ):ଆଇସିଆଇସିଆଇ ପ୍ରୁଡେନ୍ସିଆଲ ଲାଇଫ୍‌ ଇନ୍ସୁରାନ୍ସର ନୂତନ ଉତ୍ପାଦ ‘ଆଇସିଆଇସିଆଇ ପ୍ରୁ ସିଗ୍ନେଚର ପେନ୍‌ସନ’ ପ୍ଲାନ୍‌ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହା ଏକ...

ମଉଳୁଛି ପେଟ୍ରୋଲ, ଡିଜେଲ ଶସ୍ତା ହେବା ଆଶା

ଭୁବନେଶ୍ୱର,୨୦।୯ (ଅନୁରାଧା ମହାରଣା):ନିକଟରେ ଅଶୋଧିତ ତୈଳର ମୂଲ୍ୟ ହ୍ରାସ ପାଇବା ପରେ ଦେଶରେ ପେଟ୍ରୋଲ ଏବଂ ଡିଜେଲ ଦର ହ୍ରାସ ପାଇବ ବୋଲି ଆଶା କରାଯାଉଥିଲା।...

କୋଟି କୋଟି ଟଙ୍କାର ବ୍ୟବସାୟ ଛାଡି ରିଲାଏନ୍ସରେ ଦେଇଥିଲେ ଯୋଗ, ଏବେ କମ୍ପାନୀର…

ନୂଆଦିଲ୍ଲୀ,୧୯।୯: ଜୟକର୍ପ ଲିମିଟେଡର ଚେୟାରମ୍ୟାନ୍‌ ଆନନ୍ଦ ଜେନ ରିଅଲ ଇଷ୍ଟେଟ, ବିତ୍ତ ଓ ପୁଞ୍ଜି ବଜାର ସହିତ ଅନ୍ୟ ଉଦ୍ୟୋଗରେ ୩୦ବର୍ଷର ଅନୁଭବ ରଖିଛନ୍ତି। ତେବେ...

ପାର୍ବଣ ସମୟରେ ନିୟନ୍ତ୍ରଣରେ ରହିବ ଦରଦାମ୍: ଆଶ୍ୱସ୍ତ କଲେ ସରକାର

ନୂଆଦିଲ୍ଲୀ,୧୮ା୯: ସରକାର ନାଗରିକମାନଙ୍କୁ ଆଶ୍ୱାସନା ଦେଇଛନ୍ତି ଯେ ଆଗାମୀ ପାର୍ବଣ ଋତୁରେ ଅତ୍ୟାବଶ୍ୟକ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ହେବ ନାହିଁ। ବଢୁଥିବା ଦରଦାମ୍ ଏବେ ଲୋକମାନଙ୍କର...

ଜିଡିପିରେ ଓଡ଼ିଶାର ଜବରଦସ୍ତ ଉନ୍ନତି: ପଛରେ ପଡିଲା ପଶ୍ଚିମବଙ୍ଗ

ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ (ଇଏସି-ପିଏମ) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ଦର୍ଶାଯାଇଛି ଯେ, ଉଦାରୀକରଣ ପରେ ଦକ୍ଷିଣ ରାଜ୍ୟଗୁଡ଼ିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri