Posted inଖେଳ

ଆଶେସ ଚତୁର୍ଥ ଟେଷ୍ଟ: ଲାବୁସ୍କାନ, ସ୍ମିଥ୍‌ଙ୍କ ଅର୍ଦ୍ଧଶତକ

ଓଲ୍ଡ ଟ୍ରାଫର୍ଡ,୫।୯- ମାଞ୍ଚେଷ୍ଟରର ଓଲ୍ଡ ଟ୍ରାଫର୍ଡ ଷ୍ଟାଡିୟମରେ ଇଂଲଣ୍ଡ ଓ ଭ୍ରମଣକାରୀ ଅଷ୍ଟ୍ରେଲିଆ ମଧ୍ୟରେ ଚତୁର୍ଥ ଆଶେସ ଟେଷ୍ଟ ମ୍ୟାଚ୍‌ ବୁଧବାରଠାରୁ ଆରମ୍ଭ ହୋଇଛି। ବର୍ଷା ବାଧାପ୍ରାପ୍ତ ପ୍ରଥମ ଦିବସରେ ଟସ୍‌ ଜିତି ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ୪୪ ଓଭରରେ ୩ ଉଇକେଟ ହରାଇ ୧୭୦ ରନ ସଂଗ୍ରହ କରିଛି। ଇନ୍‌ଫର୍ମ ଅଭିଜ୍ଞ ବ୍ୟାଟ୍ସମ୍ୟାନ ଷ୍ଟିଭ ସ୍ମିଥ୍‌ ୬୦ ରନର ଅର୍ଦ୍ଧଶତକୀୟ ପାଳି ଖେଳି ଓ ଟ୍ରାଭିସ୍‌ ହେଡ ୧୮ ରନ କରି ଅପରାଜିତ ରହିଛନ୍ତି। ତାରକା ଓପନର ଡେଭିଡ ଓ୍ବାର୍ନର ଖାତା ଖୋଲିବା ପୂର୍ବରୁ ଷ୍ଟୁଆର୍ଟ ବ୍ରଡଙ୍କ ବଲ୍‌ ଉଇକେଟକିପର ଜନି ବେୟାରଷ୍ଟୋଙ୍କୁ କ୍ୟାଚ୍‌ ଦେଇ ଆଉଟ ହୋଇଥିଲେ। ଅନ୍ୟତମ ଓପନର ମାର୍କସ ହାରିସ୍‌ ୧୩ ରନ କରିଥିବା ବେଳେ ଏଲ୍‌ବିଡବ୍ଲ୍ୟୁ ହୋଇ ବ୍ରଡଙ୍କ ଦ୍ୱିତୀୟ ଶିକାର ହୋଇଥିଲେ। ମାର୍ନସ ଲାବୁସ୍କାନ ୬୭ ରନର ଅର୍ଦ୍ଧଶତକୀୟ ପାଳି ଖେଳି କ୍ରେଗ୍‌ ଓଭରଟନଙ୍କ ଦ୍ୱାରା କ୍ଲିନ୍‌ ବୋଲ୍ଡ ହୋଇ ପ୍ୟାଭିଲିୟନ ଫେରିଥିଲେ। ବର୍ଷା ଯୋଗୁ ପ୍ରଥମ ଦିନରେ ମାତ୍ର ୪୪ ଓଭର ଖେଳ ସମ୍ଭବ ହୋଇଥିଲା। ବୋଲିଂରେ ଇଂଲଣ୍ଡ ତରଫରୁ ବ୍ରଡ ୨ ଓ ଓଭରନଟନ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ। ଚଳିତ ଆଶେସ ୧-୧ ସମାନସ୍ତରରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

୬୩୭ ଦିନ ପରେ ଟେଷ୍ଟରେ କମାଲ୍‌ କଲେ ପନ୍ତ

ଚେନ୍ନାଇ,୨୧।୯: ଟିମ ଇଣ୍ଡିଆର ତାରକା ଉଇକେଟ କିପର-ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ଟେଷ୍ଟ କ୍ରିକେଟ ପ୍ରତ୍ୟାବର୍ତ୍ତନ ଦୃଢ ଼ ପ୍ରମାଣିତ ହେଉଛି। ଦେଢ ବର୍ଷରୁ ଅଧିକ ସମୟ...

ପାଟିରେ କଳାଫିତା କାମୁଡି ବ୍ୟାଟିଂ କଲେ ବାଂଲାଦେଶ ବ୍ୟାଟ୍ସମ୍ୟାନ୍‌: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୧।୯: ଚେନ୍ନାଇ ଟେଷ୍ଟର ଦ୍ୱିତୀୟ ଦିନରେ ବାଂଲାଦେଶ ଅଲରାଉଣ୍ଡର ଶାକିବ ଅଲ ହାସନ ପାଟିରେ ଏକ କଳାଫିତା କାମୁଡି ବ୍ୟାଟିଂ କରିବାକୁ ବାହାରିଥିଲେ। ଶାକିବଙ୍କ ଭିଡିଓ...

୫୧ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଲେ ଯଶସ୍ବୀ ଜୟସ୍ବାଲ: ଗାଭାସ୍କରଙ୍କୁ ପଛରେ ପକାଇଲେ

ଚେନ୍ନାଇ,୨୧।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ଏକ ରୋମାଞ୍ଚକର ମୋଡ଼ରେ ପହଞ୍ଚିଛି। ଦୁଇ ଦିନ ମଧ୍ୟରେ ଦୁଇଟି ଇନିଂସ ଶେଷ ହୋଇଛି।...

ଦକ୍ଷିଣ ଆଫ୍ରିକାକୁ ଧୂଳିଚଟାଇ ଇତିହାସ ରଚିଲା ଆଫଗାନିସ୍ତାନ

ନୂଆଦିଲ୍ଲୀ,୨୧।୯: ଆଫଗାନିସ୍ତାନ ଇତିହାସ ସୃଷ୍ଟି କରିଛି। ଦିନିକିଆ ସିରିଜରେ ଆଫଗାନିସ୍ତାନ ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛନ୍ତି। ଆଫଗାନିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା...

ଭାରତ ୩୦୮ ରନ୍‌ରେ ଆଗୁଆ

ଚେନ୍ନାଇ,୨୧ା୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ପେସ୍‌ ବୋଲର ଚମତ୍କାର ବୋଲିଂ କରିଥିବା ବେଳେ ଦ୍ୱିତୀୟ ଦିନର ଷ୍ଟମ୍ପ ଅପସାରଣ ବେଳକୁ...

ପଦାର୍ପଣରେ ତେଜ ଦେଖାଇଲା କୋଣାର୍କ ସୂର୍ଯ୍ୟସ

ଯୋଧପୁର, ୨୧।୯ (ତପନ ସ୍ବାଇଁ): ଲିଜେଣ୍ଡ୍‌ସ ଲିଗ୍‌ କ୍ରିକେଟ ଟୁର୍ନାମେଣ୍ଟରେ ନିଜର ପ୍ରଥମ ପଦାର୍ପଣରେ ତେଜ ଦେଖାଇଛି ସନ୍‌ପ୍ରିୟା ଗ୍ରୁପ୍‌ ମାଲିକାନାରେ ଥିବା କୋଣାର୍କ ସୂର୍ଯ୍ୟସ...

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri