ଆୟୁଷ୍ମାନ ଯୋଜନା ଲାଗୁ କରିବାକୁ ଅନୁରୋଧ

ଭୁବନେଶ୍ୱର, ୨୧ା୪(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ସୋମବାର ୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଦୃଷ୍ଟିଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। ସାମ୍ପ୍ରତିକ ସ୍ଥିତିରେ କରୋନା ବ୍ୟତୀତ ଅନ୍ୟ କିଛି ଗୁରୁତର ରୋଗରେ ପୀଡ଼ିତଙ୍କୁ ଅଧିକାଂଶ ସରକାରୀ ଏବଂ ଘରୋଇ ଡାକ୍ତରଖାନା ଉପଯୁକ୍ତ ଚିକିତ୍ସା ଦେଉନାହାନ୍ତି, ଯେଉଁଥିଲାଗି ସେମାନେ ବହୁତ ହଇରାଣ ହେଉଛନ୍ତି। ଏନେଇ ଦୃଷ୍ଟିଦେବାକୁ ସେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ସେହିପରି ବାହାରେ ରହୁଥିବା ଶ୍ରମିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା ନେଇ ମଧ୍ୟ କେନ୍ଦ୍ରମନ୍ତ୍ରୀ ଚିନ୍ତା ପ୍ରକଟ କରି କହିଛନ୍ତି ଯେ, ଦାଦନ ଯାଇଥିବା ଶ୍ରମିକମାନଙ୍କ ସୁରକ୍ଷା ଲାଗି ସେମାନଙ୍କୁ ବିଶେଷ ସହାୟତା, ଖାଦ୍ୟ ସୁରକ୍ଷା ଲାଗି ସରକାର ବହୁ ପଦକ୍ଷେପ ନେଇଛନ୍ତି। ସେମାନଙ୍କୁ ଖାଦ୍ୟ, ମେଡିସିନ ଏବଂ ଚିକିତ୍ସା ସୁବିଧା ଦେବା ଲାଗି ଚେଷ୍ଟା କରାଯିବା ଆବଶ୍ୟକ। ବାହାର ରାଜ୍ୟରେ କରୋନା ଯୋଗୁ ଫସି ରହିଥିବା ଶ୍ରମିକମାନଙ୍କ ଆର୍ଥିକ ସ୍ଥିତି ଭଲ ନାହିଁ। ବର୍ତ୍ତମାନ ସମୟରେ ସେହି ଶ୍ରମିକମାନଙ୍କ ଚିକିତ୍ସା ଲାଗି ରାଜ୍ୟ ସରକାର ଆୟୁଷ୍ମାନ ଯୋଜନା ଲାଗୁ କରନ୍ତୁ। ଏହି ସମୟରେ ଏହା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଦେଶର ୨୫ଟି ରାଜ୍ୟ ଏବଂ ୭ଟି କେନ୍ଦ୍ର ଶାସିତ ଅଞ୍ଚଳରେ ଆୟୁଷ୍ମାନ ଯୋଜନା ଲାଗୁ ହୋଇଛି। ଅନ୍ୟପଟେ ଶ୍ରୀମନ୍ଦିର ସେବାୟତମାନଙ୍କୁ ୫ ହଜାର ଟଙ୍କା ଲେଖାଏ ସହାୟତା ମିଳିବା ନେଇ ସରକାର ଘୋଷଣା କରିବାପରେ କେନ୍ଦ୍ରମନ୍ତ୍ରୀ ଅନ୍ୟ ମନ୍ଦିରଗୁଡିକ ଲାଗି ସମାନ ବ୍ୟବସ୍ଥା ଲାଗୁ କରିବାକୁ ଅନୁରୋଧ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ୟେ, ଜଗନ୍ନାଥ ମନ୍ଦିରର ସେବାୟତମାନଙ୍କୁ ମନ୍ଦିର ପ୍ରଶାସନ ୫ ହଜାର ଟଙ୍କା ଦେବା ଲାଗି ଯେଉଁ ଘୋଷଣା କରିଛି ତାହା ସ୍ବାଗତଯୋଗ୍ୟ। ସେହିପରି ସାକ୍ଷୀଗୋପାଳର ଗୋପାଳଜୀ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଯାଜପୁରର ବିରଜା ମନ୍ଦିର, ଘଟଗାଁ ତାରିଣୀ ମନ୍ଦିର, ରେମୁଣା କ୍ଷୀରଚୋରା ଗୋପୀନାଥ ମନ୍ଦିର ଏବଂ ଅନ୍ୟ ମନ୍ଦିରଗୁଡିକର ସେବାୟତମାନଙ୍କ ଲାଗି ମଧ୍ୟ ସମାନ ବ୍ୟବସ୍ଥା ଲାଗୁ କରିବାକୁ କେନ୍ଦ୍ରମନ୍ତ୍ରୀ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିନ୍ତାଜନକ ସ୍ଥିତିରେ ହାତୀ-ମଣିଷ କଳି; ୩ ବର୍ଷରେ ଜୀବନ ହରାଇଛନ୍ତି ୬୬୮ ଲୋକ

ଭୁବନେଶ୍ୱର,୨୬।୧୧: ଦିନକୁ ଦିନ ଓଡ଼ିଶାରେ ହାତୀ ଏବଂ ଲୋକମାନଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଫଳରେ ହାତୀ ଆକ୍ରମଣରେ ଜନଜୀବନ କ୍ଷୟକ୍ଷତି ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି।...

କେନ୍ଦ୍ରାପଡ଼ାରେ କୁମ୍ଭୀର ଆତଙ୍କ: ଗତ ପାଞ୍ଚ ବର୍ଷରେ ନେଲେଣି ୨୨ ଜୀବନ

ଭୁବନେଶ୍ୱର,୨୬।୧୧: ଗତ କିଛି ବର୍ଷ ମଧ୍ୟରେ ଓଡ଼ିଶାର ଉପକୂଳବର୍ତ୍ତୀ ଜିଲାମାନଙ୍କରେ କୁମ୍ଭୀର ଆକ୍ରମଣ ବଢ଼ିବାରେ ଲାଗିଛି। ଯେଉଁଥିରେ ବିନା କାରଣରେ ସାଧାରଣ ଲୋକେ ଜୀବନ ହାଉଥିବା...

ପୁଣି ଆସୁଛି ବଡ଼ ବାତ୍ୟା! ଓଡ଼ିଶାର ଏହିସବୁ ଜିଲାରେ ପ୍ରବଳ ବର୍ଷା!

ଭୁବନେଶ୍ୱର,୨୬।୧୧: ପୁଣି ବଙ୍ଗୋପସାଗରରେ ଦାନା ବାନ୍ଧିଲା ଆଉ ଏକ ବାତ୍ୟା । ମୌସୁମୀ ଅପସାରଣ ପରେ ସୃଷ୍ଟି ହେବାକୁ ଯାଉଛି ଦ୍ବିତୀୟ ବାତ୍ୟା । ଏ...

ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ବାପାଙ୍କ ଠାରୁ ପୁଅ ଭିନ୍ନେ ଥିଲେ…

ଭୁବନେଶ୍ୱର,୨୬।୧୧: ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ଆସିଲା ବଡ ଖବର । ବାପାଙ୍କ ଠାରୁ ପୁଅ ଅଲଗା ରହିଲେ ଆଉ କେତେ ରୋଜଗାର ଥିଲେ ପିଏମ...

ବିଧାନସଭାରେ ଅତିରିକ୍ତ ବଜେଟ ଉପସ୍ଥାପିତ, ରତ୍ନଭଣ୍ଡାର ପାଇଁ ୫ କୋଟି ଟଙ୍କା ବ୍ୟୟବରାଦ

ଭୁବନେଶ୍ୱର,୨୬।୧୧: ବିଧାନସଭାରେ ଉପସ୍ଥାପନ ହେଲା ଅତିରିକ୍ତ ବଜେଟ। ମଙ୍ଗଳବାର ୧୨ ହଜାର ୧୫୬ କୋଟି ଟଙ୍କାର ଅତିରିକ୍ତ ବଜେଟ ଆଗତ ହୋଇଛି। ରତ୍ନଭଣ୍ଡାର ପାଇଁ ୫...

ଡିସେମ୍ବର ୨୦ରେ ରାଜ୍ୟସଭା ପାଇଁ ଉପନିର୍ବାଚନ: ଓଡ଼ିଶାରୁ କିଏ ଯିବେ…

ଭୁବନେଶ୍ୱର,୨୬।୧୧: ଡିସେମ୍ବର ୨୦ରେ ରାଜ୍ୟସଭା ପାଇଁ ଉପନିର୍ବାଚନ ହେବ। ୪ଟି ରାଜ୍ୟର ୬ଟି ଆସନ ପାଇଁ ଏହି ଉପନିର୍ବାଚନ ହେବ ବୋଲି ଇସିଆଇ ପକ୍ଷରୁ ସୂଚନା...

ଆଜୀବନ ସଜା ଭୋଗୁଥିବା ୧୪ କଏଦୀଙ୍କ ପାଇଁ ଆସିଲା ଖୁସିଖବର: ନିର୍ଦ୍ଦେଶାଳୟଙ୍କ ଚିଠିରେ ….

ଭୁବନେଶ୍ୱର,୨୬।୧୧: ଆଜୀବନ ସଜା ଭୋଗୁଥିବା ୧୪ କଏଦୀଙ୍କ ପାଇଁ ଆସିଲା ଖୁସିଖବର। ସଜା ଭୋଗୁଥିବା ୧୪ କଏଦୀଙ୍କ ମୁକ୍ତି ପାଇଁ ନିର୍ଦ୍ଦେଶାଳୟ ପକ୍ଷରୁ ଚିଠି ଜାରି...

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜାଣନ୍ତୁ କେଉଁ ପର୍ଯ୍ୟନ୍ତ କରିପାରିବେ ସୁଭଦ୍ରା ଆବେଦନ, ଆସିଲା ଶେଷ …

ଭୁବନେଶ୍ୱର,୨୬।୧୧: ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌। ୨୦୨୫ ମାର୍ଚ୍ଚ ୭ ‘ସୁଭଦ୍ରା’ ପ୍ରଥମ କିସ୍ତି ପାଇଁ ଆବେଦନ କରିପାରିବେ। ୨୦୨୫ ମାର୍ଚ୍ଚ ୭ହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri