ଇକୋ ଫ୍ରେଣ୍ଡଲି ଗଣେଶ ମୂର୍ତ୍ତି

ଆସିଯାଇଛି ପାର୍ବଣର ଋତୁ । ବିଗ୍ରହଙ୍କ ଆବାହନଠାରୁ ବିସର୍ଜନ ପର୍ଯ୍ୟନ୍ତ ପୂଜା ମଣ୍ଡପରେ ଜମେ ଉତ୍ସବର ମାହୋଲ । ତେବେ ବିଭିନ୍ନ ରାସାୟନିକ ପଦାର୍ଥ ବ୍ୟବହାର କରି ନିର୍ମିତ ହେଉଥିବା ମୂର୍ତ୍ତି ନଦୀ ବା ସମୁଦ୍ରରେ ବିସର୍ଜନ କରିବା ପରେ ଏହାର କୁପ୍ରଭାବ ଜଳଭାଗ ଉପରେ ବିଶେଷ ଭାବେ ପରିଲକ୍ଷିତ ହୋଇଥାଏ । ଏହାକୁ ଦୃଷ୍ଟିରେ ରଖି ବିଗତ କିଛି ବର୍ଷ ହେବ ବିଭିନ୍ନ ପୂଜା କମିଟି ତରଫରୁ ମୂର୍ତ୍ତି ନିର୍ମାଣ ପ୍ରତି ବିଶେଷ ଧ୍ୟାନ ଦିଆଯାଇ ପ୍ରସ୍ତୁତ କରାଯାଉଛି ଇକୋ ଫ୍ରେଣ୍ଡଲି ମୂର୍ତ୍ତି। ଗତବର୍ଷ ଗଣେଶ ପୂଜା ଅବସରରେ ଚେନ୍ନାଇଠାରେ ୭୦୦୦ କଦଳୀ ଫୁଲ ବ୍ୟବହାର କରାଯାଇ ୧୦ଫୁଟ ଉଚ୍ଚତା ବିଶିଷ୍ଟ ଗଣେଶ ମୂର୍ତ୍ତି ନିର୍ମାଣ କରାଯାଇଥିଲା। ସେହିଭଳି ବାଙ୍ଗାଲୋରରେ ସତ୍ୟସାଇ ଟ୍ରଷ୍ଟ ପକ୍ଷରୁ ପାଞ୍ଚ ଟନ୍‌ର ଆଖୁରେ ତିଆରି ଗଣେଶ ମୂର୍ତ୍ତି ନିର୍ମାଣ କରାଯାଇଥିଲା। ଅବିକଳ ସମ୍ବଲପୁରର ନଟରାଜ କ୍ଲବ୍‌ କଞ୍ଚା କଦଳୀରେ ନିର୍ମିତ ୨୭ ଫୁଟ ଉଚ୍ଚର ଏକ ଗଣେଶ ମୂର୍ତ୍ତି ନିର୍ମାଣ କରିଥିଲା । କେବଳ ସେତିକି ନୁହେଁ ଏହି କଦଳୀଗୁଡିକ ପାଚିଯିବା ପରେ କ୍ଲବ୍‌ ତରଫରୁ ଏହାକୁ ଗରିବଙ୍କ ମଧ୍ୟରେ ବାଣ୍ଟିଦିଆ ଯାଇଥିଲା। ବିଭିନ୍ନ ସଂସ୍ଥା ତରଫରୁ ଏହିଭଳି ଅନେକ ଇକୋଫ୍ରେଣ୍ଡଲି ଯଥା ନଡିଆ, ସପୁରୀ, ଫୁଲ, ପତ୍ର, ପରିବା ଆଦିରେ ନିର୍ମିତ ମୂର୍ତ୍ତି ପ୍ରସ୍ତୁତ କରାଯାଇ ପରିବେଶ ସୁରକ୍ଷାର ଏକ ବାର୍ତ୍ତା ମଧ୍ୟ ପ୍ରଦାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୃଷ୍ଟିହୀନ ଲୋକଙ୍କ ସାହାରା-ଧଳା ବାଡ଼ି

ପ୍ରତିବର୍ଷ ଅକ୍ଟୋବର ୧୫ରେ ସାରା ବିଶ୍ୱରେ ହ୍ବାଇଟ କେନ ଡେ’ ବା ବିଶ୍ୱ ଧଳା ବାଡ଼ି ଦିବସ ପାଳନ କରାଯାଏ। ଦୃଷ୍ଟିହୀନ ଓ କମ୍‌ ଦୃଷ୍ଟିସମ୍ପନ୍ନ...

ଏମିତି ଇସ୍ତଫା ପତ୍ର ଲେଖିଲେ କର୍ମଚାରୀ, ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୫।୧୦: ସୋସିଆଲ ମିଡିଆରେ ଅନେକ ସମୟରେ ଅଜବ ଉପାୟରେ ଲେଖାଯାଇଥିବା ଚାକିରି ଅଫର କିମ୍ବା ଇସ୍ତଫା ପତ୍ର ଭାଇରାଲ ହୁଏ। କେତେକରେ, କର୍ମଚାରୀମାନେ ସେମାନଙ୍କର ଯନ୍ତ୍ରଣା...

ଝଙ୍କଡ଼ ଶାରଳା ପୀଠ

ରାଜ୍ୟର ପ୍ରମୁଖ ଦେବୀ ପୀଠ ମଧ୍ୟରେ ମା’ ଶାରଳାଙ୍କ ମନ୍ଦିର ଅନ୍ୟତମ। ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ଝଙ୍କଡ଼ କନକପୁରଠାରେ ଏହି ପୀଠ ଅବସ୍ଥିତ।...

ପର୍ଯ୍ୟଟକଙ୍କୁ ଟାଣି ଆଣେ କଣ୍ଟିଲୋ ନୀଳମାଧବ

ପର୍ଯ୍ୟଟକଙ୍କୁ ଟାଣି ଆଣିବା ପାଇଁ ନୟାଗଡ଼ ଜିଲାର କଣ୍ଟିଲୋରେ ରହିଛି ମନଲୋଭା ପର୍ଯ୍ୟଟନ ସ୍ଥଳ। ମହାନଦୀର ଦକ୍ଷିଣ ପାର୍ଶ୍ୱରେ ଜଗନ୍ନାଥ ସଂସ୍କୃତିର ଆଦି ପୀଠ କଣ୍ଟିଲୋ...

କୃଷ୍ଣଚୂଡାର ରଙ୍ଗ ଆଜି ଫିକା…ମନେ ପଡନ୍ତି ଖୋକା ଭାଇ

ଓଡ଼ିଆ ସଙ୍ଗୀତ ଦୁନିଆର ବେତାଜ୍‌ ବାଦଶାହା। ହେଲେ ଥିଲେ ମୁକୁଟ ବିହୀନ ସମ୍ରାଟ। କାଳଜୟୀ ତଥା ଲୋକପ୍ରିୟ ସଙ୍ଗୀତଜ୍ଞ ଚିର ସବୁଜ ଅକ୍ଷୟ ମହାନ୍ତିଙ୍କର ଆଜି...

ପ୍ରକୃତିର ଅନନ୍ୟ ଉପହାର ପ୍ରଧାନପାଟ ଜଳପ୍ରପାତ

ପ୍ରକୃତିର ଅନନ୍ୟ ଉପହାର ହେଉଛି ଦେବଗଡ଼ ଜିଲାର ପ୍ରଧାନପାଟ ଜଳପ୍ରପାତ। ଦେବଗଡ଼ ସହରରୁ ମାତ୍ର ଦେଢ଼ କିଲୋମିଟର ଦୂରରେ ଅବସ୍ଥିତ ଏହି ପର୍ଯ୍ୟଟନସ୍ଥଳକୁ ବର୍ଷ ସାରା...

ପର୍ଯ୍ୟଟକଙ୍କ ପ୍ରମୁଖ ଆକର୍ଷଣ ତାମ୍ପରା ହ୍ରଦ

ଗଞ୍ଜାମ ଜିଲା ଛତ୍ରପୁର ନିକଟ ହୁମୁରୀ ତାମ୍ପରା ହ୍ରଦ ପର୍ଯ୍ୟଟକଙ୍କ ପ୍ରମୁଖ ଆକର୍ଷଣର କେନ୍ଦ୍ର ପାଲଟିଛି। ଲେକ୍‌ ଭ୍ୟୁ ପାର୍କ ଓ ବୋଟିଂ ପାଇଁ ଏହି...

ସଚେତନତାକୁ ଗୁରୁତ୍ୱ ଦେବା ଆବଶ୍ୟକ

ପ୍ରତିବର୍ଷ ଅକ୍ଟୋବର ୧୨ ତାରିଖକୁ ‘ବିଶ୍ୱ ଗଣ୍ଠିବାତ ରୋଗ ଦିବସ’ (ଓ୍ବାଲର୍‌ଡ ଆର୍ଥ୍ରାଇଟିସ୍‌ ଡେ) ଭାବରେ ପାଳନ କରାଯାଇଥାଏ। ଏହି ଦିବସ ଅବସରରେ ଚଳିତବର୍ଷର ସ୍ଲୋଗାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri