ଋଣ ମଞ୍ଜୁରୀ ବୃଦ୍ଧିକୁ ଗୁରୁତ୍ୱ

ଭୁବନେଶ୍ୱର,୮।୯ (ଅଭୟ ଦାଶ):ରାଜ୍ୟର କୋଣ ଅନୁକୋଣର ଜନସାଧାରଣଙ୍କୁ ଆର୍ଥିକ ଅନ୍ତର୍ଭୁକ୍ତୀକରଣ ପ୍ରକ୍ରିୟାରେ ସାମିଲକରିବା ପାଇଁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି। ଏପରିକି ସବୁ ପଞ୍ଚାୟତରେ ବ୍ୟାଙ୍କିଙ୍ଗ୍‌ ସେବା ପାଇଁ ମଧ୍ୟ ଉଦ୍ୟମ ଅବ୍ୟାହତ ରହିଛି। ରାଜ୍ୟର ଆର୍ଥିକ ଅଭିବୃଦ୍ଧି ତ୍ୱରାନ୍ବିତ କରିବା ପାଇଁ ବ୍ୟାଙ୍କଗୁଡ଼ିକ ସବୁ କ୍ଷେତ୍ରକୁ ଋଣ ମଞ୍ଜୁରୀ ବୃଦ୍ଧି କରିବାକୁ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଗୁରୁତ୍ୱ ପ୍ରଦାନ କହିଛନ୍ତି। ଗୁରୁବାର ଭୁବନେଶ୍ୱରରେ ଆୟୋଜିତ ୧୭୨ତମ ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି (ଏସ୍‌ଏଲ୍‌ବିସି)ବୈଠକର ମୁଖ୍ୟ ଅତିଥି ଭାବେ ଯୋଗଦେଇ ମନ୍ତ୍ରୀ ଆରୁଖ କହିଥିଲେ , କୃଷି ଏବଂ ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ରରେ ବାର୍ଷିକ ଋଣ ଯୋଜନାରେ ଉତ୍ସାହପ୍ରଦ ସଫଳତା ହାସଲ ହୋଇଥିବାବେଳେ ଶିକ୍ଷା ଓ ହାଉସିଂ ପରି ୨ ପ୍ରମୁଖ ସାମାଜିକ କ୍ଷେତ୍ରକୁ ଅଧିକ ଋଣ ପ୍ରଦାନ ପାଇଁ ବ୍ୟାଙ୍କଗୁଡିକ ପଦକ୍ଷେପ ନିଅନ୍ତୁ। ୨୦୨୨-୨୩ ଆର୍ଥିକ ବର୍ଷରେ ‘ବାର୍ଷିକ ଋଣ ଯୋଜନା’ରେ ୧.୩୪ ଲକ୍ଷ କୋଟି ଟଙ୍କା ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିବାବେଳେ ଚଳିତ ଆର୍ଥିକ ବର୍ଷରେ ଏହା ୧୯.୦୨% ବୃଦ୍ଧି ପାଇ ୧.୬୦ ଲକ୍ଷ କୋଟି ଟଙ୍କା ହୋଇଛି। ପୂର୍ବ ବର୍ଷ ପରି ବାର୍ଷିକ ଋଣ ଯୋଜନା ଅଧୀନରେ ବ୍ୟାଙ୍କଗୁଡିକ ଶତପ୍ରତିଶତ ଲକ୍ଷ୍ୟ ହାସଲ କରିବାକୁ ଉଦ୍ୟମ ଜାରି ରଖିବା ଆବଶ୍ୟକ ହୋଇଥିବାବେଳେ ୬୫% ଗ୍ରାମପଞ୍ଚାୟତରେ ସ୍ଥାୟୀ ବ୍ୟାଙ୍କ ନ ଥିବାରୁ ଜନସାଧାରଣଙ୍କୁ ନିରବଚ୍ଛିନ୍ନ ବ୍ୟାଙ୍କ ଋଣ ଯୋଗାଇଦେବା ପାଇଁ ୬ଟି ପବ୍ଲିକ୍‌ ସେକ୍ଟର ବ୍ୟାଙ୍କ ସହଯୋଗରେ ସ୍ଥାୟୀ ବ୍ୟାଙ୍କ ନ ଥିବା ଗ୍ରାମପଞ୍ଚାୟତରେ ସିଏସ୍‌ପି (ପ୍ଲସ୍‌) ବ୍ୟାଙ୍କ ଆଉଟ୍‌ଲେଟ୍‌ ମାଧ୍ୟମରେ ବ୍ୟାଙ୍କ ସେବା ଯୋଗାଇଦେବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ଉକ୍ତ ବୈଠକରେ ଅନ୍ୟତମ ଅତିଥି ଭାବେ ଯୋଗଦେଇ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ୨୦୨୩ ଜୁନ୍‌ ୩୦ସୁଦ୍ଧା ବ୍ୟାଙ୍କଗୁଡ଼ିକର ନଗଦ ଜମା ଅନୁପାତ (ସିଡି ରେସିଓ) ୮୧.୪୨%କୁ ବୃଦ୍ଧି ପାଇଥିବାରୁ ସନ୍ତୋଷ ବ୍ୟକ୍ତ କରିବା ସହ ଅଗ୍ରାଧିକାର କ୍ଷେତ୍ରକୁ ଋଣ ପ୍ରଦାନ ପାଇଁ ବ୍ୟାଙ୍କଗୁଡ଼ିକୁ ପରାମର୍ଶ ଦେଇଥିଲେ। ସ୍ଥାୟୀ ବ୍ୟାଙ୍କ ନ ଥିବା ଅଞ୍ଚଳରେ ବ୍ୟାଙ୍କ ପ୍ରତିଷ୍ଠା, ମିଶନ ଶକ୍ତି ସ୍କୁଟର ଯୋଜନା,ମୋ ଘର ଯୋଜନା, ଶିକ୍ଷା ଋଣ ଇତ୍ୟାଦି ସରକାରଙ୍କ ୫ଟି ପ୍ରମୁଖ କାର୍ଯ୍ୟକ୍ରମର ସଫଳତା ପାଇ ବ୍ୟାଙ୍କଗୁଡ଼ିକୁ ଋଣ ଯୋଗାଣ ଉପରେ ଗୁରୁତ୍ୱ ଦେବା ପାଇଁ ପରାମର୍ଶ ଦେଇଥିଲେ। ଅପରପକ୍ଷରେ ଅର୍ଥ ସଚିବ ବିଶାଲ କୁମାର ଦେବ ବ୍ୟାଙ୍କଗୁଡ଼ିକର ସଫଳତା ପାଇଁ ଅଭିନନ୍ଦନ ଜଣାଇବା ସହ ଚଳିତ ଆର୍ଥିକ ବର୍ଷର ଜନକଲ୍ୟାଣକାରୀ ଯୋଜନାରେ ବ୍ୟାଙ୍କଗୁଡ଼ିକ ସକ୍ରିୟ ଭାବେ ଅଂଶଗ୍ରହଣ କରି ଋଣ ପ୍ରଦାନ କରିବାକୁ ଅନୁରୋଧ କରିଥିଲେ। ରାଜ୍ୟର ଆର୍ଥିକ ଅଭିବୃଦ୍ଧି ହାର ତ୍ୱରାନ୍ବିତ କରିବା ପାଇଁ ବ୍ୟାଙ୍କଗୁଡ଼ିକ ଋଣ ପ୍ରଦାନକୁ ଅଧିକ ସହଜ ଓ ବ୍ୟାପକ କରିବାକୁ ସେ ପରାମର୍ଶ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ୟୁକୋ ବ୍ୟାଙ୍କର ମହାପ୍ରବନ୍ଧକ ତଥା ଏସ୍‌ଏଲ୍‌ବିସି ବୈଠକର ଆବାହକ ଗୌତମ ପାତ୍ର ସମସ୍ତଙ୍କୁ ସ୍ବାଗତ କରିଥିଲେ। ଉକ୍ତ ବୈଠକରେ ଓଡ଼ିଶା ସରକାରଙ୍କ ବରିଷ୍ଠ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀ,ଶାଶ୍ୱତ ମିଶ୍ର, ଏସ୍‌.କେ.ବଶିଷ୍ଠ,ଏସ୍‌.କେ. ଲୋହାନୀ,ସୁଜାତା ଆର୍‌. କାର୍ତ୍ତିକେୟନ୍‌ଙ୍କ ସମେତ ଆର୍‌ବିଆଇର ଆଞ୍ଚଳିକ ନିର୍ଦ୍ଦେଶକ ଡ. ଶାରଦା ପ୍ରସନ୍ନ ମହାନ୍ତି, ନାବାର୍ଡର ସିଜିଏମ୍‌ ଡ. ସୁଧାଂଶୁ କେ. ମିଶ୍ର ଏବଂ ଏସ୍‌ବିଆଇର ସିଜିଏମ୍‌ ଚନ୍ଦର ଶେଖର ଶର୍ମା ଉପସ୍ଥିତ ଥିଲେ। ପରିଶେଷର ଏସ୍‌ଏଲ୍‌ବିସିର ଆବାହକ ଲିଙ୍ଗରାଜ ନାୟକ ଧନ୍ୟବାଦ ଦେଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀଙ୍କ ବଡ଼ ଘୋଷଣା, ଏଣିକି ଶସ୍ତାରେ ବୁକ୍‌ କରିପାରିବେ ଟ୍ରେନ-ବସ୍‌ ଟିକେଟ୍‌

ନୂଆଦିଲ୍ଲୀ,୧୯।୧୦: ଯଦି ଆପଣ ସବୁବେଳେ ଯାତ୍ରା କରିବାକୁ ପସନ୍ଦ କରୁଛନ୍ତି, ଆପଣଙ୍କ ପାଇଁ ଖୁସି ଖବର। ଶିଳ୍ପପତି ଗୌତମ ଆଦାନୀଙ୍କ କମ୍ପାନୀ ଦ୍ୱାରା ଏକ ଏପରି...

ତନିସ୍କର ସ୍ବତନ୍ତ୍ର ଅଫର୍‌: ସୁନା-ହୀରା ମୂଲ୍ୟରେ…

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଟାଟାର  ଗହଣା ରିଟେଲ ବ୍ରାଣ୍ଡ ତନିସ୍କ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୩ଟି  ନୂଆ ଷ୍ଟୋରର ଶୁଭାରମ୍ଭ କରିଛି। ଶୁକ୍ରବାର ଭୁବନେଶ୍ୱରର ପାତ୍ରପଡ଼ା ଓ...

୨୫ ରାଜ୍ୟ, ୧୩ ଦେଶର ଉତ୍ପାଦ ଗୋଟିଏ ସ୍ଥାନରେ

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଦଶମ ଭୁବନେଶ୍ୱର ଅନ୍ତର୍ଜାତୀୟ ବାଣିଜ୍ୟ ମେଳା- ୨୦୨୪ ଗୁପ୍ତା ଇଭେଣ୍ଟ ମ୍ୟାନେଜମେଣ୍ଟ ପକ୍ଷରୁ ଶୁକ୍ରବାର ଉଦ୍‌ଘାଟନ ହୋଇଯାଇଛି। ଏହି ମେଳାର...

ଓଡ଼ିଶାରେ ୧ ଲକ୍ଷ କୋଟି ନିବେଶ କରିବ ବେଦାନ୍ତ:୨ ଲକ୍ଷ ନୂଆ ନିଯୁକ୍ତି ଆଶା

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ବେଦାନ୍ତ ଗତ ୨୦ ବର୍ଷ ମଧ୍ୟରେ ୧ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜିନିବେଶ କରିବା ସହ ରାଜ୍ୟରେ ୧ ଲକ୍ଷରୁ ଅଧିକ ନିଯୁକ୍ତି...

ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ

ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ...

ଅକ୍ଟୋବରରେ ବଢ଼ିଲା ଏଫ୍‌ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ...

ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ...

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri