ଏକକ ନିର୍ବାଚନ ପ୍ରସଙ୍ଗ: ବୈଠକରେ ଯୋଗଦେବେ ନବୀନ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଦେଶରେ ପ୍ରାୟ ନିୟମିତ ବ୍ୟବଧାନରେ ନିର୍ବାଚନ ଅନୁଷ୍ଠିତ ହେଉଛି। ଯାହା ସମୟ ଅପଚୟ ହେବା ସହ ବ୍ୟୟବହୁଳ ମଧ୍ୟ ହେଉଛି। ତେଣୁ ସମୟ ବଞ୍ଚାଇବା ସହ ନିର୍ବାଚନ ଖର୍ଚ୍ଚ ହ୍ରାସ କରିବା ପାଇଁ ଏକକ ନିର୍ବାଚନ କରିବା ନେଇ ବିଚାର କରାଯାଉଛି। ଏ ସଂକ୍ରାନ୍ତରେ ଜାତୀୟସ୍ତରରେ ଏକ ସର୍ବଦଳୀୟ ବୈଠକ ବୁଧବାର ନୂଆଦିଲ୍ଲୀଠାରେ ହେବାକୁ ଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଅଧ୍ୟକ୍ଷତା କରିବେ। ଏ ବୈଠକକୁ ଦେଶର ସମସ୍ତ ପ୍ରମୁଖ ଜାତୀୟ ଏବଂ ଆଞ୍ଚଳିକ ଦଳର ସଭାପତିମାନଙ୍କୁ ଆମନ୍ତ୍ରଣ କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳ ପକ୍ଷରୁ ଏହି ବୈଠକରେ ଯୋଗ ଦେବେ ବୋଲି ଜଣାପଡିଛି। ନବୀନ ବୁଧବାର ଏନେଇ ଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏକ ଦେଶ, ଏକ ନିର୍ବାଚନ ପ୍ରସଙ୍ଗରେ ବିଜେଡିର ସକାରାତ୍ମକ ଆଭିମୁଖ୍ୟ ରହିଆସିଛି। ୨୦୦୪ରୁ ୨୦୧୯ ମଧ୍ୟରେ ରାଜ୍ୟରେ ଲୋକ ସଭା ସହ ବିଧାନସଭା ନିର୍ବାଚନ କରାଯାଉଛି। ତେଣୁ ବିଜେଡି ବୁଧବାର ବୈଠକରେ ଏକକ ନିର୍ବାଚନ ପ୍ରସଙ୍ଗକୁ ସମର୍ଥନ ଦେବା ଏକପ୍ରକାର ନିଶ୍ଚିତ ବୋଲି କୁହାଯାଉଛି। ସାଧାରଣ ନିର୍ବାଚନ ପୂର୍ବରୁ ଲ’ କମିଶନ ମଧ୍ୟ ଏ ସଂକ୍ରାନ୍ତରେ ବିଭିନ୍ନ ଦଳଗୁଡ଼ିକର ମତାମତ ଲୋଡିଥିଲେ। ସେ ସମୟରେ ବିଜେଡି ମଧ୍ୟ ଏକକ ନିର୍ବାଚନ ସପକ୍ଷରେ ମତ ରଖିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର ଘଟଣା:ପୋଲିସକୁ ବଞ୍ଚାଇବାକୁ ଜୋର୍‌ଦାର ଉଦ୍ୟମ

ଭୁବନେଶ୍ୱର, ୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ପ୍ରତି କରାଯାଇଥିବା ନିର୍ଯାତନା ଓ ଅତ୍ୟାଚାର ଘଟଣାକୁ ଇତିମଧ୍ୟରେ...

ଫେରିଘାଟକୁ ଯୋଗାଇ ଦିଆଗଲା ପାୱାର ବୋଟ୍‌, ଦୁର୍ବିପାକ ବେଳେ କରିବ ସହାୟତା

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବହୁ ଚର୍ଚ୍ଚିତ ବାହାକୁଦ, ମୂଷାଡ଼ିଆ, ମହାନଦୀ ଫେରିଘାଟ ଜିଲାରେ ସର୍ବୋତ୍ତମ ରାଜସ୍ବ ନିଲାମ ହେଉଥିବା ଘାଟ।...

ମେଜରଙ୍କ ବାନ୍ଧବୀଙ୍କୁ ଗୁପ୍ତାଙ୍କ ଦେଖାଇଥିଲେ ଥାନା ଆଇଆଇସି

ଭୁବନେଶ୍ୱର,୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ନିର୍ଯାତନା ଓ ଅତ୍ୟାଚାରର ଶିକାର ହୋଇଥିବା ଅଙ୍କିତା ପ୍ରଧାନ ଜାମିନରେ ମୁକୁଳିବା ପରେ ଗଣମାଧ୍ୟମ ଆଗକୁ ଆସି ମୁହଁ ଖୋଲିଛନ୍ତି। ଶନିବାର...

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ଫରେଷ୍ଟ ଗାର୍ଡ ଚାକିରୀ କରାଇଦେବା ଆଳରେ ୧.୫୦ ଲକ୍ଷ ଠକେଇ

ଭୁବନେଶ୍ୱର,୧୯ା୯(ସୂର୍ଯ୍ୟକାନ୍ତ ବେହେରା): ସହିଦନଗର ଥାନା ଆଇଆଇସିଙ୍କ ପୁଅ କହି ଜଣେ ଅଭିଯୁକ୍ତ ଚାକିରି ଦେବା ନାଁରେ ଜଣେ ଆଶାୟୀଙ୍କଠାରୁ ୧.୫୦ ଲକ୍ଷ ଟଙ୍କା ଠକିନେଇଛନ୍ତି। ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri