ଏନ୍‌ଏଲ୍‌ୟୁରେ ଓଡ଼ିଆ ଛାତ୍ରୀଛାତ୍ରଙ୍କ ପାଇଁ ୨୫% ସିଟ୍‌ ସଂରକ୍ଷଣ

କଟକ ଅଫିସ,୪ା୧- ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ କେ.ଏସ୍‌ ଝାବେରୀଙ୍କର ଶନିବାର ଥିଲା କାର୍ଯ୍ୟକାଳର ଅନ୍ତିମ ଦିବସ। ଏହି ଶେଷ ଦିନରେ ଜଷ୍ଟିସ ଝାବେରୀ ରାଜ୍ୟ ପାଇଁ ଏକ ବଡ଼ ଖୁସି ଖବର ଆଣି ଦେଇଛନ୍ତି। କଟକ ଜିଲା ନରାଜସ୍ଥିତ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ(ଏନ୍‌ଏଲ୍‌ୟୁ)ର ସ୍ବତନ୍ତ୍ର ସାଧାରଣ ପରିଷଦ ବୈଠକ ଶନିବାର ଅନୁଷ୍ଠିତ ହୋଇଥିଲା। ଏନ୍‌ଏଲ୍‌ୟୁର କୁଳାଧିପତି ଜଷ୍ଟିସ ଝାବେରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ପ୍ରଥମଥର ନିମନ୍ତେ ଏହି ବିଶ୍ୱବିଦ୍ୟାଳୟରେ ଓଡ଼ିଆ ମେଧାବୀ ଛାତ୍ରୀଛାତ୍ରଙ୍କ ପାଇଁ ୨୫ ପ୍ରତିଶତ ସିଟ୍‌ ସଂରକ୍ଷଣ ରହିବ ବୋଲି ନିଷ୍ପତ୍ତି ନିଆଯାଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଏ ସଂକ୍ରାନ୍ତରେ ପୂର୍ବରୁ ଅନେକ ଥର ପ୍ରସ୍ତାବ ଦିଆଯାଇଥିବାବେଳେ ଝାବେରୀଙ୍କ କାର୍ଯ୍ୟକାଳର ଶେଷ ଦିନରେ ଏହାକୁ ଗୃହୀତ କରାଯାଇଥିଲା। ଏହି ନିଷ୍ପତ୍ତିକୁ ବିଭିନ୍ନ ମହଲରୁ ସ୍ୱାଗତ କରାଯାଇଛି। ଉଭୟ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମରେ ଓଡ଼ିଆ ଛାତ୍ରୀଛାତ୍ରଙ୍କ ନିମନ୍ତେ ସିଟ୍‌ ସଂରକ୍ଷଣ ରହିବ। ଏହି ବିଶ୍ୱବିଦ୍ୟାଳୟରେ ୧୮୦ଟି ସ୍ନାତକ ଓ ୫୦ଟି ସ୍ନାତକୋତ୍ତର ସିଟ୍‌ ରହିଛି। ବୈଠକରେ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଡ. ଶ୍ରୀକ୍ରିଷ୍ଣା ଦେବା ରାଓ, କୁଳସଚିବ ଡ. ଯୋଗେଶ ପ୍ରତାପ ସିଂଙ୍କ ସମେତ ଅନ୍ୟ ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମରଣାନ୍ତକ ଆକ୍ରମଣ ଶିକାର ହୋଇଥିବା କନଷ୍ଟେବଳଙ୍କୁ ଭେଟିଲେ ଡିଜିପି

କଟକ,୫ା୧୦: ଜଣେ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ମରଣାନ୍ତକ ଆକ୍ରମଣର ଶିକାର ହୋଇଥିବା ବୁର୍ଲା ଥାନାର କନଷ୍ଟେବଳ ସରୋଜ ଭୋଇଙ୍କୁ ଡିଜିପି ଯୋଗେଶ ବାହାଦୂର ଖୁରାନିଆ...

କେନ୍ଦ୍ର ସରକାରଙ୍କ ବିରୋଧରେ ବର୍ଷିଲେ ସିପିଆଇଏମ୍‌ ନେତା

ତିହିଡ଼ି,୫ା୧୦(ସଞ୍ଜିତ ବଳ): ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇଏମ୍‌)ର ତିହିଡ଼ି ଆଞ୍ଚଳିକ ସମ୍ମିଳନୀ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଦଳର ନେତା ଓ କର୍ମୀମାନେ ତିହିଡ଼ି ଡାକବଙ୍ଗଳାଠାରୁ...

ମା’ ଶାରଳାଙ୍କ ମନ୍ଦିରରେ ବଦଳିଲା ଘିଅ

ଜଗତସିଂହପୁର,୫ା୧୦: ଜଗତସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ଶାରଳା ମନ୍ଦିରରେ ବ୍ୟବହୃତ ଘିଅ ବଦଳାଯାଇଛି। ଭଣ୍ଡାରରେ ଗଚ୍ଛିତ ଥିବା ୨୫ ଟିଣ ଫେରସ୍ତ ପରେ ମନ୍ଦିର...

ଏହି ୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୫।୧୦: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ୨ ଦିନ ବନ୍ଦ ରହିବ। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।...

ତାତିଲେ ମହିଳା, ଏକାଠି ହୋଇ ନଷ୍ଟ କଲେ ବିପୁଳ ପରିମାଣର ମଦ

ବରଗଡ଼,୫ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ଲକ ଅନ୍ତର୍ଗତ ଖଲିଆପାଲି ସ୍କୁଲପଡ଼ାରେ ଚାଲିଥିବା କୁଚିଆ ମଦ ବିକ୍ରି ଉପରେ ପୋଲିସ କିମ୍ବା ଅବକାରୀ କିଛି ପଦକ୍ଷେପ ନ ନେବା...

ଦାରିଙ୍ଗବାଡ଼ିରେ ହେଲା ପ୍ରଚଣ୍ଡ ଶବ୍ଦ: ହଠାତ୍‌ ଥରିବାକୁ ଲାଗିଲା….

ଦାରିଙ୍ଗବାଡି, ୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶନିବାର ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ଫଳରେ ପ୍ରଚଣ୍ଡ ଶବ୍ଦ ସହ...

ମୁଖ୍ୟମନ୍ତ୍ରୀ ଗୋଟିଏ ନିଷ୍ପତ୍ତି ପାଇଁ କେଉଁ ଚାରିଜଣଙ୍କୁ ପଚାରୁଛନ୍ତି? ତେର୍ଚ୍ଛାବାଣ ମାରିଲେ ପ୍ରସନ୍ନ, କହିଲେ…

ସମ୍ବଲପୁର,୫।୧୦: ପଶ୍ଚିମ ଓଡ଼ିଶାରେ ଜନସମ୍ପର୍କ ପଦଯାତ୍ରା ଚାଲିଥିବା ବେଳେ ଭାଜପାକୁ ଟାର୍ଗେଟ କରିଛନ୍ତି ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ। ଦଳକୁ ମଜଭୁତ କରିବାକୁ ଜନସମ୍ପର୍କ ପଦଯାତ୍ରା କରୁଥିବା...

ପିଏମ୍‌ ଓ ସିଏମ କିଷାନକୁ କୃଷି ସଚିବଙ୍କ ବଡ଼ ବୟାନ : ଶୀଘ୍ରଶୀଘ୍ର କରନ୍ତୁ…

ଭୁବନେଶ୍ୱର, ୫।୧୦: ପିଏମ୍‌ ଓ ସିଏମ କିଷାନକୁ ନେଇ ଖୁସି ଖବର। ବଡ ବୟାନ ଦେଲେ କୃଷି ସଚିବ ଅରବିନ୍ଦ ପାଢୀ। ସଚିବ ପାଢ଼ୀ କହିଛନ୍ତି,ଯୋଜନାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri