ପୁରୀ ଅଫିସ,୧୮।୬: କିଛିଦିନ ଧରି ରଥଯାତ୍ରାକୁ ନେଇ ଯେଉଁ ଆଶା ଆଶଙ୍କା ଲାଗି ରହିଥିଲା, ସେଥିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ଓଡ଼ିଶା ବିକାଶ ପରିଷଦ ପକ୍ଷରୁ ହୋଇଥିବା ଆବେଦନର ଶୁଣାଣି କରିି ଚଳିତ ବର୍ଷ ରଥଯାତ୍ରା ବନ୍ଦ ରହିବ ବୋଲି ସୁପ୍ରିମକୋର୍ଟ ଗୁରୁବାର ରାୟ ଦେଇଛନ୍ତିି। ଏହି ସମ୍ପର୍କରେ ପ୍ରତିକ୍ରିୟା ରଖି ଗଜପତି ମହାରାଜ ଦିବ୍ୟସିଂହ ଦେବ କହିଛନ୍ତି, ସୁପ୍ରିମକୋର୍ଟଙ୍କ ଏହି ନିଷ୍ପତ୍ତି ବିଶ୍ୱର କୋଣ ଅନୁକୋଣରେ ରହିଥିବା ଜଗନ୍ନାଥ ପ୍ରେମୀ ଭକ୍ତଙ୍କୁ ନିଶ୍ଚିତ ବାଧିବ। କିନ୍ତୁୁ ନ୍ୟାୟାଳୟଙ୍କ ନିଷ୍ପତ୍ତିକୁ ସମ୍ପୂର୍ଣ୍ଣ ଭାବେ ମାନିବାକୁ ପଡ଼ିବ। ଏହି ପ୍ରସଙ୍ଗରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ବସିବ। ବାହାରେ ଯଦି ମହାପ୍ରଭୁଙ୍କ ରଥଯାତ୍ରା ହୋଇପାରିବ ନାହିଁ, ତେବେ ମନ୍ଦିର ଭିତରେ ମହାପ୍ରଭୁଙ୍କ ନୀତି କିଭଳି କରାଯାଇପାରିବ ସେ ସର୍ମ୍ପକରେ ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କ ସହ ଆଲୋଚନା କରାଯିବ। ତାଙ୍କର ପରାମର୍ଶ ଓ ସିଦ୍ଧାନ୍ତ ଅନୁସାରେ ଆଗାମୀ କାର୍ଯ୍ୟପନ୍ଥା ସ୍ଥିର କରାଯିବ ବୋଲି ଗଜପତି କହିଛନ୍ତି।
Posted inଆମ ଜିଲା ଖବର, ପୁରୀ, ରାଜ୍ୟ