ଓଡ଼ିଶାରୁ ଚାଲିଲା ୧୨ ଯୋଡ଼ା ଟ୍ରେନ୍

ଭୁବନେଶ୍ୱର, ୨।୬ (ବ୍ୟୁରୋ): ଅନ୍‌ଲକ୍‌-୧.୦ର ପ୍ରଥମ ପର୍ଯ୍ୟାୟରେ ସାରା ଦେଶରେ ୨ଶହ ଯାତ୍ରିବାହୀ ଟ୍ରେନ୍‌ ଚଳାଚଳ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶାରୁ ୧୨ ଯୋଡ଼ା ଟ୍ରେନ୍‌ ଗଡ଼ିଛି। ସୋମବାର ସକାଳେ ପ୍ରଥମ ଟ୍ରେନ୍‌ ଭାବେ ଜନଶତାବ୍ଦୀ ଏକ୍ସପ୍ରେସ୍‌ ଭୁବନେଶ୍ୱରରୁ କୋଲକାତା ଅଭିମୁଖେ ଯାତ୍ରା କରିଥିବା ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ମିଳିଛି। ପୂର୍ବରୁ ଚାଲିଥିବା ଶ୍ରମିକ ସ୍ପେଶାଲ୍‌ ଟ୍ରେନ୍‌ ଓ ସ୍ପେଶାଲ ଏସି ଟ୍ରେନ ସହ ଏସବୁ ଟ୍ରେନ୍‌ ଚଳାଚଳ ଆରମ୍ଭ କରିଛି। ସାରା ଦେଶରେ ପ୍ରଥମ ଦିନରେ ୧ ଲକ୍ଷ ୪୫ ହଜାରରୁ ଅଧିକ ଯାତ୍ରୀ ନିଜ ଗନ୍ତବ୍ୟସ୍ଥଳକୁ ଯାତ୍ରା କରିଥିବା ନେଇ ରେଳ ମନ୍ତ୍ରଣାଳୟ ସୂଚନା ଦେଇଛି। ଜୁନ ୧ରୁ ୩୦ ମଧ୍ୟରେ ୨୬ ଲକ୍ଷ ଯାତ୍ରୀ ଆଡଭାନ୍ସ ରିଜର୍ଭେଶନ୍‌ ବା ଆଗୁଆ ସିଟ୍‌ ବୁକ୍‌ କରିଛନ୍ତି। ଯାତ୍ରୀଙ୍କୁ ୯୦ମିନିଟ୍‌ ପୂର୍ବରୁ ଷ୍ଟେଶନରେ ପହଞ୍ଚିବା ପାଇଁ ନିର୍ଦ୍ଦେଶାବଳୀ ଜାରି ହୋଇଛି। କେବଳ ଟିକେଟ କନଫର୍ମ ହୋଇଥିବା ଓ ଆର୍‌ଏସି ଯାତ୍ରୀଙ୍କୁ ଟ୍ରେନ୍‌ ଯିବାକୁ ଅନୁମତି ଦିଆଯିବ। ଯାତ୍ରୀଙ୍କ ପାଇଁ ମାସ୍କ ପିନ୍ଧିବା ଓ ସ୍କ୍ରିନିଂକୁ ବାଧ୍ୟତାମୂଳକ କରାଯାଇଥିବାବେଳେ କେବଳ କରୋନା ଲକ୍ଷଣ ନ ଥିବା ଯାତ୍ରୀ ହିଁ ଟ୍ରେନ୍‌ ଯାତ୍ରା କରିପାରିବେ ବୋଲି ନିର୍ଦ୍ଦେଶ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ହେବ ବିଜେଡି-କଂଗ୍ରେସ ମେଣ୍ଟ! ଭିତିରି ପ୍ଲାନ କହିଦେଲେ ଦେବାଶିଷ ସାମନ୍ତରାୟ

ଭୁବନେଶ୍ୱର,୨୨।୯: ଦରକାର ପଡିଲେ କଂଗ୍ରେସ ସହ ହାତ ମିଳେଇବୁ। ଆଉ ରାଜ୍ୟରେ ସରକାର ଗଢିବୁ। ଖୋଲା ମଞ୍ଚରେ ଏଭଳି ଚାଞ୍ଚଲ୍ୟକର ମନ୍ତବ୍ୟ ରଖିଛନ୍ତି ବିଜେଡି ଏମପି...

ମଙ୍ଗଳବାର ଭୁବନେଶ୍ୱର ବନ୍ଦ, ହେବ ବଡ଼ ଆନ୍ଦୋଳନ…

ଭୁବନେଶ୍ୱର,୨୨।୯: ୨୪ ତାରିଖ ଭୁବନେଶ୍ୱରରେ ଚଖଅଖ ବନ୍ଦ ଡାକରା। ଚାଲିବନି ଗାଡି଼ ମଟର। ଆସନ୍ତା ୨୪ରେ ୬ ଘଣ୍ଟିଆ ଭୁବନେଶର ବନ୍ଦ । ସକାଳ ୬...

ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ଅଦ୍ଭୁତ ମାଛ, ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼, କେଜି ଏତିକି ଟଙ୍କାରେ ହେଲା ବିକ୍ରି

ଭୋଗରାଇ,୨୨ା୯(ପ୍ରଦୀପ ଦାସ): ଓଡ଼ିଶା ସୀମାନ୍ତ ପଶ୍ଚିମବଙ୍ଗ ରାଜ୍ୟ ଦୀଘା ମୁହାଣରେ ବଙ୍ଗୀୟ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଛନ୍ତି ଲକ୍ଷାଧିକ ଟଙ୍କାର ତେଲିଆ ଶିଳା ମାଛ। ଦୀଘା ମୁହାଣକୁ...

‘ଓ୍ବାନ ନେଶନ ଓ୍ବାନ ଇଲେକ୍ସନ’କୁ ନେଇ କ’ଣ ରହିବ ବିଜେଡିର ପକ୍ଷ? ନବୀନ କହିଲେ ସମୟ ନେବୁ…

ଭୁବନେଶ୍ୱର,୨୨।୯: ଦେଶରେ ‘ଓ୍ବାନ ନେଶନ ଓ୍ବାନ ଇଲେକ୍ସନ’କୁ ନେଇ ବିତର୍କ ଆରମ୍ଭ ହୋଇଛି। ଏକକାଳୀନ ନିର୍ବାଚନକୁ ନେଇ ମୋଦି କ୍ୟାବିନେଟ ମଞ୍ଜୁରୀ ଦେବା ପରେ ଏବେ...

ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଚାଲିଗଲା ଜଣଙ୍କ ଜୀବନ

ଲାଞ୍ଜିଗଡ଼,୨୨ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡ଼ା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ଅନ୍ୟ...

ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୨।୯: ଆସୁଛି ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସୋମବାର ସୁଦ୍ଧା...

ନିମନ୍ତ୍ରଣ ପତ୍ରରେ ନ ଥିଲା ନାଁ, ଉଦ୍‌ଘାଟନ ଘୁଞ୍ଚିଲା

ସୋନପୁର,୨୧।୯(ମୃତ୍ୟୁଞ୍ଜୟ ଶତପଥୀ): ଓମ୍‌ଫେଡ୍‌ର ସୋନପୁର ଡେଏରୀ ପ୍ଲାଣ୍ଟ (ଦୁଗ୍ଧ କାରଖାନା) ଉଦ୍‌ଘାଟନ ଉତ୍ସବସ୍ଥଳ ଶନିବାର ରଣକ୍ଷେତ୍ର ପାଲଟିଥିଲା। ନିମନ୍ତ୍ରଣ ପତ୍ରରେ ବୀରମହାରାଜପୁର ବିଧାୟକ ଇଂ. ରଘୁନାଥ...

ନବୀନ-କନକବର୍ଦ୍ଧନ ମୁହାଁମୁହିଁ, କହିଲେ ପ୍ରଥମ ଥର ଖୋଲିଲେ ମୁହଁ…

କଟକ,୨୨ା୯(ଶିଳ୍ପା ପ୍ରିୟଦର୍ଶିନୀ): ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ଉପରେ ହୋଇଥିବା ନିର୍ଯାତନା ଘଟଣାକୁ ରାଜନୀତୀକରଣ କରା ନ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri