କନ୍ଧମାଳରେ ୧୪୪ ଧାରା: ପର୍ଯ୍ୟଟକଙ୍କୁ ଦାରିଙ୍ଗବାଡ଼ି ମନା

ଦାରିଙ୍ଗବାଡି,୧୭।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ କରୋନା ଭୂତାଣୁ ବ୍ୟାପିବାକୁ ରୋକିବା ନିମନ୍ତେ ସତର୍କ ରହିବାକୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ମଙ୍ଗଳବାର କନ୍ଧମାଳ ଜିଲାପାଳ ଡ. ବୃନ୍ଦା ଡି ଜିଲାରେ ୧୪୪ ଧାରା ଘୋଷଣା କରିଛନ୍ତି । କୌଣସି ସ୍ଥାନରେ ଭିଡ ନ କରିବା ସହ ୫ ଜଣରୁ ଊର୍ଦ୍ଧ୍ୱ ଲୋକ ଜମାହେଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନିର୍ଦ୍ଦେଶନାମା ଜାରି କରିଛନ୍ତି । ଜିଲାପାଳଙ୍କ ନିର୍ଦ୍ଦେଶ ପରେ ଦାରିଙ୍ଗବାଡି ତହସିଲଦାର ତଥା ଏକଜୁଟିଭ ମାଜିଷ୍ଟେଟ ନିତିଶ କୁମାର ତ୍ରିପାଠୀ, ଆଇଆଇସି କୌଶିକ ମାଝୀ ସଦଳବଳେ କଫି ବଗିଚା ସମେତ ମିଡିୟୁବାନ୍ଦା ଜଳପ୍ରପାତରେ ପହଞ୍ଚି ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ କେବଳ ଧରିତ୍ରୀରେ ଖବର ପ୍ରକାଶିତ ପରେ ଜିଲା ପ୍ରଶାସନର ୧୪୪ଧାରା ଜାରି କରି ଏକ ବଡ ପଦକ୍ଷେପ ନିଆଯାଇଥିବା କୁହାଯାଉଛି। ସେହିପରି ମାଜିଷ୍ଟେଟ ତ୍ରୀପାଠୀ ପୋଲିସ ନେଇ ଦାରିଙ୍ଗବାଡିର ସମସ୍ତ ହୋଟେଲରେ ପହଞ୍ଚି ଆଉ ନୂତନ ପର୍ଯ୍ୟଟକଙ୍କୁ ହୋଟେଲରେ ନ ରଖିବା ଏବଂ ଭିଡ ନ କରିବାକୁ ହୋଟେଲ ମାଲିକମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri