ଭୁବନେଶ୍ୱର,୨୮ା୫(ବ୍ୟୁରୋ): ରାଜ୍ୟରେ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଥିବା ସରପଞ୍ଚ, ଆଶା ଏବଂ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ସହ ଗୁରୁବାର ଟେଲିଫୋନ୍ରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେମାନଙ୍କର ତ୍ୟାଗ ଏବଂ ଉତ୍ସର୍ଗୀକୃତ ସେବା ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି। କରୋନା ରୋଗୀଙ୍କ ସେବା କରୁକରୁ ଯେଉଁ ସରପଞ୍ଚ, ଆଶା ଏବଂ ଅଙ୍ଗନଓ୍ବାଡ଼ି କର୍ମୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଯୋଦ୍ଧାମାନେ ଅନ୍ୟମାନଙ୍କ ପାଇଁ ପ୍ରେରଣା ବୋଲି ସେ କହିଛନ୍ତି।
Posted inକରୋନା ଭାଇରସ୍, ମେଟ୍ରୋ, ରାଜ୍ୟ