କରୋନା ଭୟ: ୧୨ ପ୍ରତିଶତ ଭାରତୀୟଙ୍କ ଆଖିକୁ ନାହିଁ ନିଦ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୮।୪: କରୋନା ସଂକ୍ରମଣ ଯୋଗୁ ଭାରତରେ ଲୋକେ ଆତଙ୍କିତ ହୋଇ ପଡ଼ିଛନ୍ତି। ସାମାଜିକ ଦୂରତା, ମାସ୍କ୍‌ ବ୍ୟବହାର, ବାରମ୍ବାର ହାତ ଧୋଇବା, ସାନିଟାଇଜର ବ୍ୟବହାର ଆଦି ନେଇ ଲୋକଙ୍କ ବ୍ୟସ୍ତ ବିବ୍ରତ ହୋଇପଡ଼ିଛନ୍ତି। ଭାରତରେ କରୋନା ଭୟ ଯୋଗୁ ୧୨ ପ୍ରତିଶତ ଲୋକଙ୍କ ଆଖିକୁ ନିଦ ନାହିଁ। ଅପରପକ୍ଷରେ ୪୦ ପ୍ରତିଶତ ଭାରତୀୟ କରୋନା ସମ୍ପର୍କରେ ଚିନ୍ତା କରୁଛନ୍ତି। ଏସମ୍ପର୍କରେ ଏସିଆନ୍‌ ଜର୍ନାଲ୍‌ ଅଫ୍‌ ସାଇକାଇଟ୍ରିରେ ଏକ ରିପୋର୍ଟ ପ୍ରକାଶ ପାଇଛି। ସେହିପରି ଆମେରିକାରେ ୪୫ ପ୍ରତିଶତ ଲୋକଙ୍କ ମାନସିକ ସ୍ଥିତି କରୋନା ଯୋଗୁ ଖରାପ ହୋଇଯାଇଥିବା କେଜର ଫ୍ୟାମିଲି ଫାଉଣ୍ଡେଶନ ପକ୍ଷରୁ ହୋଇଥିବା ଏକ ସର୍ଭେ ରିପୋର୍ଟରେ ଉଲ୍ଲେଖ ହୋଇଛି। ବ୍ରିଟେନ୍‌ର ଶେଫିଲ୍ଡ୍‌ ଏବଂ ଅଲ୍ସଟର ବିଶ୍ୱବିଦ୍ୟାଳୟ ପକ୍ଷରୁ ହୋଇଥିବା ଏକ ଅଧ୍ୟୟନରରେ ଦର୍ଶାଯାଇଛି ଯେ, ଲକ୍‌ଡାଉନ୍‌ ଯୋଗୁ ସାରା ପୃଥିବୀର ୩୮ ପ୍ରତିଶତ ଲୋକ ମାନସିକ ରୋଗଗ୍ରସ୍ତ ହୋଇଛନ୍ତି। ସୂଚନାଯୋଗ୍ୟ, ଭାରତର କେରଳରେ ଲକ୍‌ଡାଉନ୍‌ ଜାରି ହେବାର ପ୍ରଥମ ୧୦୦ ଘଣ୍ଟା ମଧ୍ୟରେ ୭ ଜଣ ଲୋକ ଆତ୍ମହତ୍ୟା କରିଥିଲେ। ମଦ ଦୋକାନ ବନ୍ଦ ହେବାରୁ ଲୋକେ ଏଭଳି କରିଥିବା ଜଣାପଡ଼ିଥିଲା। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କିଛି ଲୋକଙ୍କ ପାଇଁ ଆଇନ ବ୍ୟବସ୍ଥା କୋହଳ କରିଥିଲେ। ଡାକ୍ତରଙ୍କ ଦ୍ୱାରା ଲିଖିତ ଅନୁମତି ପତ୍ର ଦେଖାଇଲେ ସେମାନଙ୍କୁ ମଦ ଦିଆଯିବାର ବ୍ୟବସ୍ଥା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ସମାପ୍ତ କରିବାକୁ ପ୍ରସ୍ତାବ ରଖିଲା ଇସ୍ରାଏଲ, ହମାସ କଲା ଖାରଜ

ଜେରୁଜେଲମ,୨୦।୯: ଇସ୍ରାଏଲ ଯୁଦ୍ଧ ସମାପ୍ତ କରିବାକୁ ପ୍ରସ୍ତାବ ଦେଇଛି। ଇସ୍ରାଏଲ କହିଛି ଯେ ଯଦି ସମସ୍ତ ବନ୍ଧକଙ୍କୁ ଏକାଠି ମୁକ୍ତ କରାଯାଏ ଏବଂ ଗାଜାକୁ ନିରସ୍ତ୍ର...

ବିଶ୍ୱ ଐତିହ୍ୟ ତାଲିକାରେ ସ୍ଥାନ ପାଇବା ପାଇଁ ପ୍ରସ୍ତୁତିରେ ଭିତରକନିକା…

କେନ୍ଦ୍ରାପଡ଼ା ଜିଲାରେ ଥିବା ଜାତୀୟ ଉଦ୍ୟାନ ଭିତରକନିକାର ଜୈବ ବିବିଧତା ପ୍ରକୃତିପ୍ରେମୀଙ୍କୁ ସର୍ବଦା ଆକୃଷ୍ଟ କରିଆସୁଛି। ଏହି ଆର୍ଦ୍ରଭୂମିରେ ୭୨ ପ୍ରକାର ହେନ୍ତାଳ ଜାତୀୟ ବିରଳ...

ପିଲାଙ୍କ ପାଠପଢ଼ା ଚାଲିଥିବା ବେଳେ ହଠାତ୍‌ କ୍ଲାସ୍‌ରୁମ୍‌ ଏସିରୁ ବାହାରିଲା ସାପ, ଆଉ ତା’ ପରେ…

ନୂଆଦିଲ୍ଲୀ,୨୦ା୯: ନୋଏଡାର ଘରୋଇ ବିଶ୍ୱବିଦ୍ୟାଳୟର ଏକ କ୍ଲାସ୍‌ରୁମ୍‌ର ଏସିରୁ ହଠାତ୍‌ ଗୋଟିଏ ସାପ ବାହାରିବାରୁ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା। ପିଲାମାନେ ଭୟଭୀତ ହୋଇ ଡେସ୍କ...

ଲେବାନନରେ ଆତଙ୍କ ସୃଷ୍ଟି କଲା ଇସ୍ରାଏଲ, ୧୦୦୦ ରକେଟ୍‌ ଲଞ୍ଚର ବ୍ୟାରେଲ୍‌କୁ କଲା ନଷ୍ଟ

ଜେରୁଜେଲମ୍‌,୨୦ା୯: ଇରାନ ସମର୍ଥିତ ହେଜବୁଲ୍ଲାର ବିବାଦ ଥମିବା ପରି ମନେ ହେଉନାହିଁ। ଇସ୍ରାଏଲ ଉପରେ କ୍ଷେପଣାସ୍ତ୍ର ମାଡ଼ କଲାବେଳେ ସେ ପେଜର୍‌ ଏବଂ ଓ୍ବାକି-ଟକି ବିସ୍ଫୋରଣରୁ...

ମୃତ୍ୟୁ ପରେ ମୃତଦେହକୁ କାଟି ଖାଇଯାନ୍ତି ଏହି ଲୋକ, ଅଦ୍ଭୁତ ପରମ୍ପରାକୁ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ମୃତ୍ୟୁ ପରେ, ପୃଥିବୀର ବିଭିନ୍ନ ସ୍ଥାନରେ ଲୋକମାନେ ବିଭିନ୍ନ ଉପାୟରେ ଶବଦାହ କରନ୍ତି। କେତେକ ସ୍ଥାନରେ, ଶେଷ ରୀତିନୀତି କରିବାର ପ୍ରକ୍ରିୟା ଏପରି ଯେ ଏହା...

ଭାରତ ସରକାର, ଡୋଭାଲଙ୍କ ନାଁରେ ମାମଲା ଦାଏର କଲେ ପନ୍ନୁନ

ଲଣ୍ଡନ,୨୦ା୯:ଖଲିସ୍ତାନୀ ସଂଗଠନ ଶିଖ୍‌ସ ଫର୍‌ ଜଷ୍ଟିସ୍‌ର ଜେନେରାଲ କାଉନସିଲ ଗୁରପତ୍‌ଓ୍ବନ୍ତ ସିଂ ପନ୍ନୁନ ତାଙ୍କ ଓକିଲଙ୍କ ଜରିଆରେ ଭାରତ ସରକାର, ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ...

ଫୁଡ୍‌ ପ୍ୟାକେଜିଂ: ମଣିଷ ଶରୀରରେ ୩୬୦୦ କେମିକାଲ

ଜୁରିଚ୍‌, ୨୦।୯:ଫୁଡ୍‌ ପ୍ୟାକେଜିଂରେ ବ୍ୟବହୃତ ହେଉଥିବା ୩୬୦୦ରୁ ଅଧିକ କେମିକାଲ ମଣିଷ ଶରୀରରେ ଥିବା ନେଇ ବୈଜ୍ଞାନିକମାନଙ୍କର ଏକ ଅଧ୍ୟୟନ ସାମ୍‌ନାକୁ ଆସିଛି। ସୁଇଜରଲାଣ୍ଡର ଜୁରିଚ୍‌ସ୍ଥିତ...

ନୂଆ ପର୍ଯ୍ୟାୟରେ ମଧ୍ୟପ୍ରାଚ୍ୟ ଯୁଦ୍ଧ: ଗାଜାରୁ ଲେବାନନ୍‌କୁ ମୁହାଁଇଲେ ଇସ୍ରାଏଲୀ ସୈନ୍ୟ

ବେରୁଟ୍‌/ଜେରୁଜେଲମ୍‌,୨୦ା୯:ଲଗାତର ୨ ଦିନ ଧରି ପେଜର ଓ ଓ୍ବାକିଟକି ବିସ୍ଫୋରଣରେ ଲେବାନନ୍‌ ଥରି ଉଠିଥିବାବେଳେ ଗୁରୁବାର ଇସ୍ରାଏଲ୍‌ ପକ୍ଷରୁ ଏହାର ଦକ୍ଷିଣ ଭାଗରେ ପ୍ରଥମ ପ୍ରତ୍ୟକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri