କରୋନା ମୁକାବିଲା ପାଇଁ ଏକାଠି ହେବାକୁ ଆହ୍ବାନ

ନୂଆଦିଲ୍ଲୀ/ଭୁବନେଶ୍ୱର,୩।୪(ବ୍ୟୁରୋ): ମହାମାରୀ କରୋନା ମୁଣ୍ଡ ପରେ ମୁଣ୍ଡ ନେଇଚାଲିଛି। ଏହାର ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବ୍ୟାପୀ ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ସାମାଜିକ ଦୂରତ୍ୱ ବଜାୟ ରଖିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରମାନଙ୍କ ପକ୍ଷରୁ ଗୁରୁତ୍ୱ ଦିଆଯାଉଥିଲେ ହେଁ ଅନେକ ସ୍ଥାନରେ ଲୋକେ ଏହାକୁ ମାନୁ ନ ଥିବା ଦେଖିବାକୁ ମିଳୁଛି। ଫଳରେ ସ୍ଥିତି ଅଣାୟତ୍ତ ହେବା ଅବସ୍ଥାକୁ ଚାଲିଯାଇଛି। ଏହାକୁ ଦୃଷ୍ଟିରେ ରଖି କୋଭିଡ୍‌-୧୯ ସଂକ୍ରମଣ ରୋକିବା ସକାଶେ ଭବିଷ୍ୟତ କାର୍ଯ୍ୟପନ୍ଥା ସ୍ଥିର କରିବା ପାଇଁ ପ୍ରଧାନମନ୍ତ୍ରୀ ଗୁରୁବାର ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକର ମୁଖ୍ୟମନ୍ତ୍ରୀମାନଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଭାବ ବିନିମୟ କରିଛନ୍ତି। ଏହି ଅବସରରେ ସେ ମହାମାରୀ ନିୟନ୍ତ୍ରଣ କ୍ଷେତ୍ରରେ ରାଜ୍ୟଗୁଡ଼ିକ ପକ୍ଷରୁ ନିଆଯାଉଥିବା ପଦକ୍ଷେପକୁ ପ୍ରଶଂସା କରିଛନ୍ତି। ଏଥିସହ କରୋନା ଭାଇରସ୍‌କୁ ନିୟନ୍ତ୍ରଣକୁ ଆଣିବା ପାଇଁ ଜିଲାସ୍ତରରେ ଉଦ୍ୟମ ଆରମ୍ଭ କରିବା ପାଇଁ ରାଜ୍ୟଗୁଡ଼ିକୁ ସେ ପରାମର୍ଶ ଦେଇଛନ୍ତି। ନୂଆଦିଲ୍ଲୀରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀମାନଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି, କରୋନା ମୁକାବିଲା ନେଇ କେନ୍ଦ୍ରର ଲକ୍‌ଡାଉନ ନିଷ୍ପତ୍ତିକୁ ରାଜ୍ୟ ସରକାରମାନେ ପାଳନ କରିଛନ୍ତି। ସମସ୍ତ ରାଜ୍ୟ ଏକାଠି ହୋଇ ସୁଚାରୁ ରୂପେ ଦାୟିତ୍ୱ ତୁଲାଇଥିବାରୁ ସଂକ୍ରମଣକୁ ସୀମିତ କରାଯାଇପାରିଛି। ବିଶ୍ୱବ୍ୟାପୀ କରୋନା ସଂକ୍ରମଣ ରୋକିବା ଦିଗରେ ସେଭଳି ସନ୍ତୋଷଜନକ ହୋଇ ନ ଥିବାରୁ ଏହାର ଲେଉଟିବା ସମ୍ଭାବନାକୁ ଏଡ଼ାଇ ଦିଆଯାଇ ନ ପାରେ। ଦେଶରେ ଏହି ରୋଗ ପାଇଁ ଯେପରି ବେଶି ଲୋକଙ୍କର ପ୍ରାଣହାନି ନ ଘଟିବ ସେ ଦିଗରେ ଆବଶ୍ୟକ ପଦକ୍ଷେପ ନେବା ମୂଳ ଲକ୍ଷ୍ୟ। ଆଗାମୀ ଦିନରେ କେତେକ ସପ୍ତାହ ପର୍ଯ୍ୟନ୍ତ ପରୀକ୍ଷା, ଚିହ୍ନଟୀକରଣ, ଏକାନ୍ତବାସ ଏବଂ କ୍ୱାରାଣ୍ଟାଇନ ଭଳି ପ୍ରକ୍ରିୟାକୁ କେତେକ ନିର୍ଦ୍ଦିଷ୍ଟ ଅଞ୍ଚଳରେ କାର୍ଯ୍ୟକାରୀ କରିବାକୁ ପଡ଼ିବ। ଆବଶ୍ୟକ ଔଷଧପତ୍ର, ମେଡିକାଲ ଉପକରଣ ଓ କଞ୍ଚାମାଲ ଯୋଗାଣରେ କୌଣସି ପ୍ରକାର ଅଭାବ ରହିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀମାନଙ୍କୁ ମୋଦି ଆଶ୍ୱାସନା ଦେଇଛନ୍ତି। କୋଭିଡ-୧୯ ପାଇଁ ସ୍ବତନ୍ତ୍ର ହସ୍ପିଟାଲ ସୁବିଧା କରିବା, ଚିକିତ୍ସକମାନଙ୍କର ଅଭାବ ପୂରଣ କରିବା ପାଇଁ ଆୟୁଷ ଡାକ୍ତରମାନଙ୍କର ସେବା, ଅନ୍‌ଲାଇନ ତାଲିମ, ପାରାମେଡିକାଲ ଷ୍ଟାଫ୍‌, ଏନ୍‌ସିସି ଏବଂ ଏସ୍‌ଏସ୍‌ଏସ୍‌ ସ୍ବେଚ୍ଛାସେବୀମାନଙ୍କୁ ଏ ଦିଗରେ ନିୟୋଜିତ କରିବାକୁ ପ୍ରଧାନମନ୍ତ୍ରୀ ଆହ୍ବାନ ଦେଇଛନ୍ତି। କୋଭିଡ୍‌-୧୯ ଆମ ଜୀବନଧାରଣର ଧାରାକୁ ସଙ୍କଟ ମୁହଁକୁ ଠେଲିଦେଇଛି। ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ଏକାଠି ହେବା ଜରୁରୀ ବୋଲି ପ୍ରାଧନମନ୍ତ୍ରୀ କହିଛନ୍ତି। ଲକ୍‌ଡାଉନ ଅବଧି ଶେଷ ହେବା ପରେ ସମଗ୍ର ଜନଜୀବନକୁ ପୁଣି ପୂର୍ବାବସ୍ଥାକୁ ଫେରାଇ ଆଣିବାକୁ ଏକ ସମ୍ମିଳିତ ଉଦ୍ୟମ ହେବା ଆବଶ୍ୟକ। ତେବେ ଏହି ମହାମାରୀକୁ ରୋକିବା ଦିଗରେ କେନ୍ଦ୍ର ସରକାରଙ୍କ ପର୍ଯ୍ୟାପ୍ତ ଆର୍ଥିକ ସହାୟତା, ମେଡିକାଲ ଉପକରଣ ଓ ଟେଷ୍ଟିଂ କିଟ୍‌ ଯୋଗାଇଦେବାକୁ ରାଜ୍ୟଗୁଡ଼ିକ ପ୍ରଧାନମନ୍ତ୍ରୀଙ୍କ ନିକଟରେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ ଘଣ୍ଟାରେ ଖାଇଗଲେ ୨ କୁଇଣ୍ଟାଲ ଚିକେନ ପକୋଡ଼ା

ପୁରୀ,୨୨।୯: ରାଜ୍ୟରେ ଏବେ ବି ରହିଛି ବାର୍ଡଫ୍ଲୁ ଆତଙ୍କ। ଖାସ୍‌ କରି ପୁରୀ ଜିଲାରେ ବାର୍ଡଫ୍ଲୁକୁ ନେଇ ସରକାରଙ୍କ ପକ୍ଷରୁ ସଚେତନତା ଜାରି ରହିଛି। ଏଭଳିସ୍ଥିତିରେ...

ଜନ୍ମମାଟିରୁ ୧୦୦ ଦିନର ହିସାବ ଦେଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାଳୟ ପଡ଼ିଆରୁ ଲୋକଙ୍କ ସରକାରର ୧୦୦ ଦିନର ସଫଳତାର ହିସାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କାର୍ଯ୍ୟକ୍ରମରେ...

ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି: ବାତିଲ ହେଲା ମୟୂରଭଞ୍ଜ କାର୍ଯ୍ୟକ୍ରମ

କେନ୍ଦୁଝର,୨୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲାକୁ ଶୁକ୍ରବାରଠାରୁ ୩ ଦିନିଆ ଗସ୍ତରେ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ନିଜ ଜିଲାକୁ...

ବିଜେଡିର ଭୁବନେଶର ବନ୍ଦ ଡାକରା: ମନ୍ତ୍ରୀ ସୁରେଶ ପୂଜାରୀ କହିଲେ ସହିପାରୁନି….

ଭୁବନେଶ୍ୱର,୨୨।୯: ୨୪ ତାରିଖ ଭୁବନେଶ୍ୱରରେ ଚଖଅଖ ବନ୍ଦ ଡାକରା। ଚାଲିବନି ଗାଡି଼ ମଟର। ଆସନ୍ତା ୨୪ରେ ୬ ଘଣ୍ଟିଆ ଭୁବନେଶର ବନ୍ଦ । ସକାଳ ୬...

୩ ଘଣ୍ଟା ପ୍ରବଳରୁ ଅତି ପ୍ରବଳ ବର୍ଷିବ: ଏସବୁ ସ୍ଥାନରେ…

ଭୁବନେଶ୍ୱର,୨୨।୯: ଆସୁଛି ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସୋମବାର ସୁଦ୍ଧା...

କାହିଁକି ଦୀପାଳିଙ୍କ ନାଁରେ ଏତଲା? 

କାହିଁକି ଦୀପାଳିଙ୍କ ନାରେ ଏତଲା? ଭୁବନେଶ୍ୱର,୨୨।୯: ଝାରସୁଗୁଡ଼ାର ପୂର୍ବତନ ବିଧାୟକ ଦୀପାଳି ଦାସ ଓ ରେଙ୍ଗାଲି ବିଧାୟକ ସୁଦର୍ଶନ ହରିପାଲଙ୍କ ନାଁରେ ଏତଲା  ହୋଇଛି। ସମ୍ବଲପୁରସ୍ଥିତ...

ଅଙ୍ଗନଓ୍ବାଡି କର୍ମୀଙ୍କୁ ଗଛରେ ବାନ୍ଧି ମାଡ଼ ମାରିବା ଘଟଣା: କର୍ମୀଙ୍କ ସହ କଥା ହୋଇ ଉପମୁଖ୍ୟମନ୍ତ୍ରୀ କହିଲେ…

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲା ସିଂଲା ଥାନା ବାଲିଆପାଳ ବ୍ଲକ ଅନ୍ତର୍ଗତ ମହାପଦା ଅଙ୍ଗନଓ୍ବାଡ଼ି କେନ୍ଦ୍ର କର୍ମୀ ଉର୍ମିଳା ସାମଲଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼...

କଂଗ୍ରେସ ବିଜେଡି ମେଣ୍ଟ: ବିଜେଡିର ଚକ୍ରାନ୍ତ ଲୋକମାନେ ଜାଣନ୍ତି …

ଜାଣିଛନ୍ତଭୁବନେଶ୍ୱର,୨୨।୯: ଦରକାର ପଡିଲେ କଂଗ୍ରେସ ସହ ହାତ ମିଳେଇବୁ। ଆଉ ରାଜ୍ୟରେ ସରକାର ଗଢିବୁ। ଖୋଲା ମଞ୍ଚରେ ଏଭଳି ଚାଞ୍ଚଲ୍ୟକର ମନ୍ତବ୍ୟ ରଖିଛନ୍ତି ବିଜେଡି ଏମ୍‌ପି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri