କୁପାରୀରେ ମିଶନଶକ୍ତି ସମାବେଶ

ଖଇରା,୧୮।୪(ଡି.ଏନ.ଏ.)- ନବୀନ ସରକାର କ୍ଷମତାକୁ ଆସିବା ପରେ ସ୍ବୟଂସହାୟିକା ଗୋଷ୍ଠୀ ମାଧ୍ୟମରେ ମହିଳାଙ୍କୁ ଆତ୍ମନିର୍ଭରଶୀଳ କରିପାରିଛନ୍ତି। ସେମାନଙ୍କ ଆର୍ଥୀକ ଓ ସାମାଜିକ ବିକାଶ ହେବା ସହିତ ଦେଶର ଅଭିବୃଦ୍ଧିରେ ସେମାନଙ୍କର ସହଯୋଗ ଅତ୍ୟନ୍ତ ପ୍ରଶଂସନୀୟ। ଓଡିଶା ଜୀବିକା ମିଶନ ମାଧ୍ୟମରେ ସରକାର ସେମାନଙ୍କ ପାଇଁ ବିନା ସୁଧରେ ଋଣ ଓ ରିହାତିରେ କୃଷିଯନ୍ତ୍ରପାତି ଇତ୍ୟାଦିର ବ୍ୟବସ୍ଥା କରି ବିକଶିତ ଓଡିଶା ଗଠନ ପାଇଁ ଉଦ୍ୟମ କରିଆସୁଛି ା ଏଣୁ ଉପକୃତ ହୋଇଥିବା ଏହି ମହି ଳା ବା ମାତୃଶକ୍ତିର ଆଶିର୍ବାଦରେ ନବୀନ ସରକାର ପୁଣିଥରେ କ୍ଷମତାକୁ ଆସିବ ା ଏଣୁ ମହିଳା ମାନେ ଏକ ହୋଇ ଚଳିତ ନିର୍ବାଚନରେ ବିଜେଡିର ଏମ୍‌ପି ପ୍ରାର୍ଥୀ ମଞ୍ଜୁଲତା ମଣ୍ଡଳ ଓ ବିଧାୟକ ପ୍ରାର୍ଥୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କୁ ବିଜୟୀ କରିବାକୁ କୁପାରୀ ଠାରେ ବିଶାଳ ମିଶନଶକ୍ତି ସମାବେଶରେ ବିଜେଡି ନେତୃବୃନ୍ଦ ଆହ୍ବାନ ଦେଇଛନ୍ତି। ବ୍ଲକ୍‌ ବିଜେଡି ସଭାପତି ବ୍ରଜକିଶୋର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସମାବେଶରେ ଏମପି ପ୍ରାର୍ଥୀ ଓ ବିଧାୟକ ପ୍ରାର୍ଥୀଙ୍କ ସମେତ ବ୍ଲକ୍‌ ଉପାଧ୍ୟକ୍ଷ ଜୟନ୍ତ କୁମାର ରାଉତ, ଧାମନଗର ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଜିଲା ପର୍ଯ୍ୟବେକ୍ଷିକା ସୁମିତ୍ରା ଜେନା, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଉପେନ୍ଦ୍ର ପ୍ରସାଦ ପାଢୀ, ଜୟନ୍ତୀ ପତି ପ୍ରମୁଖ ଯୋଗଦେଇ ମହିଳା ସଶକ୍ତିକରଣ ଉପରେ ବକ୍ତବ୍ୟ ରଖିଥିଲେ। ସମାବେଶ ପ୍ରାରମ୍ଭରେ ଏକ ଶୋଭାଯାତ୍ରା କୁପାରୀ ବଜାର ପରିକ୍ରମା କରିବାପରେ ସମାବେଶ ସ୍ଥଳରେ ପହଞ୍ଚିଥିଲା। ପ୍ରାରମ୍ଭରେ ବିଜୁବାବୁଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରାଯାଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯(ବାଞ୍ଛାନିଧି ଦେ): ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ...

ସୁବର୍ଣ୍ଣରେଖାରେ ବନ୍ୟା

ଭୋଗରାଇ(ପ୍ରଦୀପ ଦାସ)/ ବାଲିଆପାଳ (ଗୋପାଳ ଚନ୍ଦ୍ର ସାହୁ)/କାଳିପଦା(ରାଜଶ୍ରୀ ପାଣିଗ୍ରାହୀ)/ଜଳେଶ୍ୱର (ରବିନାରାୟଣ ପାତ୍ର), ୧୮।୯: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ସୁବର୍ଣ୍ଣରେଖାର ନିମ୍ନ ଅବବାହିକରେ ପ୍ରଥମ...

ସୁଭଦ୍ରା ପ୍ରଶ୍ନର ଉତ୍ତର ଦେଇ ଜିତିଲେ…

ବଉଳା, ୧୮।୯(ଦୁର୍ଗାପ୍ରସାଦ ଆୟଚ) ସୁଭଦ୍ରା ଯୋଜନାର ଶୁଭାରମ୍ଭ ଅବସରରେ ମଙ୍ଗଳବାର କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଉପସ୍ଥିତ ମହିଳାମାନଙ୍କୁ...

ରାସ୍ତା ଉପରେ ଲହଡ଼ି ଭାଙ୍ଗୁଛି ବର୍ଷା ପାଣି

ବାଲେଶ୍ୱର,୧୬।୯: ଲଗାଣ ବର୍ଷାରେ ବାଲେଶ୍ୱର ମୁଖ୍ୟ ରାସ୍ତାରେ ଫୁଟେ ଉଚ୍ଚର ପାଣି ଚାଲୁଛି। ନୂଆସାହି ଛକ ମୁଖ୍ୟରାସ୍ତାରେ ଆଣ୍ଠୁଏ ଉଚ୍ଚର ପାଣି ପ୍ରବାହିତ ହେଉଛି। ଫଳରେ...

ତିନି ତିନିଟା ଛୁଆଙ୍କ ସହ ରୋଗିଣା ସ୍ତ୍ରୀଙ୍କୁ ମେଡିକାଲରେ ଛାଡି ଚାଲିଗଲେ ସ୍ବାମୀ,ପରେ…..

ନୀଳଗିରି,୧୬।୯: ରୋଗିଣା ସ୍ତ୍ରୀ ଓ ୩ ପିଲାଙ୍କୁ ମେଡିକାଲରେ ଏକୁଟିଆ ଛାଡି ଚାଲିଗଲେ ସ୍ବାମୀ। ଟଙ୍କା ଆଣିବେ ବୋଲି କହି ଯାଇଚନ୍ତି ଯେ ଯାଇଛନ୍ତି। ମାସେ...

ବିପଦସଙ୍କେତ ଟପିଲା ଜଳକା

ବାଲେଶ୍ୱର,୧୬ା୯(ବାଞ୍ଛାନିଧି ଦେ): ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ଦୁଇଦିନ ଧରି ବାଲେଶ୍ୱର ଜିଲାରେ ପ୍ରବଳ ବର୍ଷା ଯୋଗୁ ଜନଜୀବନ...

ବଢୁଛି ଜଳକା, ବନ୍ୟା ଆଶଙ୍କା

ବାଲେଶ୍ୱର, ୧୫।୯(ବାଞ୍ଛାନିଧି ଦେ ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ମଥାନୀ ଠାରେ...

ରପ୍ତାନି ଉପରେ କଟକଣା ଲଗାଇଲା ବାଂଲାଦେଶ: ଲଘୁଚାପ ପ୍ରଭାବରେ ଓଡ଼ିଶା ଉପକୂଳରେ ଲାଗିଲେ ପ୍ରଚୁର ଇଲିଶି

ଭୋଗରାଇ,୧୦।୯(ପ୍ରଦୀପ ଦାସ): ଘନଘନ ଲଘୁଚାପ ଓ ପାଗ ଅନୁକୁଳ ଥିବାରୁ ସମୁଦ୍ରରେ ଇଲିସି ଉପକୂଳ ମୁହାଁ ହେଉଛନ୍ତି। ଚଳିତ ବର୍ଷାଋତୁରେ ଟ୍ରଲର ମାଲିକ ଓ ମତ୍ସ୍ୟଜୀବୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri