ପୁରୁଷୋତ୍ତମପୁର, ୧୦।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ କେଏନ୍ପୁରରେ ସୋମବାର ଅଗ୍ନିକାଣ୍ଡ ଘଟିଛି। ଏଥିରେ ଦମୟନ୍ତୀ ପ୍ରଧାନଙ୍କ ଘର ସମ୍ପୂର୍ଣ୍ଣ ପୋଡି ଛାର୍ଖାର ହୋଇଛି। ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। କ୍ଷୟକ୍ଷତିର ଆକଳନ ଲାଗି ତହସିଲଦାର ଅରୁଣ କୁମାର ନାୟକ ବାଲିଆ ରାଜସ୍ବ ନିରୀକ୍ଷକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଦମୟନ୍ତୀ ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥିବାରୁ ତୁରନ୍ତ ତାଙ୍କୁ ସରକାରୀ ସହାୟତା ଯୋଗାଇଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।