Posted inଜାତୀୟ

କେଜରିଓ୍ବାଲ ଜେଲରୁ ବାହାରକୁ ଆସିବା ପୂର୍ବରୁ ଇଡି ଯିବ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ,୨୦।୬: ଅରବିନ୍ଦ କେଜରିୱାଲଙ୍କ ଜାମିନ ମାମଲାରେ ଟ୍ରାଏଲ କୋର୍ଟର ନିଷ୍ପତ୍ତି ବିରୋଧରେ ଶୁକ୍ରବାର ସକାଳେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଦିଲ୍ଲୀ ହାଇକୋର୍ଟଙ୍କ ନିକଟକୁ ଯିବ। ବାସ୍ତବରେ ଆଜି ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ଏକ୍ସାଇଜ ପଲିସି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଅବକାଶ ପୀଠ ଅରବିନ୍ଦ କେଜରିୱାଲଙ୍କୁ ୧ ଲକ୍ଷ ଟଙ୍କା ବଣ୍ଡରେ ଜାମିନ ପ୍ରଦାନ କରିଛି। ଜାମିନ ବଣ୍ଡ ଦାଖଲ ପ୍ରକ୍ରିୟାକୁ ୪୮ ଘଣ୍ଟା ସ୍ଥଗିତ ରଖିବାକୁ କୋର୍ଟ ଇଡିଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରିଛନ୍ତି।
ସୂଚନାଯୋଗ୍ୟ, ବର୍ତ୍ତମାନ ବାତିଲ ହୋଇଥିବା ଦିଲ୍ଲୀ ଏକ୍ସାଇଜ ପଲିସି ୨୦୨୧-୨୨ରେ ହୋଇଥିବା ଅନିୟମିତତା ଅଭିଯୋଗରେ ଅର୍ଥ ହେରଫେର ମାମଲାରେ ମୁଖ୍ୟମନ୍ତ୍ରୀ କେଜରିୱାଲଙ୍କୁ ମାର୍ଚ୍ଚ ୨୧ ରେ ଗିରଫ କରାଯାଇଥିଲା। ଏହାପୂର୍ବରୁ ଲୋକ ସଭା ନିର୍ବାଚନକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ତାଙ୍କୁ ମେ’ ୧୦ରେ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଥିଲେ। ତାଙ୍କୁ ଜୁନ ୨ ରେ ଆତ୍ମସମର୍ପଣ କରିବାକୁ କୁହାଯାଇଥିଲା। ଏଥିସହ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏବଂ ଦିଲ୍ଲୀ ସଚିବାଳୟକୁ ନ ଯିବାକୁ କୋର୍ଟ ତାଙ୍କୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

ଆଇଫୋନ୍‌ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୦।୯:ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ...

ତିରୁପତି ଲଡୁ ବିବାଦକୁ ନେଇ ପଓ୍ବନ କଲ୍ୟାଣଙ୍କ ବଡ଼ ବୟାନ, କହିଲେ ସନାତନ ଧର୍ମ ପାଇଁ…

ହାଇଦ୍ରାବାଦ,୨୦ା୯: ତିରୁପତି ଭେଙ୍କଟେଶ୍ୱରଙ୍କ ମନ୍ଦିର ପ୍ରସାଦ ତିଆରି ପାଇଁ ବ୍ୟବହୃତ ଘିଅରେ ପଶୁ ଚର୍ବି ମିଳିଛି। ଶାସକ ତେଲୁଗୁ ଦେଶମ ପାର୍ଟି (ଟିଡିପି) ଦାବି କରିଛି...

ଚୌକା-ଛକା ବର୍ଷା କଲେ ଭାରତର ବଡ଼ ଶତ୍ରୁ: ବିସ୍ଫୋରକ ଅନ୍ଦାଜ୍‌ରେ ଜିତାଇଲେ ମ୍ୟାଚ୍‌

ଲଣ୍ଡନ,୨୦।୯: ଅଷ୍ଟ୍ରେଲିଆ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଏଠାରେ ଉଭୟଙ୍କ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳାଯାଉଛି। ଏହି ସିରିଜର ପ୍ରଥମ ମ୍ୟାଚ...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୦।୮:ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୪ର୍ଥ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର...

ରିଲାଏନ୍ସ ଡିଜିଟାଲରେ ଆଇଫୋନ୍‌ ୧୬ ରେଞ୍ଜ

ମୁମ୍ବାଇ,୨୦।୯(ଅଭୟ ଦାଶ):ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ରିଲାଏନ୍ସ ଗ୍ରୁପ୍‌ର ଅଗ୍ରଣୀ ପ୍ଲାଟ୍‌ଫର୍ମ ‘ରିଲାଏନ୍ସ ଡିଜିଟାଲ’ରେ ବହୁ ପ୍ରତୀକ୍ଷିତ ଆଇଫୋନ୍‌-୧୬ର ସମସ୍ତ ଭାରିଆଣ୍ଟ (ରେଞ୍ଜ) ଉପଲବ୍ଧ...

ମହିଳାଙ୍କ ମୁହଁରେ ହସ ଫୁଟାଇବେ ଭାଜପା ସରକାର: ମହିଳାଙ୍କୁ ମିଳିବ ୨,୧୦୦ ଟଙ୍କା

ରୋହତକ,୨୦ା୯:ହରିୟାଣାରେ ଭାଜପା ପୁନର୍ବାର କ୍ଷମତାସୀନ ହେଲେ ମହିଳାମାନଙ୍କୁ ମାସିକ ୨,୧୦୦ ଟଙ୍କା ଓ କୃଷକଙ୍କୁ ୨୪ ଫସଲ ଉପରେ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ପ୍ରଦାନ...

ହଠାତ୍‌ ନିଜ ସାଙ୍ଗକୁ ଭେଟିଲେ ରାହୁଲ ଗାନ୍ଧୀ, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ତଥା ଏମ୍‌ପି ରାହୁଲ ଗାନ୍ଧୀ ଶୁକ୍ରବାର ସକାଳେ ହରିୟାଣାର କର୍ଣ୍ଣଲ ଜିଲାରେ ପହଞ୍ଚିଛନ୍ତି। ସେ ଭୋର୍‌ ସମୟରେ ଘୋଗଦୀପୁର ଗ୍ରାମକୁ ଆସିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri