Posted inଖେଳ

କୋପା ଆମେରିକା:ଇକ୍ୱାଡରକୁ ହରାଇଲା ଉରୁଗୁଏ

ବେଲୋ ହରିଜଣ୍ଟେ,୧୭।୬(ଏଏଫ୍‌ପି)- ଲୁଇସ ସୁଆରେଜ ଓ ଇଡିନସନ କାଭାନିଙ୍କ ଗୋଲ ବଳରେ ଉରୁଗୁଏ ଦଳ କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ଗ୍ରୁପ୍‌ ସି’ ମ୍ୟାଚ୍‌ରେ ଉରୁଗୁଏ ୧୦ ଜଣିଆ ଇକ୍ୱାଡରକୁ ୪-୦ ଗୋଲରେ ହରାଇ ଦେଇଛି। ବିଜୟୀ ଦଳ ପାଇଁ ୬ଷ୍ଠ ମିନିଟ୍‌ରେ ନିକୋଲାସ ଲୋଡିରୋ ପ୍ରଥମ ଗୋଲ କରିଥିଲେ। ତାଙ୍କ ପରେ କାଭାନି (୩୩ତମ ମିନିଟ୍‌) ଓ ସୁଆରେଜ (୪୪ତମ) ଗୋଲ ଦେଇଥିଲେ। ଫଳରେ ପ୍ରଥମାର୍ଦ୍ଧ ସୁଦ୍ଧା ଉରୁଗୁଏ ୩-୦ ଗୋଲରେ ଅଗ୍ରଣୀ ହାସଲ କରିଥିଲା। ଦ୍ୱିତୀୟାର୍ଦ୍ଧରେ ଇକ୍ୱାଡର ଆର୍ଟୁରୋ ମିନା ଏକ ଆତ୍ମଘାତି ଗୋଲ ଦେଇଥିଲେ। ପାରାଗୁଏ ଓ କାତାର ମଧ୍ୟରେ ଖେଳାଯାଇଥିବା ଗ୍ରୁପ୍‌ ବି’ର ଏକ ମ୍ୟାଚ୍‌ ୨-୨ ଗୋଲରେ ଅମୀମାଂସିତ ଭାବେ ଶେଷ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇଏସ୍‌ଏସ୍‌ଏଫ୍‌ ଓ୍ବାଲର୍‌ଡ କପ୍‌: ଭାରତକୁ ତୃତୀୟ ସ୍ଥାନ

ଲିମା (ପେରୁ), ୨୨ା୪: ପୃଥ୍ବୀରାଜ ଟୋଣ୍ଡାଇମାନ ଓ ପ୍ରଗତି ଦୁବେ ଟ୍ରାପ୍‌ ମିକ୍ସଡ ଟିମ୍‌ ଇଭେଣ୍ଟର ମେଡାଲ ରାଉଣ୍ଡକୁ ଉନ୍ନୀତ ହେବାରେ ବିଫଳ ହେବାରୁ ଭାରତୀୟ...

୫ ମହିଳା ଚେସ୍‌ ଖେଳାଳିଙ୍କୁ ମିଳିବ ୧କୋଟି ଅନୁଦାନ

ହାଇଦ୍ରାବାଦ,୨୨ା୪: ଭାରତରେ ମହିଳା ଖେଳର ପ୍ରତିଷ୍ଠାକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟ ରଖିଥିବା ୬୪ ସ୍କୋୟାର୍ସ ନାମକ ଏକ ସଂଗଠନ ମଙ୍ଗଳବାର ଇଣ୍ଟରନ୍ୟାଶନାଲ ମାଷ୍ଟର(ଆଇଏମ୍‌) ଭାନ୍ତିକା ଅଗ୍ରଓ୍ବାଲଙ୍କ...

ଦିଲ୍ଲୀର ଷଷ୍ଠ ବିଜୟ

ଲକ୍ଷ୍ନୌ,୨୨ା୪: ମୁକେଶ କୁମାର ଘାତକ ବୋଲିଂ ବଳରେ ଦିଲ୍ଲୀ ପ୍ୟାପିଟାଲ୍ସ (ଡିସି) ୮ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (ଏସ୍‌ଏଲ୍‌ଜି)କୁ ପରାସ୍ତ କରିଛି। ଲକ୍ଷ୍ନୌ ପକ୍ଷରୁ...

୧୦ ଆଥଲେଟ୍‌ଙ୍କୁ ସହାୟତାର ହାତ ବଢାଇଲେ ଶିବମ

ଚେନ୍ନାଇ,୨୨ା୪: ଭାରତ ତଥା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଅଲରାଉଣ୍ଡର ଶିବମ ଦୁବେ ମଙ୍ଗଳବାର ତାମିଲନାଡୁର ୧୦ ଉଦୀୟମାନ ଆଥଲେଟ୍‌ଙ୍କୁ ୭୦ ହଜାର ଲେଖାଏ ସହାୟତା...

ଅଷ୍ଟ୍ରେଲିଆର ଏହି ପୂର୍ବତନ ଟେଷ୍ଟ କ୍ରିକେଟରଙ୍କୁ ୪ ବର୍ଷ କାରାଦଣ୍ଡ

ମେଲବୋର୍ନ,୨୨ା୪: ଅଷ୍ଟ୍ରେଲିଆର ପୂର୍ବତନ ଟେଷ୍ଟ କ୍ରିକେଟର ମାଇକେଲ ସ୍ଲାଟରଙ୍କୁ ୪ ବର୍ଷର ଜେଲ ଦଣ୍ଡରେ ଦଣ୍ଡିତ କରାଯାଇଛି। କିନ୍ତୁ ପୋଲିସ ହେପାଜତରେ ଏକ ବର୍ଷରୁ ଊର୍ଦ୍ଧ୍ୱ...

IPL ରେ ଏହି ଟିମ ଉପରେ ଆସିଲା Match Fixing ଅଭିଯୋଗ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୪: ଲକ୍ଷ୍ନୌ ସୁପରଜାଏଣ୍ଟସ ବିପକ୍ଷରେ ଜିତିଥିବା ମ୍ୟାଚ ହାରିବା ପରେ ରାଜସ୍ଥାନ ରୟାଲ୍ସ ଉପରେ Match Fixingର ଅଭିଯୋଗ ଆସିଛି। ଏହି ମ୍ୟାଚରେ ରାଜସ୍ଥାନକୁ ଜିତିବା...

ବିବାହ ବାର୍ଷିକୀରେ ମା’ ହେଲେ ଜ୍ୱାଲା ଗୁଟ୍ଟା: ଖୁସି ହେଲା ଦ୍ୱିଗୁଣିତ

ଚେନ୍ନାଇ,୨୨।୪: ପୂର୍ବତନ ଭାରତୀୟ ବ୍ୟାଡମିଣ୍ଟନ ତାରକା ଜ୍ୱାଲା ଗୁଟ୍ଟା ମା’ ହୋଇଛନ୍ତି। ସେ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି। ଏହାସହ ଜ୍ୱାଲାଙ୍କ ଖୁସି ଦ୍ୱିଗୁଣିତ ହୋଇଛି।...

ସ୍ତ୍ରୀଙ୍କୁ ମାଡ଼ ମାରୁଥିଲେ ପ୍ରସିଦ୍ଧ କ୍ରିକେଟର୍‌: ଥାନାରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୨।୪: ପୂର୍ବତନ ଭାରତୀୟ କ୍ରିକେଟର ଅମିତ ମିଶ୍ରଙ୍କ ନାଁରେ ତାଙ୍କ ପତ୍ନୀ ଗରିମା ମିଶ୍ର ଯୌତୁକ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଅମିତ ତାଙ୍କୁ ଯୌତୁକ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image