କ୍ଷତିପୂରଣ ଦାବିରେ ଚାଷୀଙ୍କ ବିକ୍ଷୋଭ

ଖଇରା, ୧୬।୧୧(ଡି.ଏନ.ଏ.)-ବୁଲବୁଲ ବାତ୍ୟାରେ ନଷ୍ଟ ହୋଇଥିବା ଚାଷ ପାଇଁ କ୍ଷତିପୂରଣ ଯୋଗାଇ ଦେବା ଦାବିରେ ଖଇରା ବ୍ଲକ ଅଧୀନ ମହତୀପୁର ପଞ୍ଚାୟତର ଶତାଧିକ ଚାଷୀ ବୁଧବାର ଖଇରା ତହସିଲ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ପ୍ରଥମେ ଚାଷୀ ପ୍ରଫୁଲ୍ଲ କୁମାର ସାହୁ, ଉମାକାନ୍ତ ଗିରି, ପୂର୍ବତନ ସରପଞ୍ଚ ବସନ୍ତ କୁମାର ପାତ୍ର, ଅଭିମନ୍ୟୁ ପରମାଣିକ, ରମାକାନ୍ତ ଗିରି, ମନୋଜ କୁମାର ପାତ୍ର, ମହେନ୍ଦ୍ର ପ୍ରସାଦ ମହଲା, କ୍ଷୀରୋଦ କୁମାର ପାତ୍ର, ପୂର୍ଣ୍ଣଚନ୍ଦ୍ର ଗିରି, ସରପଞ୍ଚ ସଞ୍ଜୟ ସେଠୀଙ୍କ ନେତୃତ୍ୱରେ ଶୋଭାଯାତ୍ରା ପୋଷ୍ଟ ଅଫିସ ଛକରୁ ବାହାରି ତହସିଲରେ ପହଞ୍ଚିଥିଲା। ପରେ ତହସିଲଦାର ପ୍ରଦୀପ ସାହୁଙ୍କ ଅନୁପସ୍ଥିତିରେ ଚାଷୀମାନେ ଅତିରିକ୍ତ ତହସିଲଦାର ଭାନୁମତି ମାଝିଙ୍କ ଜରିଆରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ଏଥିସହ ସମସ୍ତ ଋଣ ଛାଡ, ଫସଲବୀମା ଅର୍ଥ ପ୍ରଦାନ କରିବାକୁ ମଧ୍ୟ ଅନୁରୋଧ କରାଯାଇଥିଲା। ମହିଳା ଚାଷୀ କଳ୍ପନା ଜେନା ନଷ୍ଟ ହୋଇଥିବା ଛତୁ ଫାର୍ମ ବାବଦରେ କ୍ଷତିପୂରଣ ପାଇଁ ସ୍ବତନ୍ତ୍ର ଭାବେ ଦାବିପତ୍ର ଦେଇଥିଲେ। ଅତିରିକ୍ତ ତହସିଲଦାର ଯଥାସମ୍ଭବ ସରକାରଙ୍କ ନିୟମକୁ ଭିତ୍ତି କରି କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚରମ ନିଷ୍ପତ୍ତି : ଜାଗା ପାଇଁ ଦେହରେ ପେଟ୍ରୋଲ ଢାଳି ନିଜୁକ ଜାଳିଲେ

ନୀଳଗିରି,୨୨।୯(ପ୍ରଶାନ୍ତ କୁମାର ବିଶ୍ବାଳ): ଜିଲାପରିଷଦ ପାଣ୍ଠିରୁ ଗାଁ ଲୋକେ ନିର୍ମାଣ କରୁଥିଲେ କଂକ୍ରିଟ ରାସ୍ତା। ହେଲେ ଏହି ରାସ୍ତାକୁ ନିଜ ଜାଗା କହି ରାସ୍ତା ନିର୍ମାଣକୁ...

ଅଙ୍ଗନଓ୍ବାଡି କର୍ମୀଙ୍କୁ ଗଛରେ ବାନ୍ଧି ମାଡ଼ ମାରିବା ଘଟଣା: କର୍ମୀଙ୍କ ସହ କଥା ହୋଇ ଉପମୁଖ୍ୟମନ୍ତ୍ରୀ କହିଲେ…

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲା ସିଂଲା ଥାନା ବାଲିଆପାଳ ବ୍ଲକ ଅନ୍ତର୍ଗତ ମହାପଦା ଅଙ୍ଗନଓ୍ବାଡ଼ି କେନ୍ଦ୍ର କର୍ମୀ ଉର୍ମିଳା ସାମଲଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼...

ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ଅଦ୍ଭୁତ ମାଛ, ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼, କେଜି ଏତିକି ଟଙ୍କାରେ ହେଲା ବିକ୍ରି

ଭୋଗରାଇ,୨୨ା୯(ପ୍ରଦୀପ ଦାସ): ଓଡ଼ିଶା ସୀମାନ୍ତ ପଶ୍ଚିମବଙ୍ଗ ରାଜ୍ୟ ଦୀଘା ମୁହାଣରେ ବଙ୍ଗୀୟ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଛନ୍ତି ଲକ୍ଷାଧିକ ଟଙ୍କାର ତେଲିଆ ଶିଳା ମାଛ। ଦୀଘା ମୁହାଣକୁ...

ଥମୁନି ମହିଳାଙ୍କ ଉପରେ ଅତ୍ୟାଚାର, ଅଙ୍ଗନୱାଡି କେନ୍ଦ୍ରରେ କଙ୍ଗାରୁ କୋର୍ଟ

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ଅଙ୍ଗନୱାଡ଼ି କେନ୍ଦ୍ରରେ ପଶି କଙ୍ଗାରୁ କୋର୍ଟ କରି କର୍ମୀଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଛି।...

ସୁବର୍ଣ୍ଣରେଖା ବନ୍ୟାକୁ ୭ ଦିନ, ଭୋକ ଉପାସରେ…

ଭୋଗରାଇ, ୨୧ା୯(ପ୍ରଦୀପ ଦାସ): ସୁବର୍ଣ୍ଣରେଖା ବନ୍ୟାକୁ ୭ଦିନ ପୂରିଛି। ହେଲେ ଅଦ୍ୟାବଧି ଭୋଗରାଇ ବ୍ଲକର ବନ୍ୟା ସ୍ଥିତିରେ ସୁଧାର ଆସିନାହିଁ। ଭୋଗରାଇର ୨୧ ପଞ୍ଚାୟତର ଶତାଧିକ...

ଘରୁ ମିଳିଥିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍: ବନ୍ଧାହେଲେ କୁବେର ଯନ୍ତ୍ରୀ

ବାଲେଶ୍ୱର,୨୧।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଏନ୍‌ଭି ହରିହର ରାଓଙ୍କୁ ବାନ୍ଧିଲା ପୋଲିସ। ଆୟ ବର୍ହିଭୂତ ସଂପତ୍ତି ଠୁଳ ମାମଲାରେ ତାଙ୍କଚ ଭିଜିଲାନ୍ସ...

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯(ବାଞ୍ଛାନିଧି ଦେ): ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ...

ସୁବର୍ଣ୍ଣରେଖାରେ ବନ୍ୟା

ଭୋଗରାଇ(ପ୍ରଦୀପ ଦାସ)/ ବାଲିଆପାଳ (ଗୋପାଳ ଚନ୍ଦ୍ର ସାହୁ)/କାଳିପଦା(ରାଜଶ୍ରୀ ପାଣିଗ୍ରାହୀ)/ଜଳେଶ୍ୱର (ରବିନାରାୟଣ ପାତ୍ର), ୧୮।୯: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ସୁବର୍ଣ୍ଣରେଖାର ନିମ୍ନ ଅବବାହିକରେ ପ୍ରଥମ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri