ଛତ୍ରପୁର, ୫।୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଜମାଗୋରଡ଼ା ଆଦର୍ଶ ବିଦ୍ୟାଳୟ କ୍ୱାରାଣ୍ଟାଇନ ସେଣ୍ଟରରେ ପ୍ରବାସୀ ଓଡ଼ିଆଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଛି। ଏଥିରେ ୩ଜଣ ଆହତ ହୋଇଛନ୍ତି। ଏ ନେଇ ଏକ ମାମଲା ରୁଜୁ ହୋଇଥିବା ବେଳେ ତଦନ୍ତ ଚାଲିଥିବା ଗଞ୍ଜାମ ଏସ୍ପି ବ୍ରିଜେଶ କୁମାର ରୟ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଏଥିରେ ସମ୍ପୃକ୍ତ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସ୍ପି କହିଛନ୍ତି।
Posted inଆମ ଜିଲା ଖବର, କରୋନା ଭାଇରସ୍, ଗଞ୍ଜାମ