କ୍ୱାରାଣ୍ଟାଇନ ସେଣ୍ଟରରେ ଯୁବତୀଙ୍କୁ ଅସଦାଚରଣ ଘଟଣା: ଯୁବକ ଗିରଫ

ଦାରିଙ୍ଗବାଡ଼ି,୨୭।୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ଏକ କ୍ୱାରାଣ୍ଟାଇନ ସେଣ୍ଟରରେ ସୋମବାର ଯୁବତୀଙ୍କୁ ସେଠାକାର ଜଣେ ଯୁବକ ଅସଦାଚରଣ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ଏହି ଘଟଣାରେ ସମ୍ପୃକ୍ତ ଯୁବକଙ୍କୁ ପୋଲିସ ଅଟକରଖି ପଚରାଉଚରା କରୁଥିଲା ା ଘଟଣାରେ ସତ୍ୟତା ରହିଥିବା ଯୁବକ ସ୍ବୀକାର କରିବା ପରେ ପୋଲିସ ତାଙ୍କୁ ବୁଧବାର ଗିରଫ କରିଛି ା ଗିରଫ ଅଭିଯୁକ୍ତ ହେଲେ ବ୍ରାହ୍ମଣୀଗାଁ ଥାନା ଦାଦରବାଡ଼ି ଗ୍ରାମର ସିମାଞ୍ଚଳ ମଲ୍ଲିକ।
ସିମାଞ୍ଜଳ ମହାରାଷ୍ଟ୍ରରେ ରହି ଏକ କମ୍ପାନୀରେ କାର୍ଯ୍ୟ କରୁଥିଲେ। ଏବେ ଲକ୍‌ଡାଉନ ଯୋଗୁ ସେଠାରୁ ଫେରି ଦାରିଙ୍ଗବାଡ଼ି କ୍ୱାରାଣ୍ଟାଇନରେ ରହୁଥିଲେ। ସୋମବାର ଭୋରରେ ଯୁବତୀ କ୍ୱାରାଣ୍ଟାଇନ ସେଣ୍ଟରର ଉପର ମହଲାରୁ ତଳକୁ ଶୌଚପାଇଁ ଯାଇଥିବା ବେଳେ ପୂର୍ବରୁ ସେଠାରେ ଛପି ରହିଥିବା ସିମାଞ୍ଚଳ ତାଙ୍କୁ ଅସଦାଚରଣ କରିଥିଲେ। ପାଟି ଶୁଣି ଅନ୍ୟ ପ୍ରବାସୀ ଏବଂ ସିକ୍ୟୁରିଟି ପହଞ୍ଚି ଯୁବତୀଙ୍କୁ ଉଦ୍ଧାର କରିବା ସହ ପୋଲିସକୁ ଖବର ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର ଥାନା ମାମଲା: ଟେଷ୍ଟ ରିପୋର୍ଟ ଆସିନି, ତଦନ୍ତ କମିଶନଙ୍କ ନିକଟରେ ହାଜର ହୋଇ ଏଡିଜି କହିଲେ…

ଭୁବନେଶ୍ୱର,୧୮ା୧୦: ଭରତପୁର ଥାନା ଘଟଣାରେ କ୍ରାଇମବ୍ରାଞ୍ଚ ଏଡିଜି ବିନୟତୋଷ ମିଶ୍ର ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ତଦନ୍ତ କମିଶନଙ୍କ ନିକଟରେ ହାଜର ହେବା ବେଳେ...

ପ୍ରେମିକାଙ୍କୁ ହତ୍ୟା ଅଭିଯୋଗରେ ଜେଲ ଗଲେ ପ୍ରେମିକ ଯବାନ

ଅତାବିରା଼,୧୮।୧୦(ହୃଷୀକେଶ ଖମାରୀ): ହତ୍ୟା ଅଭିଯୋଗରେ ବରଗଡ଼ ଜିଲା ଭେଡ଼େନ ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଭେଡ଼େନ ଥାନା କଦଳୀପାଲି...

ବୌଦ୍ଧ ଗସ୍ତରେ ପୋଲିସ ମହାନିର୍ଦ୍ଦେଶକ, ଆଇନଶୃଙ୍ଖଳା ନେଇ କଲେ ସମୀକ୍ଷା

ବୌଦ୍ଧ,୧୮ା୧୦(ଅଜିତ କୁମାର ବାରିକ): ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଓ୍ବାଇ.ବି ଖୁରାନିଆ ଦୁଇ ଦିନିଆ ବୌଦ୍ଧ ଗସ୍ତରେ ଆସି ଜିଲାରେ ମାଓବାଦୀ ଗତିବିଧି ଓ ଆଇନଶୃଙ୍ଖଳା ନେଇ...

ଓମଫେଡ୍‌ ଘିଅ ବ୍ୟବହାର ନିଷ୍ପତ୍ତି ନେଇ ଏମିତି କହିଲେ ଏମ୍‌ଡି ବିଜୟ ଅମୃତା କୁଲାଙ୍ଗେ

ଭୁବନେଶ୍ୱର,୧୮ା୧୦: ଶ୍ରୀମନ୍ଦିରରେ କେବଳ ଓମଫେଡ୍‌ ଘିଅ ବ୍ୟବହାର ନିଷ୍ପତ୍ତି ଆମ ପାଇଁ ଗର୍ବ ବୋଲି କହିଛନ୍ତି ଓମଫେଡ୍‌ ଏମ୍‌ଡି ବିଜୟ ଅମୃତା କୁଲାଙ୍ଗେ। ଶ୍ରୀମନ୍ଦିରରେ କେବଳ...

ନିଖୋଜ ନାବାଳକଙ୍କ ମିଳିଲା ମୃତଦେହ: ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ପାଟଣାଗଡ଼,୧୮।୧୦: ବଲାଙ୍ଗୀର ଜିଲା ଲାଠୋର ଥାନା ଝଲିଆଲିଟି ପାହାଡ଼ ଉପରୁ ଶୁକ୍ରବାର ଜଣେ ନାବାଳକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ପୋଲିସ ମୃତଦେହ ଜବତ କରି...

ସମସ୍ତଙ୍କ ପାଇଁ ହେବ ବ୍ୟବସ୍ଥା, ପ୍ରତିଶ୍ରୁତି ଦେଲେ ଜୟନ୍ତୀ ଷଡ଼ଙ୍ଗୀ

ପୁରୀ,୧୮ା୧୦: ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। କାର୍ତ୍ତିକରେ ପୁଣ୍ୟ ଅର୍ଜନ ପାଇଁ ପୁରୀରେ ଭିଡ ଲଗାଇଛନ୍ତି ହବିଷ୍ୟାଳି। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ତେବେ ଏହାରି...

କଂସ ଅଭିନେତାଙ୍କ ଅଡୁଆ ବଢ଼ିଲା, ମହାପ୍ରୟାଣ ଗାଡ଼ି ବାବଦ ଟଙ୍କା ନେବା ପଡ଼ିଲା ମହଙ୍ଗା

ବରଗଡ଼,୧୮।୧୦(ପ୍ରେମାନନ୍ଦ ଖମାରୀ): ମହାପ୍ରୟାଣ ଗାଡ଼ିରେ ମୃତଦେହ ପରିବହନ ବାବଦକୁ ମୃତକଙ୍କ ସମ୍ପକୀୟଙ୍କଠାରୁ ଟଙ୍କା ନେବା ଘଟଣା ବରଗଡ଼ ଜିଲା ସ୍ବାସ୍ଥ୍ୟ ବିଭାଗରେ କାର୍ଯ୍ୟରତ ଡ୍ରାଇଭର ତଥା...

ବାଥ୍‌ରୁମ୍‌ରୁ ମିଳିଲା ଯୁବତୀଙ୍କ ମୃତଦେହ: ବଢୁଛି ସନ୍ଦେହ

ବାଲିଗୁଡା,୧୮।୧୦(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲା ବାଲିଗୁଡା ପଣସପଡ଼ିଠାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ଏକ ବାଥ୍‌ରୁମ୍‌ରୁ ଯୁବତୀଙ୍କ ମୃତଶରୀର ଉଦ୍ଧାର କରାଯାଇଛି। ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri