ଖରିଫ୍‌ ଧାନ ବିକ୍ରିକୁ ୩ ମାସ ବିତିଲା, ମିଳିଲାନି ପ୍ରାପ୍ୟ: ଯୋଗାଣ ଅଧିକାରୀଙ୍କୁ ସ୍ମାରକପତ୍ର ପ୍ରଦାନ କଲେ ଚାଷୀ

ବାଲେଶ୍ୱର ଅଫିସ, ୧୧।୬-ବାଲେଶ୍ୱର ସଦର ବ୍ଲକ ଅଧୀନ ନଗ୍ରମ ସେବା ସମବାୟ ସମିତିରେ ପ୍ରାୟ ୧୦୦ରୁ ଊର୍ଦ୍ଧ୍ୱ ଚାଷୀଙ୍କୁ ଧାନ ବିକ୍ରି ସହାୟକ ମୂଲ୍ୟ ମିଳି ନ ଥିବାରୁ ଚାଷୀମାନେ ସୋମବାର ଯୋଗାଣ ଅଧିକାରୀଙ୍କୁ ସ୍ମାରକପତ୍ର ପ୍ରଦାନ କରିଛନ୍ତି।

ସଦର ବ୍ଲକ ଅଧୀନ ନଗ୍ରମ ସେବା ସମବାୟ ସମିତିରେ ମାର୍ଚ୍ଚ ୧୫ରୁ ୩୦ ତାରିଖ ମଧ୍ୟରେ ପାଖାପାଖି ୧୦୦ରୁ ଊର୍ଦ୍ଧ୍ୱ ଚାଷୀ ଧାନ ବିକ୍ରି କରିଥିଲେ। ଧାନବିକ୍ରିକୁ ୩ ମାସ ବିତିବା ସତ୍ତ୍ୱେ ଚାଷୀଙ୍କ ଆକାଉଣ୍ଟକୁ ଧାନ ସହାୟକ ମୂଲ୍ୟ ମିଳୁନାହିଁ। ଧାନ ବିକ୍ରି କରିଥିବା ଚାଷୀ ସେବା ସମବାୟ ସମିତିରେ ବହୁବାର ପହଞ୍ଚତ୍ ଅସନ୍ତୋଷ ବ୍ୟକ୍ତ କରିଥିଲେ। ସେବା ସମବାୟ ସମିତିର ସଭାପତିଙ୍କ ପକ୍ଷରୁ ଏ ବିଷୟରେ ଯୋଗାଣ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲେ ମଧ୍ୟ ଚାଷୀଙ୍କୁ ଧାନ ଟଙ୍କା ମିଳି ନ ଥିଲା। ଗୋଟିଏ ପଟେ ଚାଷୀଙ୍କୁ ଧାନ ଟଙ୍କା ମିଳି ନ ଥିବା ବେଳେ ରବିଧାନ କ୍ରୟ ନ ହେବାରୁ ସମିତି ସଭାପତି କେତେକ ଚାଷୀଙ୍କ ସହିତ ଜିଲା ଯୋଗାଣ ବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଜିଲା ଯୋଗାଣ ଅଧିକାରୀ ରବିନାରାୟଣ ପୃଷ୍ଟି ୨ ଦିନ ମଧ୍ୟରେ ପଦକ୍ଷେପ ଗ୍ରହଣ କରାଯିବାର ପ୍ରତିଶ୍ରୁତି ଦେବା ପରେ ଚାଷୀମାନେ ବିକ୍ଷୋଭରୁ ଓହରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଯିବେ ନବୀନ: ଚାଷୀଙ୍କୁ ଭେଟିବେ, କ୍ଷେତ ବୁଲି ଦେଖିବେ…

ଭୁବନେଶ୍ୱର,୨୮।୧୨: ଅଦିନିଆ ବର୍ଷା ଯୋଗୁ ମୁଣ୍ଡରେ ହାତ ଦେଇ ବସିଛନ୍ତି ଚାଷୀ। କାହାର ଫସଲ ଉଜୁଡ଼ି ଯାଇଛି ତ କାହାର ଧାନ ପାଣିରେ ଭାସୁଛି। ଏମିତିରେ...

ହୀରକ ଜୟନ୍ତୀ ସମାରୋହ ଉଦ୍‌ଘାଟିତ

ପଞ୍ଚଲିଙ୍ଗେଶ୍ୱର, ୨୮।୧୨(ଲେଲିନ୍‌ କୁମାର ଦେ)-ବାଲେଶ୍ୱର ଜିଲା ଔପଦା ବ୍ଲକ ଅଧୀନ ସନ୍ତରାଗଡିଆ ନୋଡାଲ ହାଇସ୍କୁଲର ହୀରକ ଜୟନ୍ତୀ ଉଦ୍‌ଘାଟିତ ହୋଇଯାଇଛି। ପୁରାତନ ଛାତ୍ର ସଂସଦର ସଦସ୍ୟାସଦସ୍ୟ...

ଇଣ୍ଡିଆ ମେଣ୍ଟର ସ୍ବରରେ ସ୍ବର ମିଶାଇଲା BJD? ପରାଜୟର ୬ ମାସ ପରେ ଇଭିଏମ୍‌ ଉପରେ ପ୍ରଶ୍ନ ଉଠାଇଲେ ନବୀନ

ଭୁବନେଶ୍ୱର,୨୮।୧୨: ନିକଟରେ ହରିୟାଣା ଏବଂ ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଇଣ୍ଡିଆ ମେଣ୍ଟର ଦଳଗୁଡ଼ିକ ଶୋଚନୀୟ ପରାଜୟ ପରେ ପୁଣି ଇଭିଏମ୍‌ ଅର୍ଥାତ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ...

ପୁରୀରେ ଅଘଟଣ: ନିଗମାନନ୍ଦ ସମ୍ମିଳନୀରେ ଚାଲିଗଲା ୨ ଜୀବନ

ପୁରୀ,୨୮।୧୨: ପୁରୀରେ ନିଗମାନନ୍ଦ ସମ୍ମିଳନୀ ଚାଲିଥିଲା। ପୁରୀ ବାଲିଘାଇରେ ଏହି ଭକ୍ତ ସମ୍ମିଳନୀ ହେଉଥିଲା। ତେବେ ଏହି ସମୟରେ ୨ ଶ୍ରଦ୍ଧାଳୁ ଅସୁସ୍ଥ ହୋଇ ମୃତ୍ୟୁ...

ବିଶ୍ୱ ପ୍ରସିଦ୍ଧ ବରଗଡ଼ ‘ଧନୁଯାତ୍ରା’ ଲାଗି ଅନୁଦାନ ରାଶି ୧ କୋଟିକୁ ବୃଦ୍ଧି

ବରଗଡ଼,୨୮।୧୨: ବରଗଡ଼ ବିଶ୍ୱ ପ୍ରସିଦ୍ଧ ‘ଧନୁଯାତ୍ରା’ ଲାଗି ଅନୁଦାନ ରାଶି ବଢ଼ିଛି। ପୂର୍ବୁରୁ ଏହା ୧୦ ଲକ୍ଷ ଟଙ୍କା ଥିବା ବେଳେ ଏହାକୁ ରାଜ୍ୟ ସରକାର...

ଜାଭିଅର ଛକରେ ସିରିଜ ଦୁର୍ଘଟଣା: ଡ୍ରାଇଭରଙ୍କୁ ନିସ୍ତୁକ ମାଡ଼, ଉତ୍ତେଜନା

ଭୁବନେଶ୍ୱର, ୨୮।୧୨: ଭୁବନେଶ୍ୱର ଜାଭିୟର ଛକରେ ଶନିବାର ସନ୍ଧ୍ୟାରେ ଏକ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌ ପଛକୁ ପଛ ପିକଅପ୍‌ ଭ୍ୟାନ ଏବଂ ଅଟୋକୁ...

କୋମ୍ବିଂ ବେଳେ ଧରାପଡ଼ିଲେ ୩ ମହିଳା କ୍ୟାଡର ମାଓବାଦୀ

ମାଲକାନଗିରି,୨୮।୧୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଧୀନ ଗୁଣ୍ଠାବାଡା ଗ୍ରାମ ନିକଟରୁ ଓଡ଼ିଶା ପୋଲିସ ଏବଂ ଡିବିଏଫ ବାହିନୀ ରବିବାର ୩ଜଣ ମହିଳା କ୍ୟାଡର...

ଫସଲ କ୍ଷୟକ୍ଷତି ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା ପରେ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଲେ…

ଭୁବନେଶ୍ୱର,୨୮।୧୨: ଅଦିନିଆ ବର୍ଷାରେ ଚାଷ ଉଜୁଡ଼ିବା ଓ ଚାଷୀ ମୃତ୍ୟୁ ଘଟଣାରେ ବରିଷ୍ଠ ବିଜେଡ଼ି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri