ଗଞ୍ଜାମର ୨୭୬୩ ଅଙ୍ଗନୱାଡି କେନ୍ଦ୍ରରେ ନାହିଁ ପାଣି

ଛତ୍ରପୁର,୯ା୨(ଡି.ଏନ.ଏ.)-ଗଞ୍ଜାମ ଜିଲାର ୨୭୬୩ ଅଙ୍ଗନୱାଡି କେନ୍ଦ୍ରରେ ପାନୀୟ ଜଳ ସୁବିଧା ନାହିଁ । ଜିଲାରେ ରହିଛି ୫୧୪୧ ଅଙ୍ଗନୱାଡି କେନ୍ଦ୍ର । ଏଥିରୁ ୨୩୭୮ ଅଙ୍ଗନୱାଡି କେନ୍ଦ୍ରରେ ପାନୀୟଜଳ ର ସୁବିଧା ଅଛି । ଜିଲା ସମାଜ ମଙ୍ଗଳ ବିଭାଗ ପକ୍ଷରୁ ଡିଆରଡିଏ କାର୍ଯ୍ୟାଳୟକୁ ଦିଆଯାଇଥିବା ତଥ୍ୟ ଅନୁସାରେ ଜିଲାରେ ୪୫୮୧ ଅଙ୍ଗନୱାଡି କେନ୍ଦ୍ର କୋଠା ନିର୍ମାଣ ପାଇଁ ଅନୁଦାନ ଆସିଥିଲା । ଏଥିରୁ ୨୯୮୨ ଅଙ୍ଗନୱାଡି କେନ୍ଦ୍ର କୋଠା ନିର୍ମାଣ କାମ ସରିଛି । ଅପରପକ୍ଷରେ ଜିଲାର ୧୫୯୯ ଅଙ୍ଗନୱାଡି କେନ୍ଦ୍ର ଏବେବି ଅସ୍ଥାୟୀ କୋଠାରେ ଚାଲିଛି । କେଉଁଠି କୋଠଘର ତ କେଉଁଠି ସ୍କୁଲ ଆଉ ଭଡାରେ ଏହି କେନ୍ଦ୍ର ରହିଛି । ୭୯୭ ଅଙ୍ଗନୱାଡି କେନ୍ଦ୍ର କୋଠା ନିର୍ମାଣ ଚାଲିଥିବା ବେଳେ ୮୦୨ କେନ୍ଦ୍ର କୋଠା ନିର୍ମାଣ ଆରମ୍ଭ ହୋଇନି । ଚଳିତ ସପ୍ତାହରେ ରାଜ୍ୟ ଶିଶୁ ସୁରକ୍ଷା ଆୟୋଗ ମଧ୍ୟ ଛତ୍ରପୁର ଆସି ଏହି ସବୁର ସମୀକ୍ଷା କରିଛନ୍ତି । ଏଥିସହ ୟୁନିସେଫ୍‌ର ଏକ ଟିମ୍‌ ମଧ୍ୟ ଜିଲାକୁ ଆସି ଅନୁଧ୍ୟାନ କରି ଫେରିଛନ୍ତି । ଜିଲାର ୨ ହଜାର ୫୫୩ ଅଙ୍ଗନୱାଡି କେନ୍ଦ୍ରରେ ରୋଷେଇ ଘର ରହିଛି । ଏଥିସହ ଜିଲାର ୫୧୪୧ ଅଙ୍ଗନୱାଡି କେନ୍ଦ୍ର ମଧ୍ୟରୁ ୨୦୪୦ ଅଙ୍ଗନୱାଡି କେନ୍ଦ୍ରରେ ପାଇଖାନା ଓ ୪୧୧ କେନ୍ଦ୍ରରେ ବିଦ୍ୟୁତ୍‌ ସଂଯୋଗ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବୁଲିଲା ସୁଭଦ୍ରା ରଥ: ଶୁଭାରମ୍ଭ କଲେ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ

ଛତ୍ରପୁର,୭।୯(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ ):ସାରା ରାଜ୍ୟରେ ସୁଭଦ୍ରା ଯୋଜନା ପାଇଁ ଆବେଦନ ଚାଲିଥିବା ବେଳେ ବିଭିନ୍ନ ସମସ୍ୟା ପରିଲକ୍ଷିତ ହୋଇଛିl ଏହାକୁ ନେଇ ରାଜ୍ୟ...

‘ସୁଭଦ୍ରା ଯୋଜନାରେ ସାମିଲ ପାଇଁ ଟଙ୍କା ମାଗିଲେ ଏହି ଟୋଲ୍‌ ଫ୍ରି ନମ୍ବରରେ କରନ୍ତୁ କଲ୍‌’

ଛତ୍ରପୁର,୬ା୯: ସୁଭଦ୍ରା ଯୋଜନା ପାଇଁ ଆଧାର କାର୍ଡରେ ମୋବାଇଲ ନମ୍ବର ଲିଙ୍କ୍‌ ବାଧ୍ୟତାମୂଳକ ନୁହଁ l ଏହା ନ ଥିଲେ ବି ଜଣେ ସୁଭଦ୍ରା ଯୋଜନାରେ...

ଘରୁ ୮ଭରି ସୁନା, ୨୦ଭରି ରୁପା ଅଳଙ୍କାର ଚୋରି

ଗୋପାଳପୁର,୫ା୯(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଧୀନ ବାଘଲଟି ଗାଁର ଦୁର୍ଯ୍ୟୋଧନ ଗୌଡଙ୍କ ଘରେ ଦୁର୍ବୃତ୍ତମାନେ କଳାକନା ବୁଲାଇଛନ୍ତି। ଦାଣ୍ଡ ଗ୍ରିଲ କାଟି...

ଗୋଡ଼, ହାତକୁ ହାଣି ମରଣାନ୍ତକ ଆକ୍ରମଣ: ବନ୍ଧା ହେଲେ ଫେରାର ମୁଖ୍ୟ ଅଭିଯୁକ୍ତ

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟା ଉଦ୍ୟମ ମାମଲାରେ ଦିଗପହଣ୍ଡି ଥାନା ପୋଲିସ ଗୁରୁବାର ମହୁଡ଼ା ନିକଟ ଚାଞ୍ଚଡାପଲ୍ଲି ଗ୍ରାମର ନିତିକି...

୧୨ ରେ ଆସ୍ଥା ଭୋଟର ସମ୍ମୁଖିନ ହେବେ ପୁରୁଷୋତ୍ତମପୁର ଏନଏସି ଅଧ୍ୟକ୍ଷା

ପୁରୁଷୋତ୍ତମପୁର,୫।୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିରେ ରାଜନୈତିକ ଉଷ୍ନତା ଦିନକୁଦିନ ତିବ୍ରତର ହେବାରେ ଲାଗିଛି। ଅଧ୍ୟକ୍ଷା ପ୍ରିୟଙ୍କା ଗୌଡଙ୍କ ବିରୋଧରେ ବିଭିନ୍ନ ଅଭିଯୋଗ ଆଣି...

ଗୁରୁ-ଶିଷ୍ୟ ପରମ୍ପରାର ବିରଳ ଉଦାହରଣ: ଗାଁ ମଝିରେ ନିର୍ମାଣ କଲେ ଗୁରୁଙ୍କ ପ୍ରତିମୂର୍ତ୍ତି

ଗଞ୍ଜାମ,୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଏକ ନିପଟ ପଲ୍ଲୀଗ୍ରାମ ତାରିଣୀ ପଲ୍ଲୀରେ ଗୁରୁ-ଶିଷ୍ୟଙ୍କ ମଧ୍ୟରେ ରହିଥିବା ଅନାବିଳ ସ୍ନେହ ଶ୍ରଦ୍ଧା ସମ୍ପର୍କର ଏକ ନିଚ୍ଛକ ଚିତ୍ର...

ଆଧାର ଲିଙ୍କ୍‌ ପାଇଁ ପୋଷ୍ଟ ଅଫିସରେ ନାହିଁ ନ ଥିବା ଭିଡ଼, ନିୟନ୍ତ୍ରଣ ପାଇଁ ଜଗି ରହିଲା ପୋଲିସ

ଛତ୍ରପୁର,୪ା୯(ଦିଲ୍ଲୀପ ସାମଲ): ବୁଧବାରଠାରୁ ଆରମ୍ଭ ହୋଇଛି ସୁଭଦ୍ରା ଯୋଜନାରେ ଅପଲୋଡ୍‌ ପ୍ରକ୍ରିୟା। ଏନେଇ ବହୁ ମହିଳା ସେମାନଙ୍କ ଆଧାର କାର୍ଡ ସହ ବ୍ୟାଙ୍କ ଲିଙ୍କ୍‌ ହେଉ...

ଆଇଆରଇ ଓ ଗୋପାଳପୁର ପୋର୍ଟ କମ୍ପାନୀରେ ଯୁବକ/ଯୁବତୀଙ୍କୁ ନିଯୁକ୍ତି ଦାବି ନେଇ ଆନ୍ଦୋଳନ

ଛତ୍ରପୁର (ଦିଲ୍ଲୀପ ସାମଲ )୪।୯: ଛତ୍ରପୁର ଉପକଣ୍ଠ ଆଇଆରଇଏଲ ଓ ଗୋପାଳପୁର ପୋର୍ଟ କମ୍ପାନୀ ଗୁଡିକରେ ସ୍ଥାନୀୟ ଶିକ୍ଷିତ ଯୁବକ /ଯୁବତୀମାନଙ୍କୁ ଅଗ୍ରାଧିକାର ଭିତ୍ତିରେ ନିଯୁକ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri