ଗଞ୍ଜେଇ ବେପାରୀଙ୍କୁ ୩ ବର୍ଷ ଜେଲ

ନିମାପଡ଼ା,୧୯।୧୨ (ଡି.ଏନ୍‌.ଏ.): ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଅଭିଯୁକ୍ତ ପୂର୍ଣ୍ଣଚନ୍ଦ୍ର ମଲ୍ଲିକଙ୍କୁ ୩ବର୍ଷ ଜେଲ୍‌ ଦଣ୍ଡ ସହ ୨୦ହଜାର ଟଙ୍କା ଜରିମାନାରେ ଦଣ୍ଡିତ କରାଯାଇଛି। ନିମାପଡ଼ା ସ୍ବତନ୍ତ୍ର ଅତିରିକ୍ତ ଜିଲା ଦୌରା ଜଜ୍‌ ପ୍ରଦୀପ୍ତ କୁମାର ସାହୁ ବୁଧବାର ଏହି ମାମଲାର ଶୁଣାଣି କରିଛନ୍ତି। ଜରିମାନା ଟଙ୍କା ଅନାଦାୟେ ଅଧିକ ୬ମାସ କାରାଦଣ୍ଡ ଭୋଗିବାକୁ ପଡ଼ିବ। କୋର୍ଟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, କୋଣାର୍କ ଥାନା ଅନ୍ତର୍ଗତ ସଦାନନ୍ଦପୁର ଗ୍ରାମର ପୂର୍ଣ୍ଣଚନ୍ଦ୍ର ଗତ ୨୦୧୬ ଜୁଲାଇ ୨୫ରେ ଗଞ୍ଜେଇ ଚାଲାଣ କରୁଥିଲେ। ସେହି ସମୟରେ ପାଟ୍ରୋଲିଂ କରୁଥିବା ଅବକାରୀ ବିଭାଗର ଏସ୍‌ଆଇ ସୂର୍ଯ୍ୟନାରାୟଣ ରଥ ତାଙ୍କୁ ଧରିଥିଲେ। ପୂର୍ଣ୍ଣଚନ୍ଦ୍ରଙ୍କ ଠାରୁ ୩କିଲୋ ଗଞ୍ଜେଇ ଜବତ ହୋଇଥିଲା। ଏ ନେଇ ଅବକାରୀ ବିଭାଗ ପକ୍ଷରୁ ଏକ ମାମଲା (ନଂ.୩୬/୧୬)ରୁଜୁ କରାଯାଇ ତାଙ୍କୁ ଗିରଫ କରାଯାଇଥିଲା। ପରବର୍ତ୍ତୀ ସମୟରେ ସେ ଜାମିନ୍‌ରେ ବାହାରିଥିଲେ। ବୁଧବାର ଏହି ମାମଲାର ଶୁଣାଣି ହୋଇଥିଲା। ୩ବର୍ଷ ଜେଲ୍‌ ସହ ୨୦ହଜାର ଟଙ୍କାର ଜରିମାନା ଦଣ୍ଡରେ ଦଣ୍ଡିତ କରାଯାଇଛି। ହେଲେ ଉପରକୋର୍ଟରେ ଦ୍ୱାରସ୍ଥ ହେବା ପାଇଁ ପୂର୍ଣ୍ଣଚନ୍ଦ୍ରଙ୍କୁ ଜାମିନ ମିଳିଛି। ସରକାରଙ୍କ ପକ୍ଷରୁ ଆଇନଜୀବୀ ସୀତାକାନ୍ତ ଦାସ ଏହି ମାମଲା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ଆତ୍ମହତ୍ୟା ଘଟଣା: ମୃତଙ୍କ ପରିବାରଙ୍କୁ ଭେଟି ଆର୍ଥିକ ସହାୟତା ଦେଲେ ବିଧାୟକ

ଛତ୍ରପୁର, ୨୭।୧୨(ସନ୍ତୋଷ ପାଢ଼ୀ): ଅଦିନିଆ ବର୍ଷାରେ ଧାନ ଫସଲ ବ୍ୟାପକ କ୍ଷୟକ୍ଷତି କ୍ଷତି ହେବାରୁ ଗଞ୍ଜାମ ଜ଼ିଲା ଛତ୍ରପୁର ବ୍ଲକ ବଡ଼ମାଧପୁର ପଂଚାୟତ ବରଙ୍ଗ ଗ୍ରାମର...

ଅବସର ନେବାକୁ ଆହୁରି ଦୁଇ ବର୍ଷ ବାକିଥିଲା, ମାତ୍ର ଝୁଲିପଡ଼ିଲେ ଏଏସ୍‌ଆଇ

ତେନ୍ତୁଳିଖୁଣ୍ଟି,୨୭ା୧୨(ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଏଏସ୍‌ଆଇ ରେଣୁପ୍ରସାଦ ପ୍ରଧାନ ୨୩ ତାରିଖ ସୋମବାରରୁ ନିଖୋଜ ଥିଲେ। ସେ ଥାନାକୁ ଆସୁ ନ ଥିବା...

ପୁଣି ଆସୁଛି ବର୍ଷା, ଚିନ୍ତାରେ ଚାଷୀ

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିବା ପରେ ଗୋଟିଏ ଦିନ ପାଗ ଶୁଖଲା ରହିଥିବାବେଳେ ପୁଣି ବର୍ଷା ଆସୁଛି। ପଶ୍ଚିମାଝଡ଼ ପ୍ରଭାବରେ ଆସନ୍ତା...

ରାଜ୍ୟ ବାହାର ବାଘଙ୍କୁ ସୁହାଉନି ଓଡ଼ିଶା ଜଙ୍ଗଲ

ଭୁବନେଶ୍ୱର, ୨୭ା୧୨(ବନ୍ଦନା ସେଠୀ):ଓଡ଼ିଶା ଜଙ୍ଗଲକୁ ପସନ୍ଦ କରୁନାହାନ୍ତି ରାଜ୍ୟ ବାହାରର ବାଘ। ଶିମିଳିପାଳରେ ବାଘ ସଂଖ୍ୟା ବଢ଼ାଇବା ପାଇଁ ମହାରାଷ୍ଟ୍ରର ତଡ଼ବା ଜଙ୍ଗଲରୁ ବାଘୁଣୀ ଜିନ୍ନତ୍‌କୁ...

୫ ଉପକୂଳ ଜିଲାରେ ସୃଷ୍ଟି ହେବ ହେନ୍ତାଳବଣ

ଭୁବନେଶ୍ୱର, ୨୭ା୧୨(ବନ୍ଦନା ସେଠୀ):ବନ୍ୟା, ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଉପକୂଳ ଜିଲା ପାଇଁ ବରଦାନ ସାଜୁଛି ହେନ୍ତାଳବଣ। ତେଣୁ ହେନ୍ତାଳ ବଣର ଗୁରୁତ୍ୱକୁ ଉପଲବ୍ଧି...

ଭିଜିଲାନ୍ସ ଜାଲରେ ଏଏସ୍‌ଆଇ, ଧରିବା ପୂର୍ବରୁ ଥାନାରୁ ମାରିଲେ ଚମ୍ପଟ

ଭବାନୀପାଟଣା,୨୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଏଏସ୍‌ଆଇ ମୁକୁନ୍ଦ ଖେମୁଣ୍ଡୁ ଗୁରୁବାର ରାତିରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଗୋଇରାପଦର ପ୍ରଭା ପୂଝାରୀଙ୍କ ଠାରୁ...

୬୦ ହଜାର ହେକ୍ଟର ଜମି ପ୍ରଭାବିତ

କେନ୍ଦ୍ରାପଡ଼ା,୨୭ା୧୨(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୨୨ ତାରିଖଠାରୁ ବର୍ଷାର ପ୍ରଭାବ ଦେଖିବାକୁ ମିଳିଛି। ବର୍ଷା ଫଳରେ ଜିଲାର ଅଧିକାଂଶ କ୍ଷେତ ଜଳମଗ୍ନ ହୋଇଛି। ବିଶେଷକରି ଧାନ...

ବର୍ଷା କମିଲା, ବଢ଼ିଲା ଦୁର୍ଦ୍ଦଶା

ଭବାନୀପାଟଣା: ୨୭ା୧୨ (ଉତ୍ତମ କୁମାର ଦାଶ): ଦୁଇଦିନର ଲଗାଣ ବର୍ଷା ଚାଷୀଙ୍କ ସମସ୍ତ ସ୍ବପ୍ନ ଓ ସମ୍ଭାବନାକୁ ଧୋଇନେଇଛି। ଆର୍ଥିକ ଅବସ୍ଥା ସ୍ବଚ୍ଛଳ ନ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri