ଗାଡି ବିକ୍ରି ହ୍ରାସ ଧାରା ଜାରି

ନୂଆଦିଲ୍ଲୀ, ୩-୧୨: ନଭେମ୍ବର ମାସରେ ଘରୋଇ ବଜାରରେ କମ୍ପାନୀଙ୍କ ଯାନ ବିକ୍ରି ହ୍ରାସ ଧାରା ଜାରି ରଖିଛି। ଏହି ସମୟରେ ଟୟୋଟା କିର୍ଲୋସ୍କାର ମୋଟର୍ସ ବିକ୍ରି ୧୯% ହ୍ରାସ ଘଟି ୯୨୪୧ ୟୁନିଟ ରହିଛି। ସେହିଭଳି ହିରୋ ମୋଟୋକର୍ପର ବିକ୍ରିରେ ୧୫.୩୧% ହ୍ରାସ ଘଟି ୫.୧୬ ଲକ୍ଷ ୟୁନିଟ ରହିଛି। ଅଶୋକ ଲେଲାଣ୍ଡ ବିକ୍ରି ୨୨% କମିବା ଫଳରେ ୧୦,୧୭୫ ୟୁନିଟକୁ ଖସିଛି। ଟିଭିଏସ୍‌ ମୋଟର୍ସ ବିକ୍ରିରେ ୧୬% ଖସିବା ଫଳରେ ୨.୬୬ ଲକ୍ଷ ୟୁନିଟ, ସୁଜୁକିର ବିକ୍ରିରେ ୨୩.୨୯% ହ୍ରାସ ଘଟି ୬୯,୭୫୫ ୟୁନିଟ ରହିଛି। ସେହିଭଳି ରବିବାର ଆସିଥିବା ଡାଟା ମୁତାବକ ମାରୁତି ସୁଜୁକି ଇଣ୍ଡିଆ ବିକ୍ରି ୧.୯% କମି ୧.୫୦ ଲକ୍ଷ ୟୁନିଟ ରହିଛି। ଏହି ସମୟରେ ହ୍ୟୁଣ୍ଡାଇ ମୋଟର୍ସ ଇଣ୍ଡିଆର ବିକ୍ରି ୭% ଖସିଥିବା ଜଣାପଡିଛି। ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରାର ବିକ୍ରି ୯% ହ୍ରାସ ଘଟି ୪୧,୨୩୫ ୟୁନିଟ ରହିଛି। ସେହିଭଳି ଟାଟା ମୋଟର୍ସ ବିକ୍ରିରେ ୨୫% କମିବା ସହ ୪୧,୧୨୪ ୟୁନିଟକୁ ଖସିଛି। ବିକ୍ରି ୫୦.୩୩% ଖସିଥିବା ହୋଣ୍ଡା କାର୍‌ସ ପକ୍ଷରୁ ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

ଆଇଫୋନ୍‌ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୦।୯:ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ...

ବଜାରରେ ଏଚ୍‌ପିର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୨୦।୯ (ଅଭୟ ଦାଶ):ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଇ-ଉତ୍ପାଦନକାରୀ ବ୍ରାଣ୍ଡ ଏଚ୍‌ପିର ନୂତନ ଉତ୍ପାଦ ରେଞ୍ଜର ଅନାବରଣ ନିକଟରେ ହୋଇଯାଇଛି। ଏପରିକି ବ୍ରାଣ୍ଡ୍‌ର ଅଫିସ୍‌...

ଆଇସିଆଇସିଆଇ ପ୍ରୁ ସିଗ୍ନେଚର ପେନ୍‌ସନର ଶୁଭାରମ୍ଭ

ନୂଆଦିଲ୍ଲୀ,୨୦।୯ (ଅଭୟ ଦାଶ):ଆଇସିଆଇସିଆଇ ପ୍ରୁଡେନ୍ସିଆଲ ଲାଇଫ୍‌ ଇନ୍ସୁରାନ୍ସର ନୂତନ ଉତ୍ପାଦ ‘ଆଇସିଆଇସିଆଇ ପ୍ରୁ ସିଗ୍ନେଚର ପେନ୍‌ସନ’ ପ୍ଲାନ୍‌ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହା ଏକ...

ମଉଳୁଛି ପେଟ୍ରୋଲ, ଡିଜେଲ ଶସ୍ତା ହେବା ଆଶା

ଭୁବନେଶ୍ୱର,୨୦।୯ (ଅନୁରାଧା ମହାରଣା):ନିକଟରେ ଅଶୋଧିତ ତୈଳର ମୂଲ୍ୟ ହ୍ରାସ ପାଇବା ପରେ ଦେଶରେ ପେଟ୍ରୋଲ ଏବଂ ଡିଜେଲ ଦର ହ୍ରାସ ପାଇବ ବୋଲି ଆଶା କରାଯାଉଥିଲା।...

କୋଟି କୋଟି ଟଙ୍କାର ବ୍ୟବସାୟ ଛାଡି ରିଲାଏନ୍ସରେ ଦେଇଥିଲେ ଯୋଗ, ଏବେ କମ୍ପାନୀର…

ନୂଆଦିଲ୍ଲୀ,୧୯।୯: ଜୟକର୍ପ ଲିମିଟେଡର ଚେୟାରମ୍ୟାନ୍‌ ଆନନ୍ଦ ଜେନ ରିଅଲ ଇଷ୍ଟେଟ, ବିତ୍ତ ଓ ପୁଞ୍ଜି ବଜାର ସହିତ ଅନ୍ୟ ଉଦ୍ୟୋଗରେ ୩୦ବର୍ଷର ଅନୁଭବ ରଖିଛନ୍ତି। ତେବେ...

ପାର୍ବଣ ସମୟରେ ନିୟନ୍ତ୍ରଣରେ ରହିବ ଦରଦାମ୍: ଆଶ୍ୱସ୍ତ କଲେ ସରକାର

ନୂଆଦିଲ୍ଲୀ,୧୮ା୯: ସରକାର ନାଗରିକମାନଙ୍କୁ ଆଶ୍ୱାସନା ଦେଇଛନ୍ତି ଯେ ଆଗାମୀ ପାର୍ବଣ ଋତୁରେ ଅତ୍ୟାବଶ୍ୟକ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ହେବ ନାହିଁ। ବଢୁଥିବା ଦରଦାମ୍ ଏବେ ଲୋକମାନଙ୍କର...

ଜିଡିପିରେ ଓଡ଼ିଶାର ଜବରଦସ୍ତ ଉନ୍ନତି: ପଛରେ ପଡିଲା ପଶ୍ଚିମବଙ୍ଗ

ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ (ଇଏସି-ପିଏମ) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ଦର୍ଶାଯାଇଛି ଯେ, ଉଦାରୀକରଣ ପରେ ଦକ୍ଷିଣ ରାଜ୍ୟଗୁଡ଼ିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri