ଗୋଟିଏ ଦିନରେ ପ୍ରକାଶ ପାଇପାରେ ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ପରୀକ୍ଷା ଫଳ

ଭୁବନେଶ୍ୱର,୨।୩(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଆସନ୍ତା ୩ ତାରିଖରୁ ଆରମ୍ଭ ହୋଇ ୨୮ ତାରିଖ ପର୍ଯ୍ୟନ୍ତ ଚାଲିବ। ମେ’ ଶେଷ ସପ୍ତାହ କିମ୍ବା ଜୁନ୍‌ ପ୍ରଥମ ସପ୍ତାହ ବେଳକୁ ପରୀକ୍ଷା ଫଳ ପ୍ରକାଶ ପାଇବ। ତେବେ ଚଳିତବର୍ଷ ସବୁ ବିଭାଗର ପରୀକ୍ଷା ଫଳ ଗୋଟିଏ ଦିନରେ ପ୍ରକାଶ ପାଇପାରେ। ଏନେଇ ପରିଷଦ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଥିବା ସୂଚନା ମିଳିଛି। ପୂର୍ବରୁ ପ୍ରାୟତଃ ବିଜ୍ଞାନ ପରୀକ୍ଷା ଫଳ ପ୍ରଥମେ ପ୍ରକାଶ ପାଇଥାଏ ଓ ଏହାପରେ ଅନ୍ୟ ବିଭାଗର ଫଳ ବାହାରିଥାଏ। କିନ୍ତୁ ଏଥର ଏକସଙ୍ଗେ ବିଜ୍ଞାନ, କଳା, ବାଣିଜ୍ୟ ଓ ଧନ୍ଦାମୂଳକ ବିଭାଗର ପରୀକ୍ଷା ଫଳ ପ୍ରକାଶ କରିବାକୁ ଯୋଜନା ହେଉଛି ବୋଲି ପରିଷଦ ଅଧ୍ୟକ୍ଷ ଅମରେନ୍ଦ୍ର ପଟ୍ଟନାୟକ କହିଛନ୍ତି। ସେପଟେ ସରକାରଙ୍କ ଏଭଳି ନିଷ୍ପତ୍ତିକୁ ଛାତ୍ରୀଛାତ୍ରମାନେ ସ୍ବାଗତ କରିଛନ୍ତି। ଅଲଗା ଦିନରେ ପରୀକ୍ଷା ଫଳ ପ୍ରକାଶ ପାଉଥିବାରୁ ପ୍ରବେଶିକା ପରୀକ୍ଷା ଦେବା ପାଇଁ ପଞ୍ଜୀକରଣବେଳେ ଅସୁବିଧା ହୋଇଥାଏ। ତେଣୁ ତାହା ଆଉ ହେବନି ବୋଲି ଛାତ୍ରୀଛାତ୍ରମାନେ ଆଶା ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ଚଳିତବର୍ଷ ରାଜ୍ୟରେ ମୋଟ ୩ଲକ୍ଷ ୫୦ ହଜାର ୮ଶହ ଛାତ୍ରୀଛାତ୍ର ଯୁକ୍ତ୨ ପରୀକ୍ଷା ଦେବେ। କଳାରେ ୨ଲକ୍ଷ ୨୦ହଜାର ୪୩୭ ପରୀକ୍ଷାର୍ଥି ଥିବାବେଳେ ବିଜ୍ଞାନରେ ୯୭ ହଜାର ୫୪୬, ବାଣିଜ୍ୟରେ ୨୫ହଜାର ୭୮୫ ଓ ଧନ୍ଦାମୂଳକରେ ୭ ହଜାର ୩୨ ଜଣ ପରିକ୍ଷାର୍ଥୀ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ୱଶୁରଙ୍କୁ ହତ୍ୟାକଲେ ଜ୍ବାଇଁ : ସ୍ତ୍ରୀ, ଶାଶୁ ଗୁରୁତର

ଲକ୍ଷ୍ମୀପୁର,୨୨ା୯(ଅନନ୍ତ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ସଦର ରେଲୱେ କଲୋନୀ ନିକଟ ଆମ୍ବଗୁଡ଼ା ସାହିରେ ଏକ ହତ୍ୟାକାଣ୍ଡ ଘଟିଛି। ଏଥିରେ ଶ୍ୱଶୁରଙ୍କୁ ଲୁହା ରଡ୍‌ରେ ପିଟି...

୪ ଘଣ୍ଟାରେ ଖାଇଗଲେ ୨ କୁଇଣ୍ଟାଲ ଚିକେନ ପକୋଡ଼ା

ପୁରୀ,୨୨।୯: ରାଜ୍ୟରେ ଏବେ ବି ରହିଛି ବାର୍ଡଫ୍ଲୁ ଆତଙ୍କ। ଖାସ୍‌ କରି ପୁରୀ ଜିଲାରେ ବାର୍ଡଫ୍ଲୁକୁ ନେଇ ସରକାରଙ୍କ ପକ୍ଷରୁ ସଚେତନତା ଜାରି ରହିଛି। ଏଭଳିସ୍ଥିତିରେ...

ଶେଷ ହେଲା ରତ୍ନଭଣ୍ଡାର ସର୍ଭେକ୍ଷଣ,ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୨୨।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ସର୍ଭେକ୍ଷଣ ଶେଷ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ବୈଜ୍ଞାନିକ ଆନନ୍ଦ କିଶୋର ପାଣ୍ଡେଙ୍କ ନେତୃତ୍ୱରେ ସର୍ଭେ...

ଜନ୍ମମାଟିରୁ ୧୦୦ ଦିନର ହିସାବ ଦେଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାଳୟ ପଡ଼ିଆରୁ ଲୋକଙ୍କ ସରକାରର ୧୦୦ ଦିନର ସଫଳତାର ହିସାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କାର୍ଯ୍ୟକ୍ରମରେ...

ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି: ବାତିଲ ହେଲା ମୟୂରଭଞ୍ଜ କାର୍ଯ୍ୟକ୍ରମ

କେନ୍ଦୁଝର,୨୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲାକୁ ଶୁକ୍ରବାରଠାରୁ ୩ ଦିନିଆ ଗସ୍ତରେ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ନିଜ ଜିଲାକୁ...

ବିଜେଡିର ଭୁବନେଶର ବନ୍ଦ ଡାକରା: ମନ୍ତ୍ରୀ ସୁରେଶ ପୂଜାରୀ କହିଲେ ସହିପାରୁନି….

ଭୁବନେଶ୍ୱର,୨୨।୯: ୨୪ ତାରିଖ ଭୁବନେଶ୍ୱରରେ ଚଖଅଖ ବନ୍ଦ ଡାକରା। ଚାଲିବନି ଗାଡି଼ ମଟର। ଆସନ୍ତା ୨୪ରେ ୬ ଘଣ୍ଟିଆ ଭୁବନେଶର ବନ୍ଦ । ସକାଳ ୬...

୩ ଘଣ୍ଟା ପ୍ରବଳରୁ ଅତି ପ୍ରବଳ ବର୍ଷିବ: ଏସବୁ ସ୍ଥାନରେ…

ଭୁବନେଶ୍ୱର,୨୨।୯: ଆସୁଛି ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସୋମବାର ସୁଦ୍ଧା...

କାହିଁକି ଦୀପାଳିଙ୍କ ନାଁରେ ଏତଲା? 

କାହିଁକି ଦୀପାଳିଙ୍କ ନାରେ ଏତଲା? ଭୁବନେଶ୍ୱର,୨୨।୯: ଝାରସୁଗୁଡ଼ାର ପୂର୍ବତନ ବିଧାୟକ ଦୀପାଳି ଦାସ ଓ ରେଙ୍ଗାଲି ବିଧାୟକ ସୁଦର୍ଶନ ହରିପାଲଙ୍କ ନାଁରେ ଏତଲା  ହୋଇଛି। ସମ୍ବଲପୁରସ୍ଥିତ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri