ସମ୍ବଲପୁର, ୨୮।୧୦ (ବ୍ୟୁରୋ): ସମ୍ବଲପୁର ସହରର ଗୋଲବଜାରସ୍ଥିତ ପରିବା ମାର୍କେଟରେ ସୋମବାର ଭୋର ସମୟରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୬୦ରୁ ଊର୍ଦ୍ଧ୍ୱ ଦୋକାନ ଜଳି ପାଉଁଶ ହୋଇଯାଇଛି। ୨ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଅନୁମାନ କରାଯାଉଛି। ଖବର ପାଇ ସମ୍ବଲପୁର ଅଗ୍ନିଶମ ବିଭାଗ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲା । ଗତକାଲି ଦୀପାବଳି ଥିବାରୁ ଦୀପରୁ ନିଆଁଲାଗି ଏହି ଅଘଟଣ ଘଟିଥାଇ ପାରେ ବୋଲି ସନ୍ଦେହ କରାଯାଉଛି। ତେବେ ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡ଼ି ନାହିଁ।