Posted inଖେଳ

ଗ୍ରୀକ ରେଫରିଙ୍କ ଘର ଉପରେ ଦ୍ୱିତୀୟ ଆକ୍ରମଣ

ଏଥେନ୍ସ,୪ା୧(ଏଏଫ୍‌ପି)- ଗ୍ରୀକ ରେଫରିଙ୍କ ଘରେ ଶୁକ୍ରବାର ପୁଣି ଥରେ ଆକ୍ରମଣ ହୋଇଛି। ଦୁଇ ସପ୍ତାହ ମଧ୍ୟରେ ଏହା ଦ୍ୱିତୀୟ ଘଟଣା। ଏଣୁ ଫୁଟବଲ ମ୍ୟାଚ୍‌ ଅଫିସିଆଲଙ୍କ ବିକ୍ଷୋଭର ସମ୍ଭାବନା ସୃଷ୍ଟି ପାଇଛି। ଆକ୍ରମଣରେ ଘରର ପ୍ରବେଶ ଦ୍ୱାର ସମ୍ପୂର୍ଣ୍ଣ ଭାଙ୍ଗି ଯାଇଛି। ପୂର୍ବରୁ ଡିସେମ୍ବର ୨୨ ତାରିଖରେ ଆଞ୍ଜେଲୋ ଇଭାନଗେଲୁଙ୍କ ଘରେ ଆକ୍ରମଣ ହୋଇଥିଲା। ସେହିଦିନ ଭୋଲୋସ ଓ ଅଲିମ୍ପିଆକ୍‌ସ ମଧ୍ୟରେ ଅନୁଷ୍ଠିତ ମ୍ୟାଚ୍‌ ଗୋଲ ଶୂନ୍ୟ ଭାବେ ଶେଷ ହୋଇଥିଲା। ମ୍ୟାଚ୍‌ରେ ଅଲିମ୍ପିଆକ୍‌ସ ପକ୍ଷରୁ ଗୋଲ ଦିଆଯାଇଥିଲା। କିନ୍ତୁ ଭିଡିଓ ଆସିଟାଣ୍ଟ ଦାୟିତ୍ୱରେ ଥିବା ଆଞ୍ଜେଲୋ ଗୋଲ ପ୍ରତ୍ୟାଖ୍ୟାନ କରିଦେଇଥିଲେ। ଏହାପରେ ଏକ ପେନାଲ୍ଟି ଅପିଲକୁ ମଧ୍ୟ ଖାରଜ କରି ଦିଆଯାଇଥିଲା। ମ୍ୟାଚର ଫଳାଫଳ ଯୋଗୁ ଅଲିମ୍ପିଆକ୍‌ସ ପଏଣ୍ଟ ଟେବୁଲର ଦ୍ୱିତୀୟ ସ୍ଥାନକୁ ଖସିଥିଲା। ମ୍ୟାଚ୍‌ ପରେ ୫ ଅଫିସିଆଲଙ୍କ ନାମରେ ଜାଣିଶୁଣି ପରିଚାଳନାରେ ତ୍ରୁଟି କରିଥିବା ଗ୍ରୀକ ଚାମ୍ପିୟନ ଅଭିଯୋଗ ଦାଖଲ କରିଥିଲେ। ଏପରି କି ସେମାନେ ୟୁଫା ଓ ଫିଫାର ଦୃଷ୍ଟି ଆକର୍ଷଣ କରିଥିଲେ। ପ୍ରଥମ ଆକ୍ରମଣ ପରେ ଲିଗ୍‌ ଅଫିସିଆଲ ଷ୍ଟ୍ରାଇକ କରିଥିଲେ। କିନ୍ତୁ ସଦ୍ୟ ଆକ୍ରମଣ ପରେ ଅଫିସିଆଲଙ୍କ ସହ ଯୋଗାଯୋଗ ହୋଇପାରି ନାହିଁ। ଅଲିମ୍ପିଆକସ ଏବେ ଟେବୁଲ ଶୀର୍ଷରେ ଥିବା ଥେସାଲୋନିକିଠାରୁ ୨ ପଏଣ୍ଟ ପଛରେ ରହିଛି। ଉକ୍ତ ଘଟଣାର ସରକାର ତଦନ୍ତ ଦାୟିତ୍ୱ ହାତକୁ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇପିଏଲ୍‌ ପୂର୍ବରୁ ବିକ୍ରମ ରାଠୋର ରାଜସ୍ଥାନର ବ୍ୟାଟିଂ କୋଚ୍‌ ନିଯୁକ୍ତ: ଜାଣନ୍ତୁ ବିକ୍ରମ କିଏ…

ଜୟପୁର,୨୦ା୯: ରାଜସ୍ଥାନ ରୟାଲ୍ସ ଶୁକ୍ରବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ପୂର୍ବରୁ ପୂର୍ବତନ ଭାରତୀୟ ଓପନର ବିକ୍ରମ ରାଠୋରଙ୍କୁ ଦଳର ବ୍ୟାଟିଂ କୋଚ୍‌ ଭାବେ ନିଯୁକ୍ତି...

ଭାରତର ସମ୍ମାନ ରଖିଲେ ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତର ସମ୍ମାନ ରକ୍ଷା କରିଛନ୍ତି ରବିଚନ୍ଦ୍ରନ ଅଶ୍ୱିନ। ଭାରତ ୧୪୪ ରନ୍‌ରେ ୬ ଉଇକେଟ ହରାଇ...

୨୦ ବର୍ଷ କ୍ରିକେଟ୍‌ରୁ ବାସନ୍ଦ ହେଲେ ଏହି ଖେଳାଳି

ମେଲବୋର୍ନ, ୨୦ା୯: ଶ୍ରୀଲଙ୍କାର ପୂର୍ବତନ ଟେଷ୍ଟ କ୍ରିକେଟର ଦୁଲୀପ ସମରବୀରା ଅଷ୍ଟ୍ରେଲିଆରେ କୋଚିଂ ଦେବାରୁ ୨୦ବର୍ଷ ବାସନ୍ଦ ହୋଇଛନ୍ତି। ସେ ଭିକ୍ଟୋରିଆ ମହିଳା ଦଳର କୋଚ୍‌...

୧୪୭ ବର୍ଷ କ୍ରିକେଟ୍‌ ଇତିହାସରେ ପ୍ରଥମ ଖେଳାଳି ଭାବେ ଏମିତି ରେକର୍ଡ କଲେ ଆର୍‌. ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ରବିଚନ୍ଦ୍ରନ ଅଶ୍ୱିନ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ମ୍ୟାଚ୍‌ର ପ୍ରଥମ ଦିନରେ...

୧୧୯ ବର୍ଷ ପୂର୍ବେ କରିଥିଲେ ଡେବ୍ୟୁ, ୨୯ ବର୍ଷ ଖେଳି ହାସଲ କଲେ ୧୯୯ ଶତକ: ତାଙ୍କ ଆଖପାଖରେ ନାହାନ୍ତି ସଚିନ-କୋହଲି

ନୂଆଦିଲ୍ଲୀ,୧୯।୯: କ୍ରିକେଟରେ ଶତକ ସ୍କୋର କରିବା ଏକ ବଡ଼ ସଫଳତା। ୧୦୦ ରନ ପୂରଣ କରିବାକୁ ଜଣେ ବ୍ୟାଟ୍ସମ୍ୟାନଙ୍କୁ ଅନେକ ଘଣ୍ଟା ପାଇଁ କ୍ରିଜରେ ରହିବାକୁ...

ପଡିଆରେ ଏହି ମନ୍ତ୍ର ଜପ କରନ୍ତି ବିରାଟ କୋହଲି, ଆଉ ଗୌତମ ଗମ୍ଭୀର…

ନୂଆଦିଲ୍ଳୀ,୧୯ା୯(ପି.ଟି.): ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ସାକ୍ଷାତକାର ଅବସରରେ ଉଭୟଙ୍କ ଆଧ୍ୟାତ୍ମିକତାର ରୁଚି ସାମ୍ନାକୁ ଆସିଛି।...

ଗମ୍ଭୀର-ବିରାଟ ବିବାଦ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ

ଚେନ୍ନାଇ,୧୯ା୯(ପି.ଟି.):ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ମଧ୍ୟରେ ପଡିଆ ବାହାରେ ବିବାଦକୁ ନେଇ ସର୍ବଦା ଖବର ଦେଖିବାକୁ...

ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନ: ସ୍ବୟମ୍‌ଜିତଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ୱର, ୧୯।୯ (ତପନ ସ୍ବାଇଁ): ଫିଜିର ସୁଭାରେ ଚାଲିଥିବା ରାଜ୍ୟଗୋଷ୍ଠୀ ୟୁଥ୍‌, ଜୁନିୟର ଓ ସିନିୟର ଭାରୋତ୍ତୋଳନ ଚାମ୍ପିୟନଶିପ୍‌ରେ ଓଡ଼ିଶାର ସ୍ବୟମଜିତ ପ୍ରସାଦ ସାହୁ ବୁଧବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri