ଘନୀଭୂତ ହେଉଛି ବାତ୍ୟା ଅମ୍ଫାନ: ଓଡ଼ିଶା ଉପକୂଳ ଦେଇ ଗତି କରିବା ସମ୍ଭାବନା

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଆଣ୍ଡାମାନ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ବୁଧବାର ଲଘୁଚାପରେ ପରିଣତ ହୋଇଛି। ଗୁରୁବାର ଏହା ଅବପାତ (ଡିପ୍ରେଶନ)ରେ ପରିଣତ ହେବ। ଧୀରେ ଧୀରେ ଏହା ଘନୀଭୂତ ହୋଇ ୧୬ ତାରିଖ ସନ୍ଧ୍ୟା ସୁଦ୍ଧା  ବାତ୍ୟା ରୂପ ନେବ ।  ଏହାର ନାମ  ଅମ୍ଫାନ ରଖାଯାଇଛି। ବାତ୍ୟା ପ୍ରଥମେ ପଶ୍ଚିମ ଉତ୍ତର-ଉତ୍ତର- ପଶ୍ଚିମ ଦିଗ ଦେଇ ଗତି କରିବ। ଏହା ପରେ ଦିଗ ବଦଳାଇ ଉତ୍ତର-ଉତ୍ତର ପୂର୍ବ ଦିଗକୁ ଗତି କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବାତ୍ୟା ଉତ୍ତର- ଉତ୍ତର ପୂର୍ବ ଦେଇ ଗତି କରୁଥିବାରୁ ଶ୍ରୀଲଙ୍କା, ତାମିଲନାଡୁ ଉପକୂଳ ଦେଇ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଆଡ଼କୁ ମୁହାଁଇବ। ଆସନ୍ତା ୧୮ ତାରିଖ ମଧ୍ୟାହ୍ନରୁ ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର ଜିଲାରେ ବର୍ଷା ଆରମ୍ଭ ହେବ। ମେ ୧୯ ତାରିଖ ମଧ୍ୟରାତ୍ର କିମ୍ବା ୨୦ ତାରିଖ ସକାଳେ ବାତ୍ୟା ଓଡ଼ିଶାର ପୁରୀରୁ ବାଲେଶ୍ୱର ମଧ୍ୟରେ କିମ୍ବା ପଶ୍ଚିମବଙ୍ଗ ଦେଇ ସ୍ଥଳଭାଗ ଅତିକ୍ରମ କରିବ ବୋଲି କେତେକ ପାଣିପାଗ ମଡେଲ ପକ୍ଷରୁ ଆକଳନ କରାଯାଇଛି। ବାତ୍ୟା ଉପକୂଳବର୍ତ୍ତୀ ଜିଲାରେ କିଛି ମାତ୍ରାରେ ତାଣ୍ଡବ ରଚାଇବା ଆଶଙ୍କାକୁ ଏଡ଼ାଯାଇ ନ ପାରେ। ବାତ୍ୟା ଅତିକ୍ରମ କରିବା ବେଳେ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ଘଣ୍ଟାକୁ ୧୨୦ରୁ ୧୪୦ କିମି ବେଗରେ ପବନ ବହିବ ବୋଲି ଅନୁମାନ କରାଯାଇଛି। ଏହାଦ୍ୱାରା ଗଛ, ଚାଳଘର, ବିଦ୍ୟୁତ୍‌ ଖୁଣ୍ଟ ବିଶେଷ ଭାବେ କ୍ଷତିଗ୍ରସ୍ତ ହେବା ସମ୍ଭାବନା ରହିଛି। ତେବେ ଓଡ଼ିଶା ଉପରେ କି ପ୍ରଭାବ ପଡ଼ିବ ସେ ନେଇ ପାଣିପାଗ ବିଭାଗ ଏ ପର୍ଯ୍ୟନ୍ତ ସ୍ପଷ୍ଟ କରି ନାହିଁ। ଆସନ୍ତା ୧୫ ତାରିଖ ବେଳକୁ ବାତ୍ୟା କେଉଁଠି ସ୍ଥଳଭାଗ ଛୁଇଁବ ତାହା ସ୍ପଷ୍ଟ ହେବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି। ସମୁଦ୍ର ମଧ୍ୟରେ ଅଧିକ ସମୟ ରହୁଥିବାରୁ ବାତ୍ୟା ଭୟଙ୍କର ରୂପ ଧାରଣ କରିପାରେ। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଆସନ୍ତା ୧୫ ତାରିଖରୁ ଗଭୀର ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।


ବାତ୍ୟା ଦାନା ବାନ୍ଧୁଥିବାରୁ ରାଜ୍ୟରେ ତାତି ବଢ଼ିଛି। କେତେକ ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲ୍‌ସିୟସ ଉପରକୁ ଉଠିଯାଇଛି। ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ତାଳଚେରରେ ସର୍ବାଧିକ ତାପମାତ୍ରା ୪୧.୩ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଟିଟିଲାଗଡ଼ରେ ୪୧, ମାଲକାନଗିରିରେ ୪୦.୫, ପାରଳାଖେମୁଣ୍ଡିରେ ୪୦.୨, ବଲାଙ୍ଗୀରରେ ୪୦, ଭବାନୀପାଟଣାରେ ୪୦, ସୁନ୍ଦରଗଡ଼ରେ ୩୯ ଏବଂ ସମ୍ବଲପୁରରେ ସର୍ବୋଚ୍ଚ ତାପମାତ୍ରା ୩୯.୨ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁର, କୋରାପୁଟ, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, କନ୍ଧମାଳ, ବୌଦ୍ଧ, ଗଞ୍ଜାମ, ସୁବର୍ଣ୍ଣପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଅନୁଗୋଳ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବା ସମ୍ଭାବନା ରହିଛି। ଏହି ସମୟରେ ସୁନ୍ଦରଗଡ଼, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି ବଲାଙ୍ଗୀର, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ୱର ଜିଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ। ପାଣିପାଗ ବିଭାଗ ପକ୍ଷରୁ ଏ ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଆସନ୍ତା ୪ ଦିନ ଯାଏ ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହେବ ବୋଲି ଅନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁ ଅଶ୍ଳୀଳତା ଭିଡିଓ ଦେଖିଲେ ବା ଡାଉନଲୋଡ କଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ, ସୁପ୍ରିମକୋର୍ଟଙ୍କ ରାୟ ଲାଗୁ କରିବେ ଓଡ଼ିଶା ସରକାର

ଭୁବନେଶ୍ୱର,୨୩ା୯: ଶିଶୁ ଅଶ୍ଳୀଳତା ଉପରେ ସୁପ୍ରିମକୋର୍ଟ ଦେଇଥିବା ନିଷ୍ପତ୍ତିକୁ ଓଡ଼ିଶା ସରକାର ସମର୍ଥନ କରିଛନ୍ତି।ରାଜ୍ୟ ସରକାର ଘୋଷଣା କରିଛନ୍ତି ଯେ ଏହା ସର୍ବୋଚ୍ଚ ନ୍ୟାୟାଳୟଙ୍କର ରାୟକୁ...

ଦେଶରେ ପ୍ରଥମ: ଆଇଆଇଏମ୍‌ ସମ୍ବଲପୁର ପାଠପଢ଼ା ଶୈଳୀରେ ସୃଷ୍ଟି ହେବ ନୂତନ ଅଧ୍ୟାୟ

ସମ୍ବଲପୁର,୨୩ା୯(ପ୍ରମୋଦ ବହିଦାର): ଆଇଆଇଏମ୍‌ ସମ୍ବଲପୁରରେ ବଦଳିବ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଶୈଳୀ। ପ୍ରଫେସରଙ୍କ ବଦଳରେ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବ ଏଆଇ(ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ)। ଯାହା ସମଗ୍ର ଦେଶରେ ପ୍ରଥମ...

କାର୍ଯ୍ୟକାରୀ ହେଲା ଅନ୍‌ଲାଇନ୍‌ ପଞ୍ଜୀକରଣ ବ୍ୟବସ୍ଥା: ୧୦୦୦ ଅଭିଯୋଗକାରୀଙ୍କ ସମସ୍ୟା ଶୁଣିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ପଞ୍ଜୀକୃତ ହୋଇଥିବା ଏକ ହଜାର ଅଭିଯୋଗକାରୀଙ୍କ ଠାରୁ ସମସ୍ୟା ଶୁଣିଛନ୍ତି। ଏଥିସହିତ ପ୍ରଥମ...

ରାସ୍ତା ଖରାପ: ଚିକିତ୍ସାଳୟକୁ ଯିବା ପୂର୍ବରୁ ଆମ୍ବୁଲାନ୍ସରେ ପ୍ରସବ କଲେ ଗର୍ଭବତୀ

ଗଜପତି୨୩।୯(ଗିରିଧାରୀ ପରିଛା): ରାସ୍ତା ଖରାପ ଥିବାରୁ ହସପିଟାଲରେ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ। ଶେଷରେ ଆମ୍ବୁଲାନ୍ସରେ ହିଁ ପ୍ରସବ କଲେ ଗର୍ଭବତୀ ମହିଳା। ଏମିତି ଏକ ଅଭାବନୀୟ...

ସମ୍ବଲପୁରୀ ଗାୟିକା ରୁକ୍ସାନା ବାନୋଙ୍କ ମୃତ୍ୟୁ ଘଟଣା: ଗାୟକଙ୍କ ବିରୋଧରେ ଏତଲା ଦେଲେ ମା’, ଭଉଣୀ

ଭବାନୀପାଟଣା,୨୩।୯ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାର ଜଣାଶୁଣା ସମ୍ବଲପୁରୀ ଗାୟିକା ତଥା ଅଭିନେତ୍ରୀ ରୁକ୍ସାନା ବାନୋ (୨୭)ଙ୍କ ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱର ଏମ୍ସରେ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ଜିଲାସ୍ତରରେ ଖୋଲିବ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ କ୍ୟାମ୍ପ

ଭୁବନେଶ୍ୱର,୨୩।୯- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ସୋମବାର ଅଭିଯୋଗ ଶୁଣାଣି ହୋଇଛି। ସୋମବାର ପୂର୍ବାହ୍ନ ୧୧ଟାରୁ ୟୁନିଟ-୫ ର ସରକାରୀ...

ଅନୁପସ୍ଥିତ ଥିଲେ ସିଡିପିଓ, ଛତୁଆ କେନ୍ଦ୍ରରେ ହଠାତ୍‌ ପହଞ୍ଚିଲେ ଉପଜିଲାପାଳ, ଆଉ ତା’ପରେ…

କୋକସରା,୨୩।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ରାଜ୍ୟରେ ଗର୍ଭବତୀ, ଶିଶୁ, କିଶୋରୀ ବାଳିକାଙ୍କୁ କୁପୋଷଣ, ଅପପୃଷ୍ଟିରୁ ରୋକିବା ପାଇଁ ବିଗତ ରାଜ୍ୟ ସରକାରଙ୍କ ପକ୍ଷରୁ ଛତୁଆ ଯୋଜନା ଆରମ୍ଭ...

ଦିନକ ପରେ ମା’ ଲଙ୍କେଶ୍ବରୀଙ୍କ ଖଣ୍ଡାବସା

ଭବାନୀପାଟଣା,୨୩ା୯(ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ)- କଳାହାଣ୍ଡି ଜିଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ମଙ୍ଗଳବାର ଅନୁଷ୍ଠିତ ହେବ। ଏଥିପାଇଁ ସୋମବାର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri