ନୂଆଦିଲ୍ଲୀ,୨୭ା୩: ଦେଶରେ କରୋନା ଭାଇରସ୍ ସଂକ୍ରମ ବଢ଼ିବାରେ ଲାଗିଥିବାରୁ ଔଷଧଗୁଡ଼ିକର ହୋମ୍ ଡେଲିଭରିକୁ କେନ୍ଦ୍ର ସରକାର ଗୁରୁବାର ଅନୁମତି ଦେଇଛନ୍ତି। ଫଳରେ ଲକ୍ଡାଉନ୍ ସମୟରେ ଲୋକଙ୍କୁ ମେଡିସିନ କିଣିବା ପାଇଁ ଆଉ ବାହାରକୁ ଯିବାକୁ ପଡ଼ିବ ନାହିଁ। କରୋନା ଭାଇରସ୍ ସଂକ୍ରମଣ ରୋକିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୧ ଦିନିଆ ଲକ୍ଡାଉନ୍ ଘୋଷଣା କରିଛନ୍ତି। ଗୁରୁବାର ଲକ୍ଡାଉନ୍ର ଦ୍ୱିତୀୟ ଦିନରେ କୋଭିଡ୍-୧୯ ସଂକ୍ରମଣରେ ମୃତ୍ୟୁସଂଖ୍ୟା ୧୬ରେ ପହଞ୍ଚତ୍ଛି। ଲୋକଙ୍କୁ ନିଜ ନିଜ ଘରେ ସୁରକ୍ଷିତ ଭାବେ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିବାରୁ ସିଡ୍ୟୁଲ୍ ‘ଏଚ୍’ ବର୍ଗ ମେଡିସିନଗୁଡ଼ିକର ହୋମ୍ ଡେଲିଭରିକୁ ଅନୁମତି ଦିଆଯାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ବର୍ଗର ଔଷଧ ଡାକ୍ତରଙ୍କ ବିନା ପ୍ରେସ୍କ୍ରିପ୍ଶନରେ କିଣାଯାଇ ପାରିବ।