ଚାଷୀଙ୍କୁ ନେଇ ବିଜେଡି-ଭାଜପା ଟଣାଓଟରା

ଭୁବନେଶ୍ୱର,୧୯।୧(ବ୍ୟୁରୋ): ଚାଷୀ ଓ ଚାଷକ୍‌ୁ ନେଇ ବିଜେଡି ଓ ଭାଜପା ମଧ୍ୟରେ ଟଣା ଓଟରା ଲାଗିଛି। କେନ୍ଦ୍ର ସରକାର ଚାଉଳ ସଂଗ୍ରହ ନୀତିରେ ପରିବର୍ତ୍ତନ କରିବା ସହିତ ଧାନ ସଂଗ୍ରହ ବାବଦରେ ଓଡ଼ିଶାକୁ ଦେବାକୁ ଥିବା ୬୦୪୦ କୋଟି ଟଙ୍କାର ସବ୍‌ସିଡି ଅର୍ଥ ତୁରନ୍ତ ପ୍ରଦାନ କରିବାକୁ ରାଜ୍ୟ ଭାଜପା ନେତାମାନେ କେନ୍ଦ୍ର ସରକାରଙ୍କ ଉପରେ ଚାପ ପକାନ୍ତୁ ବୋଲି ସୋମବାର ଏଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ବିଜେଡି ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ, ବିଧାୟକ ରୋହିତ ପୂଜାରୀ ଏବଂ ରାଜେନ୍ଦ୍ର ଢୋଲକିଆ ଏହି ଦାବି କରିଛନ୍ତି।
କୋଭିଡ୍‌ ମହାମାରୀ ସମୟରେ ଓଡ଼ିଶାର ଚାଷୀମାନେ ୨୦୨୦-୨୧ରେ ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କ ନୀତି ଓ କାର୍ଯ୍ୟ ଏବେ ଓଡ଼ିଶା ଚାଷୀଙ୍କ ପାଇଁ କାଳ ହୋଇଛି। ନିକଟରେ କେନ୍ଦ୍ର ସରକାର ୨୦୨୦-୨୧ ରବି ଋତୁରେ ମୂଳ ଆକଳନର ୫୦ ପ୍ରତିଶତ ଉଷୁନା ଚାଉଳ ଉଠାଇବା ସହିତ ବଳକା ଚାଉଳ ନେବେନି ବୋଲି କହିଛନ୍ତି। କେନ୍ଦ୍ର ସରକାରଙ୍କ ଏହି ଚାଷୀ ବିରୋଧୀ ନୀତି ରାଜ୍ୟର ରାଷୀଙ୍କୁ ଗୁରୁତର ଭାବେ ପ୍ରଭାବିତ କରିଛି। ୨୦୨୦-୨୧ ଖରିଫ୍‌ ଋତୁରେ ୩୫.୪୯ ଲକ୍ଷ ମେଟ୍ରିକ ଟନ୍‌ ଧାନ ସଂଗ୍ରହ ହୋଇଥିବା ବେଳେ ଆହୁରି ୩୦ ଲକ୍ଷ ମେଟ୍ରିକ ଟନ୍‌ ଧାନ ସଂଗ୍ରହ ହେବ। ମୋଟ ୬୫ ଲକ୍ଷ ମେଟ୍ରିକ ଟନ୍‌ ଓ ରବି ଋତୁରେ ୧୭ ଲକ୍ଷ ମେଟ୍ରିକ ଟନ୍‌କୁ ମିଶାଇ ମୋଟ ୮୨ ଲକ୍ଷ ମେଟ୍ରିକ ଟନ୍‌ ଧାନ ସଂଗ୍ରହ ହେବ। ସେଥିରୁ ପ୍ରାୟ ୫୫ ଲକ୍ଷ ମେଟ୍ରିକ ଟନ୍‌ ଉଷୁନା ଚାଉଳ ମିଳିବ। ସେଥିରୁ ୨୪ ଲକ୍ଷ ମେଟ୍ରିକ ଟନ୍‌ ଓଡ଼ିଶାରେ ବ୍ୟବହୃତ ହେବ। ଏଫ୍‌ସିଆଇ ୧୦ ଲକ୍ଷ ମେଟ୍ରିକ ଟନ୍‌ ସଂଗ୍ରହ କରିବ। ଅବଶିଷ୍ଟ ପ୍ରାୟ ୨୧ ଲକ୍ଷ ଟନ୍‌ ଚାଉଳ ଯାହାର ମୂଲ୍ୟ ପାଖାପାଖି ୭୩୫୦ କୋଟି ଟଙ୍କା ହେବ, ଏହାକୁ କେନ୍ଦ୍ର ସରକାର ଉଠାଇବାକୁ ରାଜି ହେଉନାହାନ୍ତି । କେନ୍ଦ୍ର ସରକାର ଓଡ଼ିିଶାର ଚାଷୀ ବିରୋଧୀ ନୀତି ପ୍ରତ୍ୟାହାର କରିବା ସହ ସମସ୍ତ ଚାଉଳ ଉଠାଇବାକୁ ବିଜେଡି ନେତାମାନେ ଦାବି କରିଛନ୍ତି। ଓଡ଼ିଶା ରାଜ୍ୟ ଯୋଗାଣ ନିଗମ ଋଣ କରି ରାଜ୍ୟରୁ ଧାନ ସଂଗ୍ରହ କରୁଛି। ବର୍ତ୍ତମାନ ସୁଦ୍ଧା ଚାଷୀଙ୍କୁ ୬୫୫୦ କୋଟି ଟଙ୍କା ପ୍ରଦାନ କରାଯାଇ ସାରିଲାଣି। କେନ୍ଦ୍ର ସରକାର ତ୍ରୈମାସିକର ପ୍ରଥମ ମାସରେ ସବ୍‌ସିଡି ବାବଦରେ ଓଡ଼ିଶାକୁ ୬୦୪୦ କୋଟି ଟଙ୍କା ଦେବାକୁ ବାକି ରହିଛି। ତୁରନ୍ତ ଉକ୍ତ ଅର୍ଥ ପ୍ରଦାନ କରିବାକୁ ଦଳ ପକ୍ଷରୁ ଦାବି କରାଯାଇଛି। ନଚେତ ଓଡ଼ିଶାର ଚାଷୀମାନେ ରାଜରାସ୍ତାକୁ ଓହ୍ଲାଇବେ। ବିଜେଡି ଚାଷୀଙ୍କ ସପକ୍ଷରେ ଛିଡା ହେବ ବୋଲି ଦଳୀୟ ନେତାମାନେ ଚେତାବନୀ ଦେଇଛନ୍ତି।
ସେହିପରି ଭାଜପା ମଧ୍ୟ ବିଜେଡି ଅଭିଯୋଗର ପାଲଟା ଯବାବ ଦେଇଛି। ଭାଜପା ରାଜ୍ୟ କାର୍ଯ୍ୟାଳୟ ଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଭାଜପା ରାଜ୍ୟ ସାଧାରଣ ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାର କହିଛନ୍ତିଯେ ବିଜେଡିର ୩ ଜଣ ବିଧାୟକ ଚାଷୀଙ୍କ ସମସ୍ୟାକୁ ନେଇ କେନ୍ଦ୍ର ସରକାରଙ୍କୁ ଆକ୍ଷେପ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ବିଜେଡି ବିଧାୟକମାନେ ଠିକ୍‌ ତଥ୍ୟ ନ ଜାଣି କେବଳ ରାଜ୍ୟବାସୀଙ୍କୁ ମିଥ୍ୟା କହି ଭ୍ରମିତ କରିଛନ୍ତି। ଶାସକ ବିଜେଡି ଚାଷୀଙ୍କୁ ଶୋଷଣ କରି ମିଲରମାନଙ୍କ ପାଇଁ ଓକିଲାତି କରୁଛି ବୋଲି ସେ ଅଭିଯୋଗ କରିଛନ୍ତି। କେନ୍ଦ୍ର ସରକାର ଧାନର ଏମ୍‌ଏସପି ୧୮୬୮ଟଙ୍କା ଦେଉଥିବା ବେଳେ ମଣ୍ଡିରେ ୩କେଜିରୁ ୮କେଜି ପର୍ଯ୍ୟନ୍ତ କଟ୍‌ନି ଛଟ୍‌ନି ହେଉଥିବାରୁ ଚାଷୀ ପ୍ରକୃତ ମୂଲ୍ୟ ପାଇପାରୁନାହିଁ। ମଣ୍ଡି ଭିତ୍ତିଭୂମି ପାଇଁ କେନ୍ଦ୍ର ସରକାର ଅର୍ଥର ବ୍ୟବସ୍ଥା କରିଥିବା ସ୍ଥଳେ ଅଦ୍ୟାବଧି ଓଡିଶାରେ ମଣ୍ଡି ଭିତ୍ତିିଭୂମି ସୁଧୁରି ନାହିଁ। ଧାନ ଅଖା ପାଇଁ କେନ୍ଦ୍ର ଟଙ୍କା ଦେଉଥିଲେ ମଧ୍ୟ ଚାଷୀଙ୍କୁ ଅଖାର ଟଙ୍କା ଦିଆଯାଉନାହିଁ। ଏ ବର୍ଷ ଧାନକିଣା ପାଇଁ କେନ୍ଦ୍ର ସରକାର ୧୮ହଜାର କୋଟିରୁ ଉର୍ଦ୍ଧ୍ୱ ଟଙ୍କା ଦେଇଥିଲେ ମଧ୍ୟ ଓଡିଶାରେ ଅଦ୍ୟାବଧି ଅର୍ଦ୍ଧାଧିକ ଜିଲାରେ ଧାନମଣ୍ଡି ଖୋଲିନାହିଁ। ଡିସେମ୍ବର ୧ ତାରିଖରୁ ସମସ୍ତ ମଣ୍ଡି ଖୋଲିବା ନେଇ ରାଜ୍ୟ ସରକାର ଘୋଷଣା କରିଥିଲେ। କିନ୍ତୁ ମଣ୍ଡି କେବେ ଖୋଲି ବନ୍ଦ ହୋଇଗଲା ଚାଷୀ ତାହା ଜାଣିପାରିଲେ ନାହିଁ। ଚାଷୀଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ତୁରନ୍ତ ରାଜ୍ୟ ସରକାର ସମସ୍ତ ଜିଲାରେ ମଣ୍ଡି ଖୋଲି ଧାନ କିଣନ୍ତୁ ନଚେତ୍‌ ଆଗାମୀ ଦିନରେ ରାଜ୍ୟବ୍ୟାପୀ ବିକ୍ଷୋଭ କରାଯିବ ବୋଲି ସେ ଚେତାବନୀ ଦେଇଛନ୍ତି। ଏହି ଅବସରରେ ରାଜ୍ୟ କୃଷକ ମୋର୍ଚ୍ଚା ସାଧାରଣ ସମ୍ପାଦକ ସୁରଥ ବିଶ୍ୱାଳ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳବାର ଭୁବନେଶ୍ୱର ବନ୍ଦ, ହେବ ବଡ଼ ଆନ୍ଦୋଳନ…

ଭୁବନେଶ୍ୱର,୨୨।୯: ୨୪ ତାରିଖ ଭୁବନେଶ୍ୱରରେ ଚଖଅଖ ବନ୍ଦ ଡାକରା। ଚାଲିବନି ଗାଡି଼ ମଟର। ଆସନ୍ତା ୨୪ରେ ୬ ଘଣ୍ଟିଆ ଭୁବନେଶର ବନ୍ଦ । ସକାଳ ୬...

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରି ଜେଲ୍‌ ଗଲେ ଦମ୍ପତି

ବ୍ରହ୍ମପୁର,୨୨ା୯(ସୁବାସ ଚନ୍ଦ୍ର ପାଢ଼ୀ): ଏକ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାର ବିଚାର କରି ବ୍ରହ୍ମପୁର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଡ. ଅରୁଣ କୁମାର ସାହୁ...

ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ଅଦ୍ଭୁତ ମାଛ, ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼, କେଜି ଏତିକି ଟଙ୍କାରେ ହେଲା ବିକ୍ରି

ଭୋଗରାଇ,୨୨ା୯(ପ୍ରଦୀପ ଦାସ): ଓଡ଼ିଶା ସୀମାନ୍ତ ପଶ୍ଚିମବଙ୍ଗ ରାଜ୍ୟ ଦୀଘା ମୁହାଣରେ ବଙ୍ଗୀୟ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଛନ୍ତି ଲକ୍ଷାଧିକ ଟଙ୍କାର ତେଲିଆ ଶିଳା ମାଛ। ଦୀଘା ମୁହାଣକୁ...

‘ଓ୍ବାନ ନେଶନ ଓ୍ବାନ ଇଲେକ୍ସନ’କୁ ନେଇ କ’ଣ ରହିବ ବିଜେଡିର ପକ୍ଷ? ନବୀନ କହିଲେ ସମୟ ନେବୁ…

ଭୁବନେଶ୍ୱର,୨୨।୯: ଦେଶରେ ‘ଓ୍ବାନ ନେଶନ ଓ୍ବାନ ଇଲେକ୍ସନ’କୁ ନେଇ ବିତର୍କ ଆରମ୍ଭ ହୋଇଛି। ଏକକାଳୀନ ନିର୍ବାଚନକୁ ନେଇ ମୋଦି କ୍ୟାବିନେଟ ମଞ୍ଜୁରୀ ଦେବା ପରେ ଏବେ...

ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଚାଲିଗଲା ଜଣଙ୍କ ଜୀବନ

ଲାଞ୍ଜିଗଡ଼,୨୨ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡ଼ା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ଅନ୍ୟ...

ଓଡ଼ିଶାରେ ଜନ ଭାଗୀଦାରିରେ ଚାଲୁଛି ସରକାର: ଉପମୁଖ୍ୟମନ୍ତ୍ରୀ

ଜଗତ୍‌ସିଂହପୁର,୨୨।୯ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁରସ୍ଥିତ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ ପରିସରରେ ଶନିବାର ରାଜ୍ୟର ଭାଜପା ସରକାରଙ୍କ ୧୦୦ ଦିନ ଉପଲକ୍ଷେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।...

ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୨।୯: ଆସୁଛି ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସୋମବାର ସୁଦ୍ଧା...

ନିମନ୍ତ୍ରଣ ପତ୍ରରେ ନ ଥିଲା ନାଁ, ଉଦ୍‌ଘାଟନ ଘୁଞ୍ଚିଲା

ସୋନପୁର,୨୧।୯(ମୃତ୍ୟୁଞ୍ଜୟ ଶତପଥୀ): ଓମ୍‌ଫେଡ୍‌ର ସୋନପୁର ଡେଏରୀ ପ୍ଲାଣ୍ଟ (ଦୁଗ୍ଧ କାରଖାନା) ଉଦ୍‌ଘାଟନ ଉତ୍ସବସ୍ଥଳ ଶନିବାର ରଣକ୍ଷେତ୍ର ପାଲଟିଥିଲା। ନିମନ୍ତ୍ରଣ ପତ୍ରରେ ବୀରମହାରାଜପୁର ବିଧାୟକ ଇଂ. ରଘୁନାଥ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri