ଛାନୁଆରେ ମଦ ବିକ୍ରିକୁ ବିରୋଧ: ଜିଲାପାଳଙ୍କୁ ଭେଟିଲେ ମହିଳା

ବାଲେଶ୍ୱର ଅଫିସ, ୨୨।୧୦- ବାଲେଶ୍ୱର ଜିଲା ବସ୍ତା ବ୍ଲକ ଛାନୁଆ ପଞ୍ଚାୟତରେ ୩୦ରୁ ଊର୍ଦ୍ଧ୍ୱ ସ୍ଥାନରେ ନିଶାଦ୍ରବ୍ୟ କାରବାର ଚାଲିଛି। ଏହାକୁ ରୋକିବା ଲାଗି ସ୍ଥାନୀୟ ଅଞ୍ଚଳର ଶତାଧିକ ଲୋକ ମଙ୍ଗଳବାର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କଠାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ପାଇବା ପରେ ଜିଲାପାଳ ଚକ୍ରବର୍ତ୍ତୀ ଜିଲା ଅବକାରୀ ଅଧୀକ୍ଷକ ବିବେକାନନ୍ଦ ନାୟକଙ୍କ ସହ ଆଲୋଚନା କରି ଏହାର ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ଛାନୁଆ ପଞ୍ଚାୟତର ଛାନୁଆଁ ନରାଡ଼ ସ୍କୁଲ, ହାଇସ୍କୁଲ ପାଚେରି ଏବଂ ମହାଦେବ ମନ୍ଦିର ନିକଟରେ ଦେଶୀ, ବିଦେଶୀ ମଦ ସହ ବ୍ରାଉନ୍‌ସୁଗାର ବିକ୍ରି ହେଉଛି। ଗାଁର ପୁରୁଷ ଲୋକମାନେ ନିଶାସେବନ କରି ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି। ମଦ ବିକ୍ରିକୁ ବିରୋଧ କଲେ ମାଫିଆମାନେ ଉଠାଇ ନେବାର ଧମକ ଦେଉଛନ୍ତି ବୋଲି ସ୍ବୟଂ ସହାୟକ ସଂଘର ନେତ୍ରୀ ଶାନ୍ତିଲତା ଦାସ କହିଛନ୍ତି। ଉକ୍ତ ଅଞ୍ଚଳରେ ୧୦ରୁ ଊର୍ଦ୍ଧ୍ୱ ସ୍ବୟଂ ସହାୟକ ସଂଘର ସଦସ୍ୟାମାନେ ଏକାଠି ହୋଇ ଜିଲାପାଳଙ୍କୁ ଭେଟି ବେଆଇନ ନିଶା କାରବାରକୁ ରୋକିବା ପାଇଁ ନିବେଦନ କରିଛନ୍ତି। ଏହା କରା ନ ଗଲେ ଆଗାମୀ ଦିନରେ ଜନଆନ୍ଦୋଳନ ହେବ ବୋଲି ‘ଜନନୀ ପରିବାର’ର ମୁଖ୍ୟ ଜ୍ୟୋତ୍ସ୍ନା ମହାନ୍ତି ଚେତାବନୀ ଦେଇଛନ୍ତି। ଇନ୍ଦୁମତି ବେହେରା, କବିତା ଜେନା, କଲ୍ୟାଣୀ ଜେନା, ସନ୍ଧ୍ୟାରାଣୀ ଦାସ, ଅଞ୍ଜନା ବେହେରା, ପ୍ରମିଳା ସେଠୀ, ଗୀତାଞ୍ଜଳି ଦାସ, ମମତା ଜେନା, ପ୍ରଭାତି ଦଳେଇ, ଭାରତୀୟ ଭୂୟାଁ ପ୍ରମୁଖ ଶତାଧିକ ମହିଳା ଜିଲାପାଳଙ୍କୁ ସାକ୍ଷାତ କରି ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଚାଲିଗଲା ଜଣଙ୍କ ଜୀବନ

ଲାଞ୍ଜିଗଡ଼,୨୨ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡ଼ା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ଅନ୍ୟ...

ଓଡ଼ିଶାରେ ଜନ ଭାଗୀଦାରିରେ ଚାଲୁଛି ସରକାର: ଉପମୁଖ୍ୟମନ୍ତ୍ରୀ

ଜଗତ୍‌ସିଂହପୁର,୨୨।୯ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁରସ୍ଥିତ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ ପରିସରରେ ଶନିବାର ରାଜ୍ୟର ଭାଜପା ସରକାରଙ୍କ ୧୦୦ ଦିନ ଉପଲକ୍ଷେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।...

ନିମନ୍ତ୍ରଣ ପତ୍ରରେ ନ ଥିଲା ନାଁ, ଉଦ୍‌ଘାଟନ ଘୁଞ୍ଚିଲା

ସୋନପୁର,୨୧।୯(ମୃତ୍ୟୁଞ୍ଜୟ ଶତପଥୀ): ଓମ୍‌ଫେଡ୍‌ର ସୋନପୁର ଡେଏରୀ ପ୍ଲାଣ୍ଟ (ଦୁଗ୍ଧ କାରଖାନା) ଉଦ୍‌ଘାଟନ ଉତ୍ସବସ୍ଥଳ ଶନିବାର ରଣକ୍ଷେତ୍ର ପାଲଟିଥିଲା। ନିମନ୍ତ୍ରଣ ପତ୍ରରେ ବୀରମହାରାଜପୁର ବିଧାୟକ ଇଂ. ରଘୁନାଥ...

ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ଜାଲ୍‌ ଚିଠି

କଟକ,୨୨ା୯(କାର୍ତ୍ତିକ ସାହୁ): ଓଡ଼ିଶା ଷ୍ଟେଟ ବାର୍‌ କାଉନ୍‌ସିଲ୍‌ ନାମରେ ମୁଖ୍ୟମନ୍ତ୍ରୀଙ୍କୁ ମିଥ୍ୟା ଚିଠି ପ୍ରେରଣ କରାଯାଇଛି। ଉକ୍ତ ଚିଠିରେ ଢେଙ୍କାନାଳ ଜିଲାର ବିଭିନ୍ନ ସ୍ବାସ୍ଥ୍ୟସେବା କେନ୍ଦ୍ରର...

ଥମୁନି ମହିଳାଙ୍କ ଉପରେ ଅତ୍ୟାଚାର, ଅଙ୍ଗନୱାଡି କେନ୍ଦ୍ରରେ କଙ୍ଗାରୁ କୋର୍ଟ

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ଅଙ୍ଗନୱାଡ଼ି କେନ୍ଦ୍ରରେ ପଶି କଙ୍ଗାରୁ କୋର୍ଟ କରି କର୍ମୀଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଛି।...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ମହୁମାଛି ନେଇଗଲେ ଜୀବନ…

ଲାଞ୍ଜିଗଡ଼,୨୧ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri