Posted inଖେଳ

ଟାଇମ୍‌ ମାଗାଜିନର ୧୦୦ ପ୍ରଭାବଶାଳୀ ବ୍ୟକ୍ତି ତାଲିକାରେ ଦୂତୀ

ଭୁବନେଶ୍ୱର, ୧୪।୧୧(କ୍ରୀଡ଼ା ପ୍ରତିନିଧି)- ଟାଇମ୍‌ ମାଗାଜିନର ୧୦୦ ପ୍ରଭାବଶାଳୀ ବ୍ୟକ୍ତି ତାଲିକାରେ ସ୍ଥାନ ପାଇଛନ୍ତି ଭାରତର ସ୍ପ୍ରିଣ୍ଟ କୁଇନ୍‌ ଓଡ଼ିଶାର ଦୂତୀ ଚାନ୍ଦ। ବିଜ୍‌ନେଶ, ମନୋରଞ୍ଜନ, ସ୍ପୋଟର୍‌ସ, ରାଜନୀତି, ସ୍ବାସ୍ଥ୍ୟ ଓ ବିଜ୍ଞାନ କ୍ଷେତ୍ରରେ ସକ୍ରିୟଥିବା ବ୍ୟକ୍ତି ବିଶେଷଙ୍କୁ ନେଇ ଏହି ତାଲିକା ପ୍ରସ୍ତୁତ କରାଯାଇଛି। ୨୦୨୦ ଟୋକିଓ ଅଲିମ୍ପିକ୍ସ ପାଇଁ ପ୍ରସ୍ତୁତ ହେଉଥିବା ଦୂତୀ ୧୦୦ ମିଟର ଦୌଡ଼କୁ ୧୧.୨୨ ସେକେଣ୍ଡରେ ଅତିକ୍ରମ କରି ଜାତୀୟ ରେକର୍ଡର ଅଧିକାରୀ ଅଛନ୍ତି। ଭାରତର ପ୍ରଥମ ମହିଳା ସ୍ପ୍ରିଣ୍ଟରଭାବେ ସେ ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସର ୧୦୦ ମିଟର ରେସ୍‌ରେ ସ୍ବର୍ଣ୍ଣ ପଦକ ପାଇଥିଲେ। ହାଇପରଆଣ୍ଡ୍ରୋଜେନିଜମ୍‌ ନିୟମ ବିରୋଧରେ ଲଢ଼େଇ କରି ସେ ବିଜୟୀ ହୋଇଥିଲେ। ଏହା ବ୍ୟତୀତ ଭାରତର ପ୍ରଥମ ମହିଳା ଆଥଲେଟ୍‌ଭାବେ ସେ ସମଲିଙ୍ଗୀ ସମ୍ପର୍କରେଥିବା ପ୍ରକାଶ କରି ଚର୍ଚ୍ଚାର ପରିସରକୁ ଆସିଥିଲେ। ନିକଟରେ ଭୋଗ୍‌ ଇଣ୍ଡିଆ ମାଗାଜିନ ପକ୍ଷରୁ ତାଙ୍କୁ ‘ସ୍ପୋଟର୍‌ସ ପର୍ଶନ ଅଫ୍‌ ଦି ଇୟର’ ପୁରସ୍କାର ପ୍ରଦାନ କରାଯାଇଥିଲା। ଟାଇମ୍‌ ମାଗାଜିନର ୧୦୦ ପ୍ରଭାବଶାଳୀ ବ୍ୟକ୍ତି ତାଲିକାରେ ସ୍ଥାନ ପାଇଥିବାରୁ ଦୂତୀ ଟୁଇଟ୍‌ କରି ଖୁସି ଜାହିର କରିଛନ୍ତି। ଲୋକଙ୍କ ଅଧିକାର, ସମାନତା ଓ ସ୍ବାଭିମାନ ପାଇଁ ମୋର ଲଢ଼େଇ ଜାରି ରହିବ ବୋଲି ଦୂତୀ ପ୍ରକାଶ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଧମ୍ରେନ୍ଦ୍ର ପ୍ରଧାନ ଦୂତୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ଟାଇମ୍ ମାଗାଜିନ୍ ର ୧୦୦ ପ୍ରଭାବଶାଳୀ ବ୍ୟକ୍ତି ତାଲିକାରେ ଦୂତୀ

ଟାଇମ୍ ମାଗାଜିନ୍ ର ୧୦୦ ପ୍ରଭାବଶାଳୀ ବ୍ୟକ୍ତି ତାଲିକାରେ ସ୍ଥାନ ପାଇଛନ୍ତି ଭାରତର ସ୍ପ୍ରିଣ୍ଟ କୁଇନ୍ ଓଡିଶାର ଦୂତୀ ଚାନ୍ଦ। ବିଜନେଶ, ମନୋରଞ୍ଜନ, ସ୍ପୋର୍ଟସ୍,ରାଜନୀତି, ସ୍ବାସ୍ଥ୍ୟ ଓ ବିଜ୍ଞାନ କ୍ଷେତ୍ରରେ ସକ୍ରିୟ ଥିବା ବ୍ୟକ୍ତି ବିଶେଷଙ୍କୁ ନେଇ ଏହି ତାଲିକା ପ୍ରସ୍ତୁତ କରାଯାଇଛି । ଲୋକଙ୍କ ଅଧିକାର,ସମାନତା, ଓ ସ୍ବାଭିମାନ ପାଇଁ ମୋର ଲଢେଇ ଜାରି ରହିବ ବୋଲି ଦୂତୀ ପ୍ରକାଶ କରିଛନ୍ତି।#DuteeChand #SprintQueen #DharitriLive #SprinterDuteeChand #TimeMagazine #Time100Next #Sports #Sprinter #Athlete #Dharitri

Dharitri ಅವರಿಂದ ಈ ದಿನದಂದು ಪೋಸ್ಟ್ ಮಾಡಲಾಗಿದೆ ಗುರುವಾರ, ನವೆಂಬರ್ 14, 2019


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଆଇପିଏଲ୍‌ ପୂର୍ବରୁ ବିକ୍ରମ ରାଠୋର ରାଜସ୍ଥାନର ବ୍ୟାଟିଂ କୋଚ୍‌ ନିଯୁକ୍ତ: ଜାଣନ୍ତୁ ବିକ୍ରମ କିଏ…

ଜୟପୁର,୨୦ା୯: ରାଜସ୍ଥାନ ରୟାଲ୍ସ ଶୁକ୍ରବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ପୂର୍ବରୁ ପୂର୍ବତନ ଭାରତୀୟ ଓପନର ବିକ୍ରମ ରାଠୋରଙ୍କୁ ଦଳର ବ୍ୟାଟିଂ କୋଚ୍‌ ଭାବେ ନିଯୁକ୍ତି...

ଭାରତର ସମ୍ମାନ ରଖିଲେ ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତର ସମ୍ମାନ ରକ୍ଷା କରିଛନ୍ତି ରବିଚନ୍ଦ୍ରନ ଅଶ୍ୱିନ। ଭାରତ ୧୪୪ ରନ୍‌ରେ ୬ ଉଇକେଟ ହରାଇ...

୨୦ ବର୍ଷ କ୍ରିକେଟ୍‌ରୁ ବାସନ୍ଦ ହେଲେ ଏହି ଖେଳାଳି

ମେଲବୋର୍ନ, ୨୦ା୯: ଶ୍ରୀଲଙ୍କାର ପୂର୍ବତନ ଟେଷ୍ଟ କ୍ରିକେଟର ଦୁଲୀପ ସମରବୀରା ଅଷ୍ଟ୍ରେଲିଆରେ କୋଚିଂ ଦେବାରୁ ୨୦ବର୍ଷ ବାସନ୍ଦ ହୋଇଛନ୍ତି। ସେ ଭିକ୍ଟୋରିଆ ମହିଳା ଦଳର କୋଚ୍‌...

୧୪୭ ବର୍ଷ କ୍ରିକେଟ୍‌ ଇତିହାସରେ ପ୍ରଥମ ଖେଳାଳି ଭାବେ ଏମିତି ରେକର୍ଡ କଲେ ଆର୍‌. ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ରବିଚନ୍ଦ୍ରନ ଅଶ୍ୱିନ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ମ୍ୟାଚ୍‌ର ପ୍ରଥମ ଦିନରେ...

୧୧୯ ବର୍ଷ ପୂର୍ବେ କରିଥିଲେ ଡେବ୍ୟୁ, ୨୯ ବର୍ଷ ଖେଳି ହାସଲ କଲେ ୧୯୯ ଶତକ: ତାଙ୍କ ଆଖପାଖରେ ନାହାନ୍ତି ସଚିନ-କୋହଲି

ନୂଆଦିଲ୍ଲୀ,୧୯।୯: କ୍ରିକେଟରେ ଶତକ ସ୍କୋର କରିବା ଏକ ବଡ଼ ସଫଳତା। ୧୦୦ ରନ ପୂରଣ କରିବାକୁ ଜଣେ ବ୍ୟାଟ୍ସମ୍ୟାନଙ୍କୁ ଅନେକ ଘଣ୍ଟା ପାଇଁ କ୍ରିଜରେ ରହିବାକୁ...

ପଡିଆରେ ଏହି ମନ୍ତ୍ର ଜପ କରନ୍ତି ବିରାଟ କୋହଲି, ଆଉ ଗୌତମ ଗମ୍ଭୀର…

ନୂଆଦିଲ୍ଳୀ,୧୯ା୯(ପି.ଟି.): ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ସାକ୍ଷାତକାର ଅବସରରେ ଉଭୟଙ୍କ ଆଧ୍ୟାତ୍ମିକତାର ରୁଚି ସାମ୍ନାକୁ ଆସିଛି।...

ଗମ୍ଭୀର-ବିରାଟ ବିବାଦ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ

ଚେନ୍ନାଇ,୧୯ା୯(ପି.ଟି.):ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ମଧ୍ୟରେ ପଡିଆ ବାହାରେ ବିବାଦକୁ ନେଇ ସର୍ବଦା ଖବର ଦେଖିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri