Posted inଜାତୀୟ

ଟିଏମ୍‌ସି ନେତାଙ୍କୁ ହତ୍ୟା

କୋଲକାତା,୬ା୬: ଉତ୍ତର କୋଲକାତାର ନିମଟାଠାରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ଜଣେ ନେତାଙ୍କୁ ଗୁଳିକରି ହତ୍ୟା କରାଯାଇଛି। ଏହି ଦୃଶ୍ୟ ସିସିଟିଭିରେ କଏଦ ହୋଇଛି। ହତ୍ୟାକାଣ୍ଡ ଲାଗି ଭାଜପା ଓ ଟିଏମ୍‌ସି ପରସ୍ପରକୁ ଦୋଷ ଦେଇଛନ୍ତି।
ମଙ୍ଗଳବାର ରାତି ସାଢ଼େ ୭ଟା ବେଳେ ଟିଏମ୍‌ସି ନେତା ନିର୍ମଳ କୁଣ୍ଡୁ ଏକ ଚା’ ଦୋକାନ ନିକଟରେ ସ୍ଥାନୀୟ ଲୋକମାନଙ୍କ ସହ କଥା ହେଉଥିବାବେଳେ ଦୁଇ ଅଜଣା ଲୋକ ଏକ ବାଇକରେ ଆସି ତାଙ୍କୁ ଲକ୍ଷ୍ୟ କରି ଦୁଇ ରାଉଣ୍ଡ ଗୁଳି ଚଳାଇଥିଲେ। କୁଣ୍ଡୁଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲ ନିଆଯାଉଥିବାବେଳେ ବାଟରେ ତାଙ୍କର ମୃତ୍ୟୁ ହୋଇଥିଲା। ଉତ୍ତର ଦମଦମ୍‌ ପୌରାଞ୍ଚଳର ୬ ନମ୍ବର ଓ୍ବାର୍ଡରେ ଟିଏମ୍‌ସିର ମୁଖ୍ୟ ଥିବା କୁଣ୍ଡୁଙ୍କୁ ଭାଜପା ହତ୍ୟା କରିଥିବା ଦଳ ପକ୍ଷରୁ ଅଭିଯୋଗ ହୋଇଛି। ଅନ୍ୟପକ୍ଷରେ ପଶ୍ଚିମବଙ୍ଗ ଭାଜପା ସଭାପତି ଦିଲୀପ ଘୋଷ ଉକ୍ତ ଅଭିଯୋଗକୁ ଖଣ୍ଡନ କରି ଟିଏମ୍‌ସିରେ ଗୋଷ୍ଠୀ ବିବାଦରୁ ଏଭଳି ହତ୍ୟାକାଣ୍ଡ ହୋଇଥିବା କହିଛନ୍ତି। ଜଣେ ଅଭିଯୁକ୍ତଙ୍କ ଘରକୁ ଲୋକେ ଭଙ୍ଗାରୁଜା କରିଛନ୍ତି। ପୋଲିସ କେତେକଙ୍କୁ ଅଟକ ରଖି ପଚରାଉଚରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ନବରାତ୍ରିରେ ସରକାରୀ ବଙ୍ଗଳା ଛାଡ଼ିବେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୨ା୯: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ନବରାତ୍ରି ପାର୍ବଣ ବେଳେ ସରକାର ବଙ୍ଗଳା ଖାଲି କରିବେ ବୋଲି ରବିବାର ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୧୩ରେ...

କ୍ୱାଡ୍‌ ସମ୍ମିଳନୀରେ ମୋଦିଙ୍କ ବଡ଼ ସହାୟତା ଘୋଷଣା

ଓ୍ବିଲ୍‌ମିଙ୍ଗଟନ୍‌,୨୨ା୯: ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ସର୍ଭିକାଲ କ୍ୟାନ୍‌ସର ମୁକାବିଲାକୁ ସୁଦୃଢ଼ କରିବା ପାଇଁ ଭାରତ ୭.୫ ନିୟୁତ ଡଲାର ଯୋଗାଇଦେବ ବୋଲି ପ୍ରତିଶ୍ରୁତି ଦେଇଛି। ରୋଗର...

ଉଦୟଭାନୁ ହେଲେ ଯୁବକଂଗ୍ରେସ ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୨ା୯ : କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ରବିବାର ଉଦୟଭାନୁ ଚିବ୍‌ଙ୍କୁ ଭାରତୀୟ ଯୁବ କଂଗ୍ରେସ (ଆଇଓ୍ବାଇସି)ର ନୂତନ ଅଧ୍ୟକ୍ଷ ନିଯୁକ୍ତ କରିଛନ୍ତି। ସେ ଯୁବକଂଗ୍ରେସର...

କୋଲକାତା ବଳାତ୍କାର-ହତ୍ୟା ଘଟଣା: ସାମ୍ନାକୁ ଆସିଲା ଆଉ ଏକ କଳାଧନ୍ଦା!

କୋଲକାତା,୨୨।୯: ଅଭୟା ନାଁ ଦିଆଯାଇଥିବା ଜଣେ ଟ୍ରେନି ମହିଳା ଡାକ୍ତରଙ୍କ ମୃତଦେହ କୋଲକାତାର ଆର.ଜି କର ମେଡିକାଲରେ ମିଳିଥିଲା। ଯାହକେ ନେଇ ସାରା ଦେଶରେ ଲାଗି...

ସାର୍ଟିଫିକେଟ ପାଇଁ ବାହାରିଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୨।୯: ଫେବୃଆରୀ ବଦଳରେ ନଭେମ୍ବରରେ ଦିଲ୍ଲୀରେ ବିଧାନସଭା ନିର୍ବାଚନ ହେବ କି ବୋଲି ଏବେ ପ୍ରଶ୍ନ ଉଠିଛି। ଆଜିକାଲି ଜାତୀୟ ରାଜଧାନୀର ରାଜନୈତିକ ପରିବେଶରେ ଏହା...

ନିର୍ବାଚନ ପୂର୍ବରୁ ସୁପ୍ରିମକୋର୍ଟଙ୍କ ନିକଟରେ ବଡ ଦାବି ରଖିଲା ଶରଦ ପାଓ୍ବାରଙ୍କ ଦଳ

ମୁମ୍ବାଇ,୨୨।୯: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଅଜିତ ପାୱାର ଦଳ ପାଇଁ ନିର୍ବାଚନ ଆୟୋଗଙ୍କ ଠାରୁ ଏନସିପି ଶରଦ ଦଳ ଏକ ବଡ ଦାବି କରିଛନ୍ତି।...

ଖୁସି ଖବର: ନୀତୀଶ ଦେବେ ବଡ ଉପହାର

ପାଟନା,୨୨।୯: ବିହାରର ଯୁବବର୍ଗଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ଅଛି । ବିହାର ସରକାରଙ୍କ ପୋଲିସ ବିଭାଗରେ ସେବା କରିବାକୁ ଚାହୁଁଥିବା ଯୁବକମାନେ...

କଂଗ୍ରେସରେ କାଷ୍ଟିଂ କାଉଚ! ଚେହେରା ଦେଖି ଦିଆଯାଉଛି ଟିକେଟ, ମହିଳା ନେତାଙ୍କ ଅଭିଯୋଗ ପରେ ବଢୁଛି ଉତ୍ତେଜନା

ନୂଆଦିଲ୍ଲୀ,୨୨।୯: ହରିୟାଣା ନିର୍ବାଚନରେ କଂଗ୍ରେସ ଚେହେରା ଆଧାରରେ ଟିକେଟ ବଣ୍ଟନ କରିଥିବା ଅଭିଯୋଗ ହୋଇଛି ଏବଂ ଏହି ଅଭିଯୋଗ ନିଜେ ଦଳର ମହିଳା ନେତାଙ୍କ ବ୍ୟତୀତ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri