Posted inଖେଳ

ଟି୨୦ ସିରିଜ: ଭାରତର କ୍ଲିନ୍‌ ସୁଇପ୍‌

ଗୁୟାନା, ୭।୮(ପି.ଟି.)- ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ବିଜୟୀ ହୋଇଛି। ସ୍ଥାନୀୟ ପ୍ରୋଭିଡେନ୍ସ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ୫ଟି ବଲ୍‌ ବାକି ଥାଇ ୭ ଉଇକେଟରେ ଓ୍ବେଷ୍ଟଇଣ୍ଡିଜକୁ ହରାଇଛି। ଏଥିସହ ଭାରତ ୩-୦ରେ ସିରିଜ କ୍ଲିନ୍‌ ସୁଇପ୍‌ କରିଛି। ଟସ୍‌ ଜିତି ଭାରତ ଫିଲ୍ଡିଂ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି ଘରୋଇ ଦଳ ୨୦ ଓଭରରେ ୬ ଉଇକେଟ ହରାଇ ୧୪୬ ରନ ସଂଗ୍ରହ କରିଥିଲା। ଜବାବରେ ଭାରତ ୧୯.୧ ଓଭରରେ ୩ ଉଇକେଟ ହରାଇ ୧୫୦ ରନ କରି ବିଜୟ ହାସଲ କରିଥିଲା। ଅଧିନାୟକ ବିରାଟ କୋହଲି ଓ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଅର୍ଦ୍ଧଶତକ ହାସଲ କରି ଦଳକୁ ଜିତାଇଥିଲେ। ମାତ୍ର ୪ ରନ ଦେଇ ୩ ଉଇକେଟ ଅକ୍ତିଆର କରିଥିବା ଦ୍ରୁତ ବୋଲର ଦୀପକ ଚହର ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ଓ ଅଲରାଉଣ୍ଡର କ୍ରୁନାଲ ପାଣ୍ଡ୍ୟା ମ୍ୟାନ୍‌ ଅଫ୍‌ ଦି ସିରିଜ ବିବେଚିତ ହୋଇଛନ୍ତି।
୧୪୭ ରନ ଚ୍ୟାଲେଞ୍ଜିଂ ଟାର୍ଗେଟର ପିଛା କରି ଭାରତ ଅଭିଜ୍ଞ ଓପନର ଶିଖର ଧାଓ୍ବନଙ୍କୁ ହରାଇ ପ୍ରାରମ୍ଭିକ ଝଟ୍‌କା ଖାଇଥିଲା। ୩ ରନକରି ଥିବାବେଳେ ଧାଓ୍ବନ ଫାଇନଲେଗ୍‌ରେ ସେଲଡନ କଟ୍ରେଲଙ୍କୁ କ୍ୟାଚ୍‌ ଦେଇ ଓସେନ ଥୋମାସଙ୍କ ଶିକାର ହୋଇଥିଲେ। ଅନ୍ୟତମ ଓପନର ଲୋକେଶ ରାହୁଲ ୧୮ ବଲରୁ ୨ ଚୌକା ଓ ୧ ଛକା ସହ ୨୦ ରନକରି ଫାବିଆନ ଆଲେନଙ୍କ ବଲ୍‌ରେ ଉଇକେଟକିପର ନିକୋଲାସ ପୁରନଙ୍କୁ କ୍ୟାଚ ଦେଇ ପ୍ୟାଭିଲିୟନ ଫେରିଥିଲେ। ଏହାପରେ ତୃତୀୟ ଉଇକେଟରେ କୋହଲି ଓ ପନ୍ତ ୭୭ ବଲରୁ ୧୦୬ ରନକରି ଦଳକୁ ବିଜୟ ଦ୍ୱାରରେ ପହଞ୍ଚାଇଥିଲେ। ତେବେ କୋହଲି ୪୫ ବଲରୁ ୬ ଚୌକା ସହ ୫୯ ରନର ଅର୍ଦ୍ଧଶତକୀୟ ପାଳି ଖେଳି ଥୋମାସଙ୍କ ବଲ୍‌ରେ ପଏଣ୍ଟରେ ଲୁଇସ୍‌ଙ୍କୁ ସିଧା କ୍ୟାଚ୍‌ ଦେଇ ପ୍ୟାଭିଲିୟନ ଫେରିଥିଲେ। ପନ୍ତ ଚମତ୍କାର ବ୍ୟାଟିଂ କରି ୪୨ଟି ବଲ ଖେଳି ୪ ଚୌକା ଓ ୪ ଛକା ସହ ୬୫ ରନ କରି ଅପରାଜିତ ରହିଥିଲେ ଓ ଛକା ମାରି ଦଳକୁ ଜିତାଇଥିଲେ। ମନୀଷ ପାଣ୍ଡେ ୨ ରନ କରି ଅପରାଜିତ ରହିଥିଲେ। ବୋଲିଂରେ ଓ୍ବେଷ୍ଟଇଣ୍ଡିଜ୍‌ ତରଫରୁ ଥୋମାସ ୨ ଓ ଆଲେନ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଓ୍ବେଷ୍ଟଇଣ୍ଡିଜ ମାତ୍ର ୧୪ ରନରେ ୩ ଉଇକେଟ ହରାଇଥିଲା। ୨୬ ବର୍ଷୀୟ ଦ୍ରୁତ ବୋଲର ଦୀପକ ଚହର ପ୍ରଥମ ୩ଟି ଯାକ ଉଇକେଟ ଅକ୍ତିଆର କରି ଘରୋଇ ଦଳର ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟ ଘଟାଇଥିଲେ। ସୁନୀଲ ନାରିନ ୨ ରନ କରି ଦୀପକଙ୍କ ବଲ୍‌ରେ ନବଦୀପ ସଇନିଙ୍କୁ ମିଡ୍‌ଅନ୍‌ରେ କ୍ୟାଚ୍‌ ଦେଇଥିଲେ। ଏହାପରେ ଇଭିନ ଲୁଇସ୍‌ ୧୦ ଓ ଶିମରନ ହେଟମେୟର ୧ ରନ କରି ଦୀପକଙ୍କ ଦ୍ୱାର ଏଲ୍‌ବିଡବ୍ଲ୍ୟୁ ହୋଇଥିଲେ। ଚତୁର୍ଥ ଉଇକେଟରେ କିରନ ପୋଲାର୍ଡ ଓ ନିକୋଲାସ ପୁରନ ୫୬ ବଲ୍‌ରୁ ୬୬ ରନକରି ସ୍ଥିତି ସମ୍ଭାଳିବାକୁ ପ୍ରୟାସ କରିଥିଲେ। ପୁରନ ୨୩ ବଲରୁ ଗୋଟିଏ ଲେଖାଏ ଚୌକା ଓ ଛକା ବଳରେ ୧୭ ରନକରି ସଇନିଙ୍କ ବଲ୍‌ରେ ଉଇକେଟକିପର ରିଷଭ ପନ୍ତଙ୍କୁ କ୍ୟାଚ୍‌ ଦେଇଥିଲେ। ପୋଲାର୍ଡ ୪୫ ବଲରୁ ୧ ଚୌକା ଓ ୬ ଛକା ୫୮ ରନ କରିଥିବା ବେଳେ ସଇନିଙ୍କ ଦ୍ୱାରା କ୍ଲିନ୍‌ ବୋଲ୍ଡ ହୋଇଥିଲେ। ଅଧିନାୟକ କାର୍ଲୋସ ବ୍ରାଥଓ୍ବେଟ୍‌ ଦ୍ରୁତ ଗତିରେ ରନ୍‌ କରିବାକୁ ଯାଇ ଗୋଟିଏ ଛକା ସହ ୧୦ ରନକରି ପଦାର୍ପଣ କରିଥିବା ଲେଗ୍‌ ସ୍ପିନର ରାହୁଲ ଚହରଙ୍କ ବଲ୍‌ରେ ଲଙ୍ଗଅନ୍‌ରେ ଓ୍ବାଶିଂଟନ ସୁନ୍ଦରଙ୍କୁ କ୍ୟାଚ୍‌ ଦେଇଥିଲେ। ଶେଷରେ ସପ୍ତମ ଉଇକେଟରେ ୧୬ଟି ବଲରୁ ଫାବିଆନ ଆଲେନ ଓ ରୋଭମ୍ୟାନ ପାଓ୍ବେଲ ୧୬ଟି ବଲ ଖେଳି ଅପରାଜିତ ୨୭ ରନ କରି ୫ଦଳକୁ ସମ୍ମାନଜନକ ସ୍କୋର ପ୍ରଦାନ କରିଥିଲେ। ପାଓ୍ବେଲ୍‌ ୨୦ ବଲରୁ ୧ ଚୌକା ଓ ୨ ଛକା ସହ ୩୨ ଓ ଆଲେନ ୫ ବଲ୍‌ରୁ ୧ ଛକା ସହ ୮ ରନକରି ଅପରାଜିତ ରହିଥିଲେ। ବୋଲିଂରେ ଭାରତ ତରଫରୁ ଦୀପକ ସର୍ବାଧିକ ୩, ସଇନି ୨, ରାହୁଲ ଚହର ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ଭାରତୀୟ ଦଳରେ ୩ଟି ପରିବର୍ତ୍ତନ କରାଯାଇଥିଲା। ତାରକା ଓପନର ରୋହିତ୍‌ ଶର୍ମାଙ୍କୁ ବିଶ୍ରାମ ଦିଆଯାଇଥିଲା। ତାଙ୍କ ସ୍ଥାନରେ ଲୋକେଶ ରାହୁଲ ଦଳରେ ସ୍ଥାନ ପାଇଥିଲେ। ୨୦ ବର୍ଷୀୟ ଲେଗ୍‌ ସ୍ପିନର ରାହୁଲ ଚହର ପଦାର୍ପଣ କରିଥିବା ବେଳେ ତାଙ୍କ ସମ୍ପର୍କୀୟ ଭାଇ ତଥା ଦ୍ରୁତ ବୋଲର ଦୀପକ ଚହର ମଧ୍ୟ ଦଳରେ ସାମିଲ ହୋଇଥିଲେ। ରବୀନ୍ଦ୍ର ଜାଡେଜା ଓ ଯୁବ ଦ୍ରୁତ ବୋଲର ଖଲିଲ ଅହମ୍ମଦଙ୍କୁ ବାଦ୍‌ ଦିଅଯାଇଥିଲା। ଜାଡେଜାଙ୍କ ବଦଳରେ ରାହୁଲ ଚହର ଓ ଖଲିଲଙ୍କ ବଦଳରେ ଦୀପକଙ୍କୁ ସୁଯୋଗ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କଳିକେଶ ଜାତୀୟ ରାଇଫଲ ଆସୋସିଏଶନ ସଭାପତି ଭାବେ ନିର୍ବାଚିତ

ନୂଆଦିଲ୍ଲୀ,୨୧ା୯: କଳିକେଶ ନାରାୟଣ ସିଂଦେଓ ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏନ୍‌ଆରଏଆଇ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସ୍ଥାନୀୟ କନଷ୍ଟିଚ୍ୟୁଶନ କ୍ଲବ ଅଫ୍‌ ଇଣ୍ଡିଆଠାରେ...

ଗିଲ୍‌ଙ୍କ ଚମତ୍କାର ଶତକ: ବାଂଲାଦେଶକୁ ବିଶାଳ ଟାର୍ଗେଟ୍‌

ଚେନ୍ନାଇ,୨୧।୯: ବାଂଲାଦେଶ ବିପକ୍ଷରେ ୨୮୭/୪ ସ୍କୋରରେ ଭାରତ ଦ୍ୱିତୀୟ ଇନିଂସ ଘୋଷଣା କରିଛି। ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ୩୭୬ ରନ ସଂଗ୍ରହ କରିଥିଲା। ଏଥି...

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

୬୩୭ ଦିନ ପରେ ଟେଷ୍ଟରେ କମାଲ୍‌ କଲେ ପନ୍ତ

ଚେନ୍ନାଇ,୨୧।୯: ଟିମ ଇଣ୍ଡିଆର ତାରକା ଉଇକେଟ କିପର-ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ଟେଷ୍ଟ କ୍ରିକେଟ ପ୍ରତ୍ୟାବର୍ତ୍ତନ ଦୃଢ ଼ ପ୍ରମାଣିତ ହେଉଛି। ଦେଢ ବର୍ଷରୁ ଅଧିକ ସମୟ...

ପାଟିରେ କଳାଫିତା କାମୁଡି ବ୍ୟାଟିଂ କଲେ ବାଂଲାଦେଶ ବ୍ୟାଟ୍ସମ୍ୟାନ୍‌: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୧।୯: ଚେନ୍ନାଇ ଟେଷ୍ଟର ଦ୍ୱିତୀୟ ଦିନରେ ବାଂଲାଦେଶ ଅଲରାଉଣ୍ଡର ଶାକିବ ଅଲ ହାସନ ପାଟିରେ ଏକ କଳାଫିତା କାମୁଡି ବ୍ୟାଟିଂ କରିବାକୁ ବାହାରିଥିଲେ। ଶାକିବଙ୍କ ଭିଡିଓ...

୫୧ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଲେ ଯଶସ୍ବୀ ଜୟସ୍ବାଲ: ଗାଭାସ୍କରଙ୍କୁ ପଛରେ ପକାଇଲେ

ଚେନ୍ନାଇ,୨୧।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ଏକ ରୋମାଞ୍ଚକର ମୋଡ଼ରେ ପହଞ୍ଚିଛି। ଦୁଇ ଦିନ ମଧ୍ୟରେ ଦୁଇଟି ଇନିଂସ ଶେଷ ହୋଇଛି।...

ଦକ୍ଷିଣ ଆଫ୍ରିକାକୁ ଧୂଳିଚଟାଇ ଇତିହାସ ରଚିଲା ଆଫଗାନିସ୍ତାନ

ନୂଆଦିଲ୍ଲୀ,୨୧।୯: ଆଫଗାନିସ୍ତାନ ଇତିହାସ ସୃଷ୍ଟି କରିଛି। ଦିନିକିଆ ସିରିଜରେ ଆଫଗାନିସ୍ତାନ ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛନ୍ତି। ଆଫଗାନିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା...

ଭାରତ ୩୦୮ ରନ୍‌ରେ ଆଗୁଆ

ଚେନ୍ନାଇ,୨୧ା୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ପେସ୍‌ ବୋଲର ଚମତ୍କାର ବୋଲିଂ କରିଥିବା ବେଳେ ଦ୍ୱିତୀୟ ଦିନର ଷ୍ଟମ୍ପ ଅପସାରଣ ବେଳକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri