ଟ୍ରେନ ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି, ଧାରଣା କ୍ଷତିଗ୍ରସ୍ତ: ୬ଘଣ୍ଟା ଯାତାୟାତ ବାଧାପ୍ରାପ୍ତ

ଓଡ଼ାପଡ଼ା, ୨୪।୪(ଡି.ଏନ.ଏ)- ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ବାଙ୍ଗୁରସିଂହ ରେଳଫାଟକ ନିକଟରେ ମଙ୍ଗଳବାର ପୂର୍ବାହ୍ନ ପ୍ରାୟ ସାଢ଼େ ୧୦ଟାରେ ଏକ କୋଇଲା ବୋଝେଇ ମାଲବାହୀ ଟ୍ରେନ୍‌ ଇଞ୍ଜିନ୍‌ରେ ଯାନ୍ତ୍ରିକ ତ୍ରୁଟି କାରଣରୁ ରେଳଧାରଣା କ୍ଷତିଗ୍ରସ୍ତ ହୋଇଛି। ଏହାକୁ ନେଇ ଦୀର୍ଘ ୬ଘଣ୍ଟା ଧରି ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ମଙ୍ଗଳବାର ଭୋଟ ପାଇଁ ଅଧିକାଂଶ ଯାନବାହନ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଥିଲେ। ଯାତ୍ରୀମାନେ ଗନ୍ତବ୍ୟସ୍ଥଳକୁ ଯିବାକୁ ଟ୍ରେନ୍‌ ଉପରେ ନିର୍ଭର କରିଥିଲେ। ହେଲେ ଦୀର୍ଘସମୟ ଟ୍ରେନ୍‌ ଅଟକି ରହିବା କାରଣରୁ ସେମାନଙ୍କୁ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ  ହେବାକୁ ପଡ଼ିଥିଲା।

ତାଳଚେର-ଭୁବନେଶ୍ୱର ଅପ୍‌ଲାଇନ୍‌ରେ ଯାଉଥିବା ଉକ୍ତ କୋଇଲା ବୋଝେଇ ଟ୍ରେନ୍‌ର ଗୋଟିଏ ଇଞ୍ଜିନ୍‌ରେ କୌଣସି କାରଣରୁ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଥିଲା। ଟ୍ରେନ୍‌ଟି ଓ୍ବାଗନଗୁଡ଼ିକୁ ଟାଣିପାରିଲାନାହିଁ। ଚାଳକ ଟ୍ରେନ୍‌କୁ ଆଗକୁ ନେବାକୁ ଯଥାସାଧ୍ୟ ଉଦ୍ୟମ କରି ମଧ୍ୟ ବିଫଳ ହୋଇଥିଲେ। ଏପଟେ ଟ୍ରାକ୍‌ ଉପରେ ରେଳ ଇଞ୍ଜିନ ଚକାଗୁଡ଼ିକ କ୍ଷୀପ୍ରଗତିରେ ଘୂରିବା ଫଳରେ ଧାରଣାର ୧୨ଟି ସ୍ଥାନ ଅତିମାତ୍ରାରେ କ୍ଷତିଗ୍ରସ୍ତ ହୋଇଥିଲା। ମାଲବାହୀ ଟ୍ରେନ୍‌ ଅଟକି ରହିବା କାରଣରୁ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ରେଲଓ୍ବେ କର୍ତ୍ତୃପକ୍ଷ ଏ ସମ୍ପର୍କରେ ଅବଗତ ହେବାପରେ ରେଳଧାରଣା ମରାମତି ଆରମ୍ଭ ହୋଇଥିଲା। ମରାମତି ସମୟରେ ମୋଟ ୧୨ଟି ଲୁହାଧାରଣା ବଦଳାଯାଇଛି। ଟ୍ରେନ୍‌ ଚଳାଚଳ ସ୍ବାଭାବିକ କରିବାକୁ କେତେକ ଏକ୍ପପ୍ରେସ ଏବଂ ସୁପରଫାଷ୍ଟ ଟ୍ରେନ୍‌କୁ ଡାଉନ୍‌ ଟ୍ରାକ୍‌ରେ ଛଡ଼ାଯାଇଥିଲା। ସନ୍ଧ୍ୟା ୬ଟାରେ ଉକ୍ତ କାର୍ଯ୍ୟ ଶେଷ ହେବାପରେ ଟ୍ରେନ୍‌ ଚଳାଚଳ ସ୍ବାଭାବିକ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ ( ୮ ଅଗଷ୍ଟ, ୨୦୨୪)

ଭୁବନେଶ୍ୱର ଉପକୂଳ ଅଞ୍ଚଳରେ ବର୍ଷା ହେବାପରେ ଚାଷୀମାନେ ଧାନ ଚାରା ରୋପଣ କରୁଛନ୍ତି

୩ ଦିନ ପରେ କୂଅରୁ ଉଦ୍ଧାର ହେଲା ଗାଈ, ଏହି ଦାବି କଲେ ସ୍ଥାନୀୟ ବାସିନ୍ଦା

ଦାରିଙ୍ଗବାଡି, ୮/୬ (ଅରୁଣ ସାହୁ ): କଥାରେ ଅଛି “ରଖେ ହରି ତ ମାରେ କିଏ”। ଏଭଳି ଉକ୍ତିକୁ ନେଇ ଅନେକ ସମୟରେ ଉଦାହରଣ ଦେଖିବାକୁ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ପରୀକ୍ଷା ହଲ୍‌ରେ କପି ଦେଲେ ମହିଳା ହୋମଗାର୍ଡ, ସହଯୋଗ କରି ନିଲମ୍ବିତ ହେଲେ ଶିକ୍ଷୟିତ୍ରୀ

କଟକ,୨୬ା୨ (କାର୍ତ୍ତିକ ସାହୁ): ମାଟ୍ରିକ ପରୀକ୍ଷା ହଲ୍‌ରେ ଦାୟିତ୍ୱ ଠିକ ଭାବେ ତୁଲାଇ ନ ଥିବାରୁ ନରସିଂହପୁର ବ୍ଲକ ଅନ୍ତର୍ଗତ ପତଣ୍ଡାସ୍ଥିତ ଶଙ୍କର୍ଷଣ ବିଦ୍ୟାପୀଠର ଶିକ୍ଷୟିତ୍ରୀ...

ମାଟି ତଳେ ପୋତା ଛୁଆକୁ ଜଗିଛି ମା’ ହାତୀ

ଯୋଡ଼ା(ମାନସ ମହାନ୍ତି)/କେନ୍ଦୁଝର(ନରେଶ ଚନ୍ଦ୍ର ପଟ୍ଟନାୟକ),୬ା୨:ଜଙ୍ଗଲରୁ ଜନପଦ, ସ୍ନେହରେ ବନ୍ଧା ଏ ଜଗତ। ମଣିଷ ହେଉ ବା ବନ୍ୟପ୍ରାଣୀ ନିଜ ସନ୍ତାନ ପ୍ରତି ସ୍ନେହ ସମସ୍ତଙ୍କର ରହିଛି।...

ମାଲିକାନା ପରିବର୍ତ୍ତନକୁ ନେଇ ବ୍ୟବସାୟୀଙ୍କ ଗଳା କାଟିଦେଲେ ଅଭିଯୁକ୍ତ

ଉଦଳା,୨୫ା୧୧(ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ସମୀବୃକ୍ଷ ପର୍ଯ୍ୟଟନସ୍ଥଳୀ ନିକଟରେ ବ୍ୟବସାୟୀ ଚିତ୍ତରଞ୍ଜନ ବେହେରାଙ୍କ ହତ୍ୟା ଘଟଣାର ପର୍ଦ୍ଦାଫାସ କରିଛି ପୋଲିସ।...

ବାଣ ଫୁଟାଇ ପାପୁଲି ହରାଇଲେ ୨: ୯ ଆହତ

ଭଦ୍ରକ/ତିହିଡ଼ି,୧୩ା୧୧(ସନାତନ ରାଉତ/ସଞ୍ଜିତ ବଳ)-ଦୀପାବଳିରେ ବାଣ ଫୁଟାଇବା ବେଳେ ଭଦ୍ରକ ଜିଲାର ବିଭିନ୍ନ ସ୍ଥାନରେ ବିସ୍ଫୋରଣରେ ୨ଜଣ ପାପୁଲି ହରାଇଥିବା ବେଳେ ୯ଜଣ ଆହତ ହୋଇଛନ୍ତି। ସେହିପରି...

୨୦ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ, ବିଗିଡ଼ିପାରେ ପୂଜା ମାହୋଲ!

ଭୁବନେଶ୍ୱର, ୧୭।୧୦: ଚଳିତ ସପ୍ତାହ ଶେଷ ଆଡକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଏନେଇ ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଦକ୍ଷିଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri