ଥଇଥାନ ପାଇଁ ଜିଲାପାଳଙ୍କୁ ଭେଟିଲେ ବ୍ୟବସାୟୀ

ଭଦ୍ରକ ଅଫିସ, ୪।୭ – ଭଦ୍ରକ ସହରରୁ ଜବରଦଖଲ ଉଚ୍ଛେଦ ପରେ ରୋଜଗାର ହରାଇଥିବା ଦୋକାନୀମାନଙ୍କୁ ଥଇଥାନ ଦାବିରେ ସିପିଆଇ(ଏମ୍‌)ର ଜିଲା କମିଟି ବୁଧବାର ଜିଲାପାଳଙ୍କୁ ଭେଟିଥିଲା। କମିଟି ନେତୃତ୍ୱରେ ଶତାଧିକ ବ୍ୟବସାୟୀ ଏକତ୍ର ହୋଇ ଶୋଭାଯାତ୍ରାରେ ଯାଇ ଜିଲାପାଳ ଜ୍ଞାନରଞ୍ଜନ ଦାସଙ୍କୁ ଭେଟି ସେମାନଙ୍କୁ ତୁରନ୍ତ ଥଇଥାନ କରାଯିବାକୁ ଦାବି ଜଣାଇଥିଲେ। ଜିଲାପାଳ ଦାସ ସେମାନଙ୍କ ସହ ଆଲୋଚନା କରିଥିଲେ। ସର୍ବଦଳୀୟ ତଥା ବ୍ୟବସାୟୀ ସଂଘ ପ୍ରତିନିଧିଙ୍କ ସହ ବୈଠକ କରି ଆଲୋଚନା ପରେ ସେମାନଙ୍କୁ ଥଇଥାନ କରାଯିବ ବୋଲି ଜିଲାପାଳ ପ୍ରତିଶ୍ରୁତି ଦେଇଛନ୍ତି। ସହରକୁ ସରସ, ସୁନ୍ଦର କରିବା ପାଇଁ ରାସ୍ତା ପ୍ରଶସ୍ତିକରଣ ଏବଂ ଡ୍ରେନେଜ ପୁନଃ ନିର୍ମାଣ ସକାଶେ ସରକାରୀ ଜାଗାରେ ଥିବା ଦୋକାନ ଜବରଦଖଲମୁକ୍ତ ନିଶ୍ଚୟ କରାଯିବ ବୋଲି ଜିଲାପାଳ କହିଥିଲେ। ବ୍ୟବସାୟୀମାନେ ମଧ୍ୟ ଏହାକୁ ସମର୍ଥନ କରିଥିଲେ। ବ୍ୟବସାୟୀଙ୍କ ପ୍ରସ୍ତାବ ମୁତାବକ ପୁରୁଣା ବସ୍‌ଷ୍ଟାଣ୍ଡ, ବନ୍ତ ଛକରେ ଥିବା ମତ୍ସ୍ୟ ବିଭାଗ କାର୍ଯ୍ୟାଳୟ ନିକଟ, ଉପଜିଲାପାଳଙ୍କ ବାସସ୍ଥାନରେ ଥିବା ଖାଲି ଜାଗା ଏବଂ ବାଲଗୋପାଳ ମନ୍ଦିର ପଛପାଖ ଜାଗାରେ ମାର୍କେଟ୍‌ କମ୍ପ୍ଲେକ୍ସ ନିର୍ମାଣ କରି ବିସ୍ଥାପିତଙ୍କୁ ଥଇଥାନ କରାଯିବା ନେଇ ଏକ ସ୍ମାରକପତ୍ର ଜିଲାପାଳଙ୍କୁ ପ୍ରଦାନ କରାଯାଇଛି। କମିଟିର ଜିଲା ସମ୍ପାଦକ ଦିବ୍ୟସିଂହ ନାୟକ, ଆଞ୍ଚଳିକ କମିଟି ସମ୍ପାଦକ ରାଧା ଦାସ, ପ୍ରଫୁଲ୍ଲ ପାଢ଼ୀ, ଚନ୍ଦ୍ରଶେଖର ନାୟକ ଓ ବିନୋଦ ସାହୁ ପ୍ରମୁଖ ନେତୃତ୍ୱ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ମିଳିଥିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍: ବନ୍ଧାହେଲେ କୁବେର ଯନ୍ତ୍ରୀ

ବାଲେଶ୍ୱର,୨୧।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଏନ୍‌ଭି ହରିହର ରାଓଙ୍କୁ ବାନ୍ଧିଲା ପୋଲିସ। ଆୟ ବର୍ହିଭୂତ ସଂପତ୍ତି ଠୁଳ ମାମଲାରେ ତାଙ୍କଚ ଭିଜିଲାନ୍ସ...

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯(ବାଞ୍ଛାନିଧି ଦେ): ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ...

ସୁବର୍ଣ୍ଣରେଖାରେ ବନ୍ୟା

ଭୋଗରାଇ(ପ୍ରଦୀପ ଦାସ)/ ବାଲିଆପାଳ (ଗୋପାଳ ଚନ୍ଦ୍ର ସାହୁ)/କାଳିପଦା(ରାଜଶ୍ରୀ ପାଣିଗ୍ରାହୀ)/ଜଳେଶ୍ୱର (ରବିନାରାୟଣ ପାତ୍ର), ୧୮।୯: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ସୁବର୍ଣ୍ଣରେଖାର ନିମ୍ନ ଅବବାହିକରେ ପ୍ରଥମ...

ସୁଭଦ୍ରା ପ୍ରଶ୍ନର ଉତ୍ତର ଦେଇ ଜିତିଲେ…

ବଉଳା, ୧୮।୯(ଦୁର୍ଗାପ୍ରସାଦ ଆୟଚ) ସୁଭଦ୍ରା ଯୋଜନାର ଶୁଭାରମ୍ଭ ଅବସରରେ ମଙ୍ଗଳବାର କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଉପସ୍ଥିତ ମହିଳାମାନଙ୍କୁ...

ରାସ୍ତା ଉପରେ ଲହଡ଼ି ଭାଙ୍ଗୁଛି ବର୍ଷା ପାଣି

ବାଲେଶ୍ୱର,୧୬।୯: ଲଗାଣ ବର୍ଷାରେ ବାଲେଶ୍ୱର ମୁଖ୍ୟ ରାସ୍ତାରେ ଫୁଟେ ଉଚ୍ଚର ପାଣି ଚାଲୁଛି। ନୂଆସାହି ଛକ ମୁଖ୍ୟରାସ୍ତାରେ ଆଣ୍ଠୁଏ ଉଚ୍ଚର ପାଣି ପ୍ରବାହିତ ହେଉଛି। ଫଳରେ...

ତିନି ତିନିଟା ଛୁଆଙ୍କ ସହ ରୋଗିଣା ସ୍ତ୍ରୀଙ୍କୁ ମେଡିକାଲରେ ଛାଡି ଚାଲିଗଲେ ସ୍ବାମୀ,ପରେ…..

ନୀଳଗିରି,୧୬।୯: ରୋଗିଣା ସ୍ତ୍ରୀ ଓ ୩ ପିଲାଙ୍କୁ ମେଡିକାଲରେ ଏକୁଟିଆ ଛାଡି ଚାଲିଗଲେ ସ୍ବାମୀ। ଟଙ୍କା ଆଣିବେ ବୋଲି କହି ଯାଇଚନ୍ତି ଯେ ଯାଇଛନ୍ତି। ମାସେ...

ବିପଦସଙ୍କେତ ଟପିଲା ଜଳକା

ବାଲେଶ୍ୱର,୧୬ା୯(ବାଞ୍ଛାନିଧି ଦେ): ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ଦୁଇଦିନ ଧରି ବାଲେଶ୍ୱର ଜିଲାରେ ପ୍ରବଳ ବର୍ଷା ଯୋଗୁ ଜନଜୀବନ...

ବଢୁଛି ଜଳକା, ବନ୍ୟା ଆଶଙ୍କା

ବାଲେଶ୍ୱର, ୧୫।୯(ବାଞ୍ଛାନିଧି ଦେ ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ମଥାନୀ ଠାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri