Posted inଖେଳ

ଥାଇଲାଣ୍ଡ ଓପନ୍‌ ବ୍ୟାଡମିଣ୍ଟନ୍‌ : ସାତ୍ତ୍ୱିକ୍‌- ଚିରାଗଙ୍କୁ ଡବଲ୍ଡ ଟାଇଟଲ

ବ୍ୟାଙ୍କକ୍‌,୪।୮: ଥାଇଲାଣ୍ଡ ଓପନ୍‌ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟରେ ଭାରତ ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟୀ ଡବଲ୍ସ ଟାଇଟଲ ହାସଲ କରି ଇତିହାସ ସୃଷ୍ଟି କରିଛନ୍ତି। ପ୍ରଥମ ଭାରତୀୟ ଯୋଡି ଭାବେ ଏହି ଦୁଇ ଖେଳାଳି କୌଣସି ବିଡବ୍ଲ୍ୟୁଏଫ୍‌ ସୁପର ୫୦୦ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ ଟାଇଟଲ ହାସଲ କରିଛନ୍ତି। ରବିବାର ଅନୁଷ୍ଠିତ ଫାଇନାଲ ମ୍ୟାଚ୍‌ରେ ଏହି ଦୁଇ ଭାରତୀୟ ଖେଳାଳି ୨୧-୧୯, ୧୮-୨୧, ୨୧- ୧୮ରେ ତୃତୀୟ ସିଡ୍‌ ଚାଇନାର ଲି ଜୁନ ହୁଇ- ଲିୟୁ ୟୁ ଚେନ୍‌ଙ୍କୁ ପରାସ୍ତ କରି ଚାମ୍ପିୟନ ହେବା ସହ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଫାଇନାଲ ମ୍ୟାଚ୍‌ରେ ଜବରଦସ୍ତ ସଂଘର୍ଷ ଦେଖିବାକୁ ମିଳିଥିଲା। ପ୍ରଥମ ଗେମ୍‌ରେ ଜିତିବା ପରେ ସାତ୍ତ୍ୱିକ ଓ ଚିରାଗ ଦ୍ୱିତୀୟ ସେଟରେ ପରାସ୍ତ ହୋଇଥିଲେ। ତେବେ ତୃତୀୟ ସେଟ୍‌ରେ କୌଣସି ତ୍ରୁଟି ନ କରି ଏହି ଯୋଡି ବିଜୟୀ ହେବା ସହ ମ୍ୟାଚ୍‌ ହାତେଇ ନେଇଥିଲେ। ବିଜୟୀ ହେବା ପାଇଁ ଏହି ଯୋଡି ଏକ ଘଣ୍ଟା ୨ ମିନିଟ ସମୟ ଆବଶ୍ୟକ କରିଥିଲେ। ଚଳିତ ସେସନରେ ଏମାନଙ୍କ ପାଇଁ ଏହା ପ୍ରଥମ ଫାଇନାଲ ମ୍ୟାଚ୍‌ ଥିଲା। ଉଲ୍ଲେଖଥାଉ କି, ବିଶ୍ୱର ୧୬ ନମ୍ବର ଯୋଡି ସାତ୍ତ୍ୱିକ ଓ ଶେଟ୍ଟୀ ୨୦୧୮ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ପୁରୁଷ ଡବଲ୍ସ ପ୍ରତିଯୋଗିତାରେ ରୌପ୍ୟ ପଦକ ହାସଲ କରିଥିଲେ। ଶନିବାର ଏହି ଯୋଡି ସେମିଫାଇନାଲରେ ଦକ୍ଷିଣ କୋରିଆର ପୂର୍ବତନ ବିଶ୍ୱ ଚାମ୍ପିୟନ କୋ ସଙ୍ଗ ହ୍ୟୁନ ଓ ଶିନ ବାଏକ ଚେଓଲଙ୍କୁ ୨୨-୨୦, ୨୨-୨୪, ୨୧-୯ରେ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

୬୩୭ ଦିନ ପରେ ଟେଷ୍ଟରେ କମାଲ୍‌ କଲେ ପନ୍ତ

ଚେନ୍ନାଇ,୨୧।୯: ଟିମ ଇଣ୍ଡିଆର ତାରକା ଉଇକେଟ କିପର-ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ଟେଷ୍ଟ କ୍ରିକେଟ ପ୍ରତ୍ୟାବର୍ତ୍ତନ ଦୃଢ ଼ ପ୍ରମାଣିତ ହେଉଛି। ଦେଢ ବର୍ଷରୁ ଅଧିକ ସମୟ...

ପାଟିରେ କଳାଫିତା କାମୁଡି ବ୍ୟାଟିଂ କଲେ ବାଂଲାଦେଶ ବ୍ୟାଟ୍ସମ୍ୟାନ୍‌: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୧।୯: ଚେନ୍ନାଇ ଟେଷ୍ଟର ଦ୍ୱିତୀୟ ଦିନରେ ବାଂଲାଦେଶ ଅଲରାଉଣ୍ଡର ଶାକିବ ଅଲ ହାସନ ପାଟିରେ ଏକ କଳାଫିତା କାମୁଡି ବ୍ୟାଟିଂ କରିବାକୁ ବାହାରିଥିଲେ। ଶାକିବଙ୍କ ଭିଡିଓ...

୫୧ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଲେ ଯଶସ୍ବୀ ଜୟସ୍ବାଲ: ଗାଭାସ୍କରଙ୍କୁ ପଛରେ ପକାଇଲେ

ଚେନ୍ନାଇ,୨୧।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ଏକ ରୋମାଞ୍ଚକର ମୋଡ଼ରେ ପହଞ୍ଚିଛି। ଦୁଇ ଦିନ ମଧ୍ୟରେ ଦୁଇଟି ଇନିଂସ ଶେଷ ହୋଇଛି।...

ଦକ୍ଷିଣ ଆଫ୍ରିକାକୁ ଧୂଳିଚଟାଇ ଇତିହାସ ରଚିଲା ଆଫଗାନିସ୍ତାନ

ନୂଆଦିଲ୍ଲୀ,୨୧।୯: ଆଫଗାନିସ୍ତାନ ଇତିହାସ ସୃଷ୍ଟି କରିଛି। ଦିନିକିଆ ସିରିଜରେ ଆଫଗାନିସ୍ତାନ ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛନ୍ତି। ଆଫଗାନିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା...

ଭାରତ ୩୦୮ ରନ୍‌ରେ ଆଗୁଆ

ଚେନ୍ନାଇ,୨୧ା୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ପେସ୍‌ ବୋଲର ଚମତ୍କାର ବୋଲିଂ କରିଥିବା ବେଳେ ଦ୍ୱିତୀୟ ଦିନର ଷ୍ଟମ୍ପ ଅପସାରଣ ବେଳକୁ...

ପଦାର୍ପଣରେ ତେଜ ଦେଖାଇଲା କୋଣାର୍କ ସୂର୍ଯ୍ୟସ

ଯୋଧପୁର, ୨୧।୯ (ତପନ ସ୍ବାଇଁ): ଲିଜେଣ୍ଡ୍‌ସ ଲିଗ୍‌ କ୍ରିକେଟ ଟୁର୍ନାମେଣ୍ଟରେ ନିଜର ପ୍ରଥମ ପଦାର୍ପଣରେ ତେଜ ଦେଖାଇଛି ସନ୍‌ପ୍ରିୟା ଗ୍ରୁପ୍‌ ମାଲିକାନାରେ ଥିବା କୋଣାର୍କ ସୂର୍ଯ୍ୟସ...

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri