ଦ୍ୱାଦଶ କୁଆଖିଆ ମହୋତ୍ସବ ପାଇଁ ପ୍ରସ୍ତୁତି

ରସୁଲପୁର,୫ା୧୨(ଡି.ଏନ୍‌.ଏ.): ରସୁଲପୁର ବ୍ଲକ ଅଞ୍ଚଳର ବ୍ୟବସାୟିକ ପ୍ରାଣକେନ୍ଦ୍ର ବୋଲି କୁହାଯାଉଥିବା କୁଆଖିଆ ବଜାରର ସାରଙ୍ଗପୁର ମେଲଣ ପଡ଼ିଆରେ ଆୟୋଜିତ ହେବାକୁ ଥିବା ଦ୍ୱାଦଶ କୁଆଖିଆ ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ ବୁଧବାର କିର୍ତ୍ତୀ ପ୍ୟାଲେସ୍‌ଠାରେ ଅନୁଷ୍ଠିତ ହୋଇଯାଇଛି। ମହୋତ୍ସବ କମିଟି ଅଧ୍ୟକ୍ଷ ତଥା ରସୁଲପୁର ବିଡିଓ ଉମାକାନ୍ତ ପରିଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଅତିଥି ଭାବରେ ଧର୍ମଶାଳା ବିଧାୟକ ପ୍ରଣବ କୁମାର ବଳବନ୍ତରାୟ, କୋରେଇ ବିଧାୟକ ଅଶୋକ କୁମାର ବଳ, ରସୁଲପୁର ତହସିଲଦାର ଜ୍ୟୋତିକାନ୍ତ ଭୂଜବଳ, କୁଆଖିଆ ଥାନା ଅଧିକାରୀ ମନୋଜ କୁମାର ସ୍ବାଇଁ, ଲକ୍ଷ୍ମୀନାରାୟଣ ପୂଜା କମିଟି ସଭାପତି ବନୋଜ କୁମାର ସ୍ବାଇଁ, ସମ୍ପାଦକ ନାରାୟଣ ବିଶ୍ୱାଳ, ପୂର୍ବତନ ସମ୍ପାଦକ ପ୍ରଶାନ୍ତ ଦାସ ପ୍ରମୁଖ ଯୋଗ ଦେଇଥିଲେ। ମହୋତ୍ସବ କମିଟି ସମ୍ପାଦକ ଅରୁଣ ରାଉତ ଉତ୍ସବ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। ୬୫ତମ ଲକ୍ଷ୍ମୀନାରାୟଣ ପୂଜା ଚଳିତ ମାସ ୧୬ତାରିଖରୁ ଆରମ୍ଭ ହେଉଥିବାରୁ କୁଆଖିଆ ମହୋତ୍ସବ ୨୨ ତାରିଖରୁ ଆରମ୍ଭ ହେବ ବୋଲି ନିଷ୍ପତ୍ତି ନିଆଯାଇଛି। ଏହି ମହୋତ୍ସବ ୫ ଜାନୁୟାରୀ,୨୦୨୦ ପର୍ଯ୍ୟନ୍ତ ଚାଲିବ। ଏହି ଅବସରରେ ଓଡିଶାର ବିଭିନ୍ନ ପ୍ରାନ୍ତରେ ପ୍ରସିଦ୍ଧି ଲାଭ କରିଥିବା ଲୋକ କଳା ପ୍ରଦର୍ଶିତ ହେବା ସହ ସ୍ଥାନୀୟ କଳାକାରଙ୍କ ଦ୍ୱାରା ପ୍ରତିଭା ପ୍ରଦର୍ଶିତ ହେବ। ଏହାଛଡା ପଲ୍ଲୀଶ୍ରୀ ମେଳା, ମୀନା ବଜାର ଲାଗିବା ବୋଲି ସୂଚନା ମିଳିଛି। ମହୋତ୍ସବ ଅବସରରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ ଜମିବ। ସେମାନଙ୍କ ସୁରକ୍ଷା ଦିଗରେ ଧ୍ୟାନ ଦେବା ପାଇଁ ବିଦ୍ଯଯତ ବିଭାଗ, ଅଗ୍ନିଶମ ବିଭାଗ, କୁଆଖିଆ ପୋଲିସ, ସ୍ଥାନୀୟ ଅଂଚଳର ଜନପ୍ରତିନିଧି, ସ୍ବେଚ୍ଛାସବୀ ସଂଗଠଗୁଡ଼ିକର ସହାୟତା ଲୋଡ଼ାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri