ନର୍ସ ନୀହାରିକା ହତ୍ୟା ମାମଲାର ଭିନ୍ନ ମୋଡ଼: କଟକରେ କରାଯାଇଛି ହତ୍ୟା, ବାଇକ୍‌ରେ ନେବା ଦୃଶ୍ୟ ସିସିଟିଭିରେ କଏଦ

କଟକ ଅଫିସ/ଜଗତସିଂହପୁର ଅଫିସ,୨୧।୯: ନର୍ସ ନୀହାରିକା ପାତ୍ର ହତ୍ୟା ମାମଲା ଦିନକୁ ଦିନ ନୂଆ ମୋଡ଼ ନେବାରେ ଲାଗିଛି। ପ୍ରଥମେ ତାଙ୍କ ପ୍ରେମିକ ହାଜିପୁରର କିଶୋର ଚନ୍ଦ୍ର ଆଞ୍ଚଲ ଓରଫ ରାଜା ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ସନ୍ଦେହ କରାଯାଉଥିବା ବେଳେ ଏବେ ତାଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଜଣାପଡ଼ିଛି। ତାଙ୍କୁ କଟକରେ ହତ୍ୟା କରାଯିବା ପରେ ଅଖାରେ ପୂରାଇ ବାଇକ୍‌ରେ ନିଆଯାଉଥିବା ବେଳର ସିସିଟିଭି ଫୁଟେଜ୍‌ ପୋଲିସର ହସ୍ତଗତ ହୋଇଛି। ଶନିବାର ପୋଲିସ ମୁଖ୍ୟାଳୟରୁ ଏଭଳି କିଛି ତଥ୍ୟ ପ୍ରକାଶ ପାଇଛି।

ସୂଚନାଯୋଗ୍ୟ, ବିରିଡ଼ି ଥାନା ଅଧୀନ ବିଲୁଆଖାଇ ନଦୀପଠାରୁ ନୀହାରିକାଙ୍କ ମୃତଦେହ ଏକ ଅଖାରୁ ହାତଗୋଡ଼ ବନ୍ଧା ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ଏହାପରଠାରୁ ତାଙ୍କୁ ହତ୍ୟା କରି ସେଠାରେ ଫିଙ୍ଗି ଦିଆଯାଇଥିବା ସନ୍ଦେହ କରାଯାଉଛି। ତେବେ ଉକ୍ତ ଦିନଠାରୁ ପ୍ରେମିକ ମଧ୍ୟ ଫେରାର ଥିବାରୁ ସେ ହତ୍ୟାକାଣ୍ଡରେ ସମ୍ପୃକ୍ତ ଥାଇପାରନ୍ତି ବୋଲି ପୋଲିସ ସନ୍ଦେହ କରୁଥିଲା। ଅପରପକ୍ଷେ ଅଭିଯୁକ୍ତ କିଶୋର ନିଜେ ଶୁକ୍ରବାର ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ତାଙ୍କୁ ପୋଲିସ କଟକର କୌଣସି ଅଜ୍ଞାତ ସ୍ଥାନରେ ରଖି ପଚରାଉଚରା ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌କୁ ପଛରୁ ପିଟିଲା ଟ୍ରକ୍‌; ଷ୍ଟିଅରିଂରେ ଚାପି ହୋଇ ରହିଛନ୍ତି ଡ୍ରାଇଭର

ଆନନ୍ଦପୁର/ଘଷିପୁରା,୧୪।୧୧(ସୁଶାନ୍ତ କୁମାର ସାହୁ/ନିରଞ୍ଜନ ସାହୁ ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ ୨୦ ନଂ ଜାତୀୟ ରାଜପଥ ଦରଖୋଳା ଛକ ନିକଟରେ ଏକ ଭୟଙ୍କର...

ବାଲିଯାତ୍ରା ପାଇଁ ଟ୍ରାଫିକ୍‌ କଟକଣା

କଟକ,୧୪ା୧୧(କାର୍ତ୍ତିକ ସାହୁ): କଟକ ସହରରେ ଆସନ୍ତା ୧୫ରୁ ୨୨ ତାରିଖ ପର୍ଯ୍ୟନ୍ତ ବାଲିଯାତ୍ରା ଉତ୍ସବ ଅନୁଷ୍ଠିତ ହେବ। କମିଶନ୍‌ରେଟ୍‌ ପୋଲିସ ପକ୍ଷରୁ ସହରର ବିଭିନ୍ନ ରାସ୍ତାରେ...

କୋର୍ଟରେ ହାଜର ହେଲେ ଏମ୍‌ପି ପ୍ରଦୀପ, ପାଠକ ବାପପୁଅ

ବ୍ରହ୍ମପୁର, ୧୪ା୧୧ (ସୁବାସ ଚନ୍ଦ୍ର ପାଢ଼ୀ): ଟାଟା ମୋଟର୍ସରେ ଚାକିରି ଦେବାକୁ କହି ଏକାଧିକ ଯୁବକଙ୍କଠାରୁ ଟଙ୍କା ଠକେଇ ମାମଲାରେ ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ...

‘ବେଆଇନ ନିର୍ମାଣକାରୀଙ୍କ ଉପରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ’

କେନ୍ଦୁଝର,୧୩ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ବିନା ପାର୍କିଂ ବ୍ୟବସ୍ଥାରେ ବ୍ୟବସାୟିକ କେନ୍ଦ୍ର ଗଢ଼ି ଉଠିଥିବାରୁ ଟ୍ରାଫିକ୍‌ ସମସ୍ୟା ଗୁରୁତର ହୋଇପଡ଼ିଛି। ସେହିପରି ସରକାରୀ ଜମିରେ...

ନଭେମ୍ବର ୨୦ରୁ ଆରମ୍ଭ ହେବ ଧାନ ସଂଗ୍ରହ, ଉଚ୍ଚ ପଦାଧିକାରୀ, ଜିଲାପାଳମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ବୈଠକ

ଭୁବନେଶ୍ୱର,୧୩।୧୧: ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଲୋକସେବା ଭବନ ଠାରେ, ଆଗାମୀ ଧାନ ସଂଗ୍ରହ ବ୍ୟବସ୍ଥାକୁ ସୁବ୍ୟବସ୍ଥିତ କରିବା ପାଇଁ ଆଭାସୀ ଜରିଆରେ ଜିଲ୍ଲାପାଳମାନଙ୍କ...

‘କେବଳ ଖାଦ୍ୟ ନିରାପତ୍ତା ନୁହେଁ ବରଂ ସ୍ବାସ୍ଥ୍ୟ ପାଇଁ ବିହନ ସଂରକ୍ଷଣ ଜରୁରୀ’

କୋରାପୁଟ,୧୩ା୧୧(ଅମିତାଭ ବେହେରା): ପାରମ୍ପରିକ କୃଷି ଜୈବ ବିବିଧତାକୁ ସୁରକ୍ଷିତ ରଖିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ବରୂପ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ କୋରାପୁଟର ଲାଣ୍ଡିଗୁଡ଼ାସ୍ଥିତ ସିଟି...

ଓଡ଼ିଶାର ସବୁ ଆନ୍ତଃ ରାଜ୍ୟ ବିବାଦର ସମାଧାନ ପାଇଁ ଗଠନ ହେବ ଆନ୍ତ ମନ୍ତ୍ରୀ ସ୍ତରୀୟ କମିଟି

ଭୁବନେଶ୍ୱର,୧୩।୧୧: ବିଭିନ୍ନ ରାଜ୍ୟ ସହିତ ଓଡ଼ିଶାର ଥିବା ବିବାଦ ଗୁଡ଼ିକର ସମାଧାନ ପାଇଁ ଏକ ମନ୍ତ୍ରୀ ସ୍ତରୀୟ କମିଟି ( Inter Ministerial Committee )...

ମାଓବାଦୀଙ୍କ ବର୍ବରତା: ପୋଲିସ ଇନ୍‌ଫର୍ମର ସନ୍ଦେହରେ ଜଣଙ୍କୁ କଲେ ହତ୍ୟା

ମାଲକାନଗିରି,୧୩ା୧୧(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ବିଜାପୁର ଜିଲାରେ ପୋଲିସ ଇନ୍‌ଫର୍ମର ସନ୍ଦେହରେ ଜଣେ ଯୁବକଙ୍କୁ ବୁଧବାର ମାଓବାଦୀମାନେ ହତ୍ୟା କରିଛନ୍ତି । ସେ ହେଲେ ସୁବଳ ଦୁଲାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri