ନିଲମ୍ବିତ ଏସ୍‌ଆଇ ରାକେଶ ଗିରଫ

ଭୁବନେଶ୍ୱର,୧୪ା୫(ବ୍ୟୁରୋ): ଚୋରା ଗାଡ଼ି କାରବାର ସହ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା କରି ଗର୍ଭପାତ କରାଇବା ଘଟଣାରେ ସମ୍ପୃକ୍ତ କ୍ୟାପିଟାଲ ଥାନା ନିଲମ୍ବିତ ସବ୍‌ ଇନ୍ସପେକ୍ଟର ରାକେଶ ସାମଲଙ୍କୁ ପୋଲିସ ବୁଧବାର ଗିରଫ କରିଛି। ପ୍ରାୟ ୨ମାସ ଧରି ବିଭାଗର ବିନାନୁମତିରେ କାର୍ଯ୍ୟରେ ଯୋଗ ଦେଉ ନଥିବା ଅଭିଯୁକ୍ତ ଏସ୍‌ଆଇ ରାକେଶଙ୍କୁ କମିଶନରେଟ ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ରାଉରକେଲାରୁ ଗିରଫ କରିଛି। ରାଉରକେଲା ରଘୁନାଥପାଲ୍ଲୀ ଥାନାରେ ତାଙ୍କୁ ପଚରାଉଚରା ପରେ ଭୁବନେଶ୍ବର ଅଣାଯିବ ବୋଲି ଏକ ବିଶ୍ବସ୍ତ ସୂତ୍ରରୁ ଖବର ମିଳିଛି। ଗୁରୁବାର ତାଙ୍କୁ ଭୁବନେଶ୍ୱରରେ ତଦନ୍ତକାରୀ ଅଧିକାରୀମାନେ ଜେରା କରି ତଥ୍ୟ ସଂଗ୍ରହ ପରେ କୋର୍ଟ ଚାଲାଣ କରାଯିବ। ବନ୍ଧୁକ ମୁନରେ ଯୁବତୀଙ୍କୁ ବଳାକତ୍ାର କରି ଗର୍ଭପାତ ଘଟଣା ସହ ଚୋରାଗାଡ଼ି କାରବାରରେ କମିଶନରେଟ ପୋଲିସର ସମ୍ପୃକ୍ତି ନେଇ ରହିଥିବା ସଙ୍ଗିନ ଅଭିଯୋଗ ଉପରୁ ମଧ୍ୟ ପରଦା ଉଠିବ ବୋଲି ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି।
ରାକେଶଙ୍କ ସହ କିଛି ବରିଷ୍ଠ ଅଧିକାରୀଙ୍କ ସମ୍ପୃକ୍ତି ଥିବା ଅଭିଯୋଗ ଥିବାରୁ ଏବେ ସେମାନଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ଚୋରା ଗାଡି କେଉଁଠାରୁ କିପରି ଆଣୁଥିଲେ, ଏହି ସଙ୍ଗିନ କାରବାରରେ ଅନ୍ୟ କେଉଁମାନଙ୍କ ସମ୍ପୃକ୍ତି ରହିଛି ତାହାକୁ ତଦନ୍ତ ପରିସରଭୁକ୍ତ କରାଯିବ। ଏପରି କି ଆରଟିଓ ଅଫିସରେ ଜାଲ୍‌ କାଗଜପତ୍ର ତିଆରି କରିବାରେ ଅନ୍ୟ ପୋଲିସ ଅଧକାରୀ ସେମାନଙ୍କୁ ସହଯୋଗ କରୁଥିବା ନେଇ ଯେଉଁ ଅଡିଓ କ୍ଲିପ ଭାଇରାଲ୍‌ ହୋଇଛି ତା’ର ମଧ୍ୟ ତଦନ୍ତ କରାଯିବ ବୋଲି କମିଶନରେଟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ରାକେଶଙ୍କ ବିରୋଧରେ ଭୁବନେଶ୍ୱର ମହିଳା ଥାନାରେ ଆଇପିସି ଦଫା ୩୭୬, ୩୧୩, ୫୦୬ ଏବଂ ୪୨୦ରେ ଏକ ମାମଲା ରୁଜୁ ହୋଇଛି। ଏହି ଘଟଣାକୁ ଡିସିପି ଅଫିସରେ ଥିବା ଇନ୍‌ଭେଷ୍ଟିଗେଟିଭ ୟୁନିଟ ଫର୍‌ କ୍ରାଇମ୍‌ ଏଗ୍‌ନେଷ୍ଟ ଓମେନ୍‌(ଆଇୟୁସିଏଡବ୍ଲ୍ୟୁ) ସେଲ୍‌ ଅଧିକାରୀ ସୁଜାତା ଜେନା ତଦନ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଧ୍ୱନୀ ନୃତ୍ୟୋତ୍ସବ ୨୦୨୪ ପାଳିତ

ଭୁବନେଶ୍ଵର,୨୧।୧୨: ଗୁରୁ ଦେବପ୍ରସାଦ ନୃତ୍ୟ ଧାରା, ସିଙ୍ଗାପୁର ପକ୍ଷରୁ ପ୍ରଥମ ଥର ପାଇଁ ଭୁବନେଶ୍ବର ସ୍ଥିତ ଜିକେସିଏମ ଓଡ଼ିଶୀ ଗବେଷଣା ପ୍ରତିଷ୍ଠାନର ଉତ୍କଳ ରଙ୍ଗମଞ୍ଚରେ ନୃତୋତ୍ସବ”...

ଚିଟ୍ ଫଣ୍ଡ ସ୍କାମର ଶିକାର ହୋଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ନୂଆଦିଲ୍ଲୀ,୨୪।୧୨: ଏକ ସମୟ ଏପରି ଥିଲା ଯେଉଁ ସମୟରେ ଓଡ଼ିଶାର ପ୍ରତ୍ୟେକ ଲୋକେ ଅଧିକ ଲାଭ ଆଶାରେ ଚିଟ୍ ଫଣ୍ଡରେ ଟଙ୍କା ନିବେଶ କରି ଠକାମିର...

ଚାଷୀଙ୍କ ପାଇଁ ବଡ଼ ଆଶ୍ବସ୍ତି: ଧାନର ମାନ କମ୍‌ ଥିଲେ ବି କିଣିବେ ସରକାର

ଭୁବନେଶ୍ୱର,୨୪।୧୨: ରାଜ୍ୟରେ ଅଦିନିଆ ବର୍ଷ କାରଣରୁ ବିଭିନ୍ନ ଜିଲାରେ ଧାନଚାଷୀମାନେ ସଂକଟରେ ପଡିଛନ୍ତି। ବର୍ତମାନ ଧାନ ଅମଳ ସହିତ ମଣ୍ଡିରେ ବିକ୍ରି ପ୍ରକ୍ରିୟା ଚାଲିଥିବା ବେଳେ...

ଧର୍ମେନ୍ଦ୍ରଙ୍କ ସହ ବିଜେଡି ନେତା, ରାଜନୀତିରେ ପୁଣି ଚହଳ!

ଭୁବନେଶ୍ୱର,୨୪।୧୨: ବରିଷ୍ଠ ସାମ୍ବାଦିକ ରୁବେନ ବାର୍ନାଜୀଙ୍କ ବହିରେ ବିସ୍ଫୋରକ ଖୁଲାସା ପରେ ରାଜନୀତିରେ ଚହଳ ପଡିଛି। ପାଣ୍ଡିଆନ ପଜଲ ଶୀର୍ଷକ ନାମକ ଅଧ୍ୟାୟ ଏବେ ସବୁଠି...

କଟକରେ ସ୍ଥାପନ ହେଲା ଅଟଳଙ୍କ ବ୍ରୋଞ୍ଜ ପ୍ରତିମୂର୍ତ୍ତି

କଟକ,୨୪।୧୨(ଶିଳ୍ପା ପ୍ରିୟଦର୍ଶିନୀ): କଟକ ବେଲଭ୍ୟୁ ଛକଠାରେ ସୋମବାର ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳବିହାରୀ ବାଜପେୟୀଙ୍କ ଏକ ବ୍ରୋଞ୍ଜ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ...

ପିସିସି ସଭାପତି ଚୟନକୁ ନେଇ ମୋକିମଙ୍କ ବଡ଼ ବୟାନ

ଭୁବନେଶ୍ୱର,୨୪।୧୨: କଂଗ୍ରେସ ପିସିସି ସଭାପତି ଚୟନ ନେଇ କଳ୍ପନାଜଳ୍ପନା ଲାଗି ରହିଥିବା ବେଳେ କଂଗ୍ରେସର ବରିଷ୍ଠ ନେତା ମହମ୍ମଦ ମୋକିମ ସୋମବାର ଏକ ବଡ଼ ବୟାନ...

ବାଂଲାଦେଶରୁ ଆସିଥିବା ଜାହାଜରେ ସନ୍ଦିଗ୍ଧ ପାରା

ପାରାଦୀପ,୨୪।୧୨: ଜଗତସିଂହପୁର ଜିଲା ପାରାଦୀପ ବନ୍ଦରରେ ଲାଗିଥିବା ଏକ ଜାହାଜରୁ ସୋମବାର ଦୁଇଟି ସନ୍ଦିଗ୍ଧ ପାରା ଉଦ୍ଧାର ହୋଇଛି। ବାଂଲାଦେଶରୁ ଆସିଥିବା ଜାହାଜରୁ ଏହି ପାରା...

ରାଜ୍ୟରେ ଚାଲିବ ହାଇଡ୍ରୋଜେନ ଚାଳିତ ବସ୍‌

ଭୁବନେଶ୍ୱର, ୨୪ା୧୨(ସୁନିତ୍‌ ମିଶ୍ର):ରାଜ୍ୟରେ ଗ୍ରୀନ୍‌ ହାଇଡ୍ରୋଜେନ୍‌ ମୋବିଲିଟି ପ୍ରୋଜେକ୍ଟ ଶୁଭାରମ୍ଭ ଦିଗରେ ଓଡ଼ିଶା ସରକାର ପ୍ରଥମ ପଦକ୍ଷେପ ଗ୍ରହଣ କରିଛନ୍ତି। ଏନେଇ ସୋମବାର ତ୍ରିପାକ୍ଷିକ ବୁଝାମଣାପତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri